ନୂଆଦିଲ୍ଲୀ,୨୧।୩: ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବା ପାଇଁ ସଂସଦରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ବର୍ତ୍ତମାନ ସଂସଦରେ ଉପସ୍ଥିତ ଅଛନ୍ତି। ଏଥିସହ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ଭାଜପା ଅଧ୍ୟକ୍ଷ ଜେପି ନଡ୍ଡା ଏବଂ ଅନ୍ୟ କ୍ୟାବିନେଟ ମନ୍ତ୍ରୀମାନେ ମଧ୍ୟ ଉପସ୍ଥିତ ଥିବା ଜଣାପଡିଛି। ତେବେ ଅଜିତ ଡୋଭାଲ ମୋଦିଙ୍କୁ ଭେଟି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିପାରନ୍ତି ବୋଲି ସୂଚନା ମିଳିଛି।