ଏବେ ଆମକୁ କେହି ଅଟକାଇ ପାରିବେ ନାହିଁ, ଟ୍ରାନ୍ସଜେଣ୍ଡରଙ୍କ ପାଇଁ ଖୋଲିଲା ପ୍ରଥମ ମସଜିଦ

ଢାକା,୩୦।୩: ପବିତ୍ର ରମଜାନ ମାସରେ ବାଂଲାଦେଶର ଢାକାରେ ଟ୍ରାନ୍ସଜେଣ୍ଡର ବା ତୃତୀୟ ଲିଙ୍ଗ ସମ୍ପ୍ରଦାୟ ପାଇଁ ଏକ ମସଜିଦ ଖୋଲାଯାଇଛି। ବ୍ରହ୍ମପୁତ୍ର ନଦୀରେ ମ୍ୟାମନସିଂହ ନିକଟରେ ସରକାରଙ୍କ ଦ୍ୱାରା ଦାନ କରାଯାଇଥିବା ଜମି ଉପରେ ଟ୍ରାନ୍ସଜେଣ୍ଡର ସମ୍ପ୍ରଦାୟ ପାଇଁ ଏହା ପ୍ରତିଷ୍ଠା କରାଯାଇଛି।
ନ୍ୟୁଜ ଏଜେନ୍ସି ଏଏଫପି ଅନୁଯାୟୀ, ବାଂଲାଦେଶର ଟ୍ରାନ୍ସଜେଣ୍ଡର ସମ୍ପ୍ରଦାୟର ସଦସ୍ୟମାନେ ଏକ ନୂତନ ମସଜିଦ ନିର୍ମାଣ ଏବଂ ଏଥିରେ ପୂଜାପାଠ କରିବାକୁ ଅନୁମତି ଦେଇଥିବା ନିଷ୍ପତ୍ତିକୁ ସ୍ବାଗତ କରିଛନ୍ତି। ଟ୍ରାନ୍ସଜେଣ୍ଡର ସମ୍ପ୍ରଦାୟର ନେତା ଜୋୟିତା ଟୋନୁ ଏହି ନିଷ୍ପତ୍ତିକୁ ସ୍ବାଗତ କରି କହିଛନ୍ତି ଯେ ବର୍ତ୍ତମାନଠାରୁ କୌଣସି ଟ୍ରାନ୍ସଜେଣ୍ଡର ବ୍ୟକ୍ତିଙ୍କୁ ଆମ ମସଜିଦରେ ପ୍ରାର୍ଥନା କରିବାକୁ କେହି ଅସୱୀକାର କରିପାରିବେ ନାହିଁ।
ବାସ୍ତବରେ ଏହି ମସଜିଦ ସରକାର ଦାନ କରିଥିବା ଜମି ଉପରେ ନିର୍ମିତ ହୋଇଛି। ଏହି ମସଜିଦ ଚାରିପାଖରେ ଏକ କାନ୍ଥ ଥିବାବେଳେ ଛାତଟି ଏକ ଟିଣ ସେଡ ଅଟେ। ଜଣେ ଟ୍ରାନ୍ସଜେଣ୍ଡର ଖୁସି ବ୍ୟକ୍ତ କରି କହିଛନ୍ତି ଯେ ବର୍ତ୍ତମାନ କେହି ଆମକୁ ପରିହାସ କରିପାରିବେ ନାହିଁ।
ଟ୍ରାନ୍ସଜେଣ୍ଡର ସୋନିଆ କହିଛନ୍ତି ଯେ ଯେତେବେଳେ ଲୋକମାନେ ତାଙ୍କ ଟ୍ରାନ୍ସଜେଣ୍ଡର ବିଷୟରେ ଜାଣିଲେ, ତାଙ୍କୁ ମସଜିଦରେ ପ୍ରାର୍ଥନା କରିବା ବନ୍ଦ କରାଯାଇଥିଲା। ସୋନିଆ ନ୍ୟୁଜ ଏଜେନ୍ସି ଏଏଫପିକୁ କହିଛନ୍ତି ଯେ ଲୋକମାନେ ତାଙ୍କୁ ଟ୍ରାନ୍ସଜେଣ୍ଡର ବୋଲି କହୁଥିଲେ, ତେଣୁ ସେ ମସଜିଦକୁ ଆସିପାରିବେ ନାହିଁ । ସେ କହିଛନ୍ତି ଯେ ଟ୍ରାନ୍ସଜେଣ୍ଡରମାନେ କେବଳ ଘରେ ପ୍ରାର୍ଥନା କରିପାରିବେ ଏବଂ ମସଜିଦକୁ ଆସିବା ଉଚିତ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ଉପରେ ବାଂଲାଦେଶର ଆଉ ଏକ ବଡ଼ ଅଭିଯୋଗ

ଢାକା/ନୂଆଦିଲ୍ଲୀ,୨୩।୧୨: ବାଂଲାଦେଶ କ୍ରମାଗତ ଭାବରେ ଭାରତ ଉପରେ ନୂଆ ଅଭିଯୋଗ କରୁଛି। ବର୍ତ୍ତମାନ ବାଂଲାଦେଶର ଏକ ଅନୁସନ୍ଧାନ କମିଶନ ଦେଶରୁ ଲୋକ ନିଖୋଜ ହେବାରେ ଭାରତର...

ରାଜନୀତିରୁ କାହିଁକି ଦୂରେଇ ଗଲେ ଇଭାଙ୍କା ଟ୍ରମ୍ପ, ନୂଆ ସରକାରରେ ସାମିଲ ନ ହେବାର କାରଣ ଜାଣନ୍ତୁ

ଓ୍ବାଶିଂଟନ,୨୩।୧୨: ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତିଙ୍କ ଝିଅ ଇଭାଙ୍କା ଟ୍ରମ୍ପ ରାଜନୀତିରୁ ନିଜକୁ ଦୂରେଇ ରଖିଛନ୍ତି। ଇଭାଙ୍କା ତାଙ୍କ ପିତା ଡୋନାଲ୍ଡ ଟ୍ରମ୍ପଙ୍କ ନୂଆ ସରକାରରେ...

୧୨ ବର୍ଷର ଛାତ୍ର ହେଲେ ଶିକ୍ଷୟିତ୍ରୀଙ୍କ ପିଲାର ପିତା! DNA ଖୋଲିଲା ରାଜ୍‌

ଓ୍ବାଶିଂଟନ,୨୩।୧୨: ଆମେରିକାର ଟେନେସି ରାଜ୍ୟରୁ ଏକ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। ଜଣେ ଟେନିସି ରାଜ୍ୟ ବିଦ୍ୟାଳୟର ଶିକ୍ଷୟିତ୍ରୀ ଜଣେ ୧୨ ବର୍ଷର ବାଳକକୁ ବଳାତ୍କାର...

୫ ହଜାର କୋଟିର ବିବାହ! କିଏ ସେହି ଲୌରେନ ସାଞ୍ଚେଜ? ଯିଏ ହେବେ Jeff Bezosଙ୍କ ସହଧର୍ମିଣୀ

ମେକ୍ସିକୋ ସିଟି,୨୩।୧୨: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ତଥା ଆମାଜନର ପ୍ରତିଷ୍ଠାତା ଜେଫ ବେଜୋସ ଖୁବ ଶୀଘ୍ର ତାଙ୍କ ପ୍ରେମିକା ଲୌରେନ ସାଞ୍ଚେଜଙ୍କ ସହ ବିବାହ...

ଦିନେ ଆମେରିକାର ରାଷ୍ଟ୍ରପତି ହେବେ ଏଲୋନ ମସ୍କ? ଏହି ପ୍ରଶ୍ନର ଏମିତି ଉତ୍ତର ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୨୩।୧୨: ନିକଟରେ ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକାର ରାଷ୍ଟ୍ରପତି ଭାବେ ନିର୍ବାଚିତ କରାଯାଇଛି, ସେ ମଧ୍ୟ ଖୁବ ଶୀଘ୍ର ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି।...

ଭାରତରୁ ପଙ୍ଗା ନେଲା ତ ଆମେରିକା ଶିଖାଇଲା ବୁଦ୍ଧି, ଏବେ ଚାଇନାର ନିଷ୍ପତ୍ତିକୁ ନେଇ ଅଡୁଆରେ ପଡିବେ ଟ୍ରୁଡୋ!

ଟରଣ୍ଟୋ,୨୩।୧୨: କାନାଡା ପାଇଁ ଆଉ ଏକ ଖରାପ ଖବର ସାମ୍ନାକୁ ଆସିଛି, ଯାହା ଭାରତ ସହ ସମ୍ପର୍କକୁ ନଷ୍ଟ କରିସାରିଛି। ଏଥର ଏହି ପ୍ରସଙ୍ଗ ଚାଇନା...

ଗାଜାରେ ଏୟାରଷ୍ଟ୍ରାଇକ୍‌: ୨୦ ମୃତ

ଦେଇର ଅଲ୍‌-ବଲାହ,୨୩ା୧୨: ଇସ୍ରାଏଲୀ ସେନା ଶନିବାର ରାତିରୁ ଗାଜା ଷ୍ଟ୍ରିପ୍‌ ଉପରେ ଏୟାରଷ୍ଟ୍ରାଇକ୍‌ ଜାରି ରଖିଥିବାବେଳେ ଏଥିରେ ୫ ପିଲାଙ୍କ ସମେତ ଅନୂ୍ୟନ ୨୦ ଜଣ ପାଲେଷ୍ଟିନୀୟଙ୍କ...

ବ୍ରାଜିଲରେ ବିମାନ ଦୁର୍ଘଟଣା

ବ୍ରାସିଲିଆ,୨୨ା୧୨: ବ୍ରାଜିଲର ଦକ୍ଷିଣ ଭାଗରେ ଅବସ୍ଥିତ ପର୍ଯ୍ୟଟନ ସହର ଗ୍ରାମାଡୋରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହେବାରୁ ୧୦ ଜଣଙ୍କ ମୃତ୍ୟୁ ଘଟିଛି। ସହର କେନ୍ଦ୍ରସ୍ଥଳରେ ଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri