ଅନାସ୍ଥା ଭୋଟ୍‌ରେ ପଦ ହରାଇଲେ ଢେଙ୍କାନାଳ ସଦର ବ୍ଲକ ଅଧ୍ୟକ୍ଷା, ମନ୍ତ୍ରୀ କହିଲେ…

ଢେଙ୍କାନାଳ,୧୬ା୧୧(ରତନ ନାୟାର): ଅନାସ୍ଥାରେ ହାରିଗଲେ ଢେଙ୍କାନାଳ ସଦର ବ୍ଲକ ଅଧ୍ୟକ୍ଷା ରାଜଶ୍ରୀ ନାୟକ। ଫଳରେ ସଦରରେ ଭୁଶୁଡ଼ି ପଡ଼ିଛି ବିଜେଡି ଗଡ଼। ଶନିବାର ଅନାସ୍ଥା ଭୋଟିଂ ସପକ୍ଷରେ ୪୪ଖଣ୍ଡ ଭୋଟ୍‌ ଗ୍ରହଣ ହୋଇଥିବା ବେଳେ ଅନାସ୍ଥା ବିପକ୍ଷରେ ୧୭ ଖଣ୍ଡ ଭୋଟ୍‌ ଗ୍ରହଣ ହୋଇଛି। ତେଣୁ ଅଧ୍ୟକ୍ଷା ପଦରୁ ହଟିଛନ୍ତି ବିଜେଡିର ରାଜଶ୍ରୀ ନାୟକ। ଏବେ ଉପାଧ୍ୟକ୍ଷ କାଳିନ୍ଦୀ ବାରିକ ଅଧ୍ୟକ୍ଷ ଦାୟିତ୍ୱ ରହିବେ। ମୋଟ୍‌ ୬୨ଖଣ୍ଡ ଭୋଟ୍‌ରୁ ଜଣଙ୍କର ଭୋଟ୍‌ ନାକଚ ହୋଇଥିବା ବେଳେ ୬୧ଟି ଭୋଟ୍‌ ଗଣତି ହୋଇଛି। ଏହି ପ୍ରକ୍ରିୟାରେ ଢେଙ୍କାନାଳ ଓ କାମାକ୍ଷାନଗର ନିର୍ବାଚନ ମଣ୍ଡଳୀର ବିଧାୟକ ଓ ଏମ୍‌ପିଙ୍କ ସହିତ ସମସ୍ତ ସରପଞ୍ଚ ଓ ସମିତିସଭ୍ୟ ଉପସ୍ଥିତ ଥିଲେ। ତେବେ ଆଜିର ଅନାସ୍ଥା ପରେ ରାଜ୍ୟରେ ବିଜେଡି ଗଡ଼ ଭୁଶୁଡିଛି ବୋଲି କହିଛନ୍ତି ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଅପରପକ୍ଷରେ ବିଜେଡି ନେତା ସୁଧୀର ସାମଲ କହିଛନ୍ତି, ସରକାର ଯାହାର ଥାଏ ଲୋକେ ତାଙ୍କ ପାଖରେ ରୁହନ୍ତି। ସରକାର ଗଲା ପରେ ଖୁବ୍‌ କମ୍‌ ଲୋକ ନେତାଙ୍କ ପାଖରେ ରହନ୍ତି। ତେଣୁ ଏହା ଏକ ସ୍ବାଭାବିକ ପ୍ରକ୍ରିୟା।


Enter your email to get our daily news in your inbox.

All Right Reserved By Dharitri.Com

୩ ବର୍ଷର ପ୍ରେମ ପରେ ବିବାହ ବନ୍ଧନରେ ବାନ୍ଧିହେବେ ବିଜେଡି ନେତା ପ୍ରଦୀପ ମାଝି , ଜାଣନ୍ତୁ କେଉଁଠି ହୋଇଥିଲା ପ୍ରଥମ ଦେଖା 

ଭୁବନେଶ୍ୱର,୧୧।୩: ବଢ଼ଛି ବୟସ, ପଡ଼ୁଛି ହାତଗଣ୍ଠି । ବିବାହ ବନ୍ଧନରେ ବାନ୍ଧି ହେଉଛନ୍ତି ନେତା ଓ ବିଧାୟକ । ବର୍ତ୍ତମାନ ବିବାହକୁ ନେଇ ଓ ନେତା...

ଆମ୍ବୁଲାନ୍ସରେ ଚାଲାଣ ହେଉଥିଲା କଫ ସିରପ୍‌, ମାଡିବସିଲା ପୋଲିସ: ୨ ଗିରଫ

ବଲାଙ୍ଗୀର, ୧୦ା୩(ସୁନିଲ କୁମାର ମହାନ୍ତି): ଆମ୍ବୁଲାନ୍ସରେ ଚାଲାଣ ହେଉଥିଲା ବେଆଇନ କଫ ସିରପ। ପୋଲିସ ଆଖିରେ ଧୂଳି ଦେଇ କଫ ସିରପ ବେପାରୀମାନେ ଏଭଳି ଅଭିନବ...

ଜାଣନ୍ତୁ ନବୀନଙ୍କୁ ଭେଟି କ’ଣ କହିଲେ ମନ୍ମମଥଙ୍କ ପତ୍ନୀ

ଭୁବନେଶ୍ୱର,୧୧।୩: ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ସୁର ରାଉତ ରାୟଙ୍କ ପୁଅ ମନ୍ମମଥ ନିକଟରେ ବିବାହ କରିଛନ୍ତି। ତେବେ ସେ ତାଙ୍କ ପତ୍ନୀଙ୍କୁ ନେଇ ବିଜେଡି...

୧୧ ବର୍ଷରେ ୩୮ ହାତେଇଛନ୍ତି ଜିଏ ପ୍ଲଟ

ଭୁବନେଶ୍ୱର,୧୧।୩ (ରବିନାରାୟଣ ଜେନା):ଗତ ୧୧ବର୍ଷ ମଧ୍ୟରେ ବିଏମ୍‌ସି ଅଞ୍ଚଳରେ ୩୮ ଜଣଙ୍କୁ ଜିଏ ପ୍ଲଟ ଆବଣ୍ଟନ କରାଯାଇଛି। ସେଥିମଧ୍ୟରେ ୧୩ଜଣ ବ୍ୟକ୍ତିବିଶେଷ ରହିଥିବାବେଳେ ୨୫ ଅନୁଷ୍ଠାନ...

ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବର ଆଜି ଯାଞ୍ଚ

ଯାଜପୁରରୋଡ୍‌,୧୧ା୩(ପବିତ୍ର ରଞ୍ଜନ ମହାନ୍ତି):ବ୍ୟାସନଗର ପୌର ପରିଷଦ ଅଧ୍ୟକ୍ଷା ସଙ୍ଗୀତା ପିଙ୍ଗୁଆଙ୍କ ବିରୋଧରେ ଜିଲାପାଳଙ୍କ ନିକଟରେ ଦିଆଯାଇଥିବା ଅନାସ୍ଥା ପ୍ରସ୍ତାବର ଯାଞ୍ଚ ପାଇଁ ନିର୍ଦ୍ଦେଶ ହୋଇଛି। ଯାଜପୁର...

ଟ୍ରାକରେ ଆମ୍ବୁଲାନ୍ସ ପଶିଯିବା ପରେ ମାମଲା ରୁଜୁ କଲା ରେଳବାଇ

ରାୟଗଡା,୧୧।୩: ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍‌ ଶିକରପାଇ ଓ ଭାଲୁମସ୍କା ରେଳ ଷ୍ଟେଶନର ମଧ୍ୟବର୍ତ୍ତୀ ସ୍ଥାନରେ ସୋମବାର ଏକ ଆମ୍ବୁଲାନ୍ସ ଅନଧିକାର ଭାବରେ ରେଳ ଟ୍ରାକ...

ଦୁଇ ସାଙ୍ଗ ଘରକୁ ଫେରୁଥବା ବେଳେ ଘଟିଲା ଦୁର୍ଘଟଣା : ଜଣଙ୍କ ଆଗରେ ଚାଲିଗଲା ଆଉଜଣଙ୍କ ଜୀବନ

ଦିଗପହଣ୍ଡି,୧୧।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଗଙ୍ଗାପୁର ପଞ୍ଚାୟତ ନରସିଂହଗଡ଼ ଗ୍ରାମ ନିକଟସ୍ଥ ପିପିଲିଗୁଡ଼ା ଗ୍ରାମ ନିକଟରେ ଦୁର୍ଘଟଣା ଘଟିଥିଲା।...

ଗୋ ଚାଲାଣକାରୀଙ୍କୁ ପୋଲିସର ଏନ୍‌କାଉଣ୍ଟର: ୨ ଅପରାଧୀ ଆହତ

ସମ୍ବଲପୁର,୧୧।୩(ପ୍ରମୋଦ ବହିଦାର): ସମ୍ବଲପୁରର ସିଟି ଷ୍ଟେସନ ନିକଟରେ ପୋଲିସ ଓ ଗୋରୁ ଚୋରା ଚାଲାଣକାରୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଗୋରୁ ଚୋରା ଚାଲାଣକରୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri