Posted inଜାତୀୟ

ଚାଷୀଙ୍କ ବିରୋଧରେ ଲାଗିବ ଏନ୍‌ଏସ୍‌ଏ, ମାତ୍ର ଦିଆଯିବନି ଏମ୍‌ଏସ୍‌ପି, ପ୍ରିୟଙ୍କାଙ୍କ କଟାକ୍ଷ…

ଲକ୍ଷ୍ନୌ,୧୯।୧୦: କଂଗ୍ରେସ ପକ୍ଷରୁ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କୁ ଟାର୍ଗେଟ କରାଯାଇଛି। ଏହି ମର୍ମରେ କଂଗ୍ରେସ ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଟୁଇଟ୍‌ କରି କହିଛନ୍ତି ଭାଜପା ସରକାର ଚାଷୀଙ୍କ ବିରୋଧରେ ଏନ୍‌ଏସ୍‌ଏ ଲଗାଇବାକୁ ପ୍ରସ୍ତୁତ। ମାତ୍ର ଖାଦ୍ୟ ଶସ୍ୟର ବିକ୍ରି କ୍ଷେତ୍ରରେ ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍‌ଏସ୍‌ପି) ଦେବାକୁ ଅମଙ୍ଗ ଥିବା କହି କଟାକ୍ଷ କରିଛନ୍ତି।

ଫଳରେ ରାଜ୍ୟର ବହୁ ଜିଲାରେ ଚାଷୀ କ୍ୱିଣ୍ଟାଲ ପିଛା ୯୦୦ରୁ ୧୦୦୦ ଟଙ୍କା କ୍ଷତି ସହି ବାଧ୍ୟ ହୋଇ ଧାନ ବିକ୍ରି କରୁଛନ୍ତି। ଏହା ସମ୍ପୂର୍ଣ୍ଣ ଅନ୍ୟାୟ। ଏହା ବିରୋଧରେ କଂଗ୍ରେସ ଲଢ଼େଇ ଜାରି ରଖିବ ବୋଲି ପ୍ରିୟଙ୍କା କହିଛନ୍ତି।

ରାଜ୍ୟରେ ଧାନର ସରକାରୀ ସହାୟକ ମୂଲ୍ୟ କ୍ୱିଣ୍ଟାଲ ପିଛା ୧୯୪୦ ଟଙ୍କା ରହିଛି। ତେବେ ଏହା ଦ୍ୱାରା ଚାଷୀ ଉପକୃତ ହୋଇ ପାରୁ ନାହାନ୍ତି ବୋଲି ସେ ଅଭିଯୋଗ କରିଛନ୍ତି।

ଚାଷୀଙ୍କଠାରୁ ଧାନ କିଣିବା ସମୟରେ ବେପାରୀ ୧୦୦୦ରୁ ୧୨୦୦ ଟଙ୍କା ଦେଉଛନ୍ତି। ତେବେ ନଗଦ କାରବାରରେ ଏଭଳି ହେଉଛି। ତେବେ ୨ ମାସ ପରେ ଟଙ୍କା ନେବାକୁ ଚାହୁଁଥିବା ଚାଷୀଙ୍କୁ ବେପାରୀ ୧୨୦୦ରୁ ୧୪୦୦ ଟଙ୍କା ଦେଉଛନ୍ତି।

ସରକାରଙ୍କ ଜାଣତରେ ଧାନର ଏଭଳି ୩ ପ୍ରକାର ସର୍ବନିମ୍ନ ସହାୟକ ମୂଲ୍ୟ ରହିଛି। ତେବେ କୌଣସି ପଦକ୍ଷେପ ଗ୍ରହଣ କରାଯା ନ ଥିବା ପ୍ରିୟଙ୍କା ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri