କଳାହାଣ୍ଡି ଗଡ଼ଜାତ ଅଞ୍ଚଳରେ ନୂଆଁଖାଇ ଆଜି

ଭବାନୀପାଟଣା,୧୩ା୯ (ଉତ୍ତମ କୁମାର ଦାଶ):ନୂଆଁଖାଇ କଳାହାଣ୍ଡି ଜିଲାର ଏକ ମୁଖ୍ୟ ପରମ୍ପରା। ପଶ୍ଚିମ ଓଡ଼ିଶାର ଅନ୍ୟ ଜିଲାରେ ସପ୍ତମୀ ତିଥିରେ ନୂଆଁଖାଇ ପାଳନ ହେଉଥିବାବେଳେ ଏଠାରେ ପ୍ରତିପଦାଠାରୁ ଆରମ୍ଭକରି ଦଶହରା ଦଶମୀ ପର୍ଯ୍ୟନ୍ତ ଚାଲିଥାଏ। ରାତି ପାହିଲେ ଅର୍ଥାତ୍‌ ଶୁକ୍ରବାର ଜିଲାର ଗଡ଼ଜାତ ଅଞ୍ଚଳରେ ପାଳନ ହେବ ଗଣପର୍ବ ନୂଆଁଖାଇ। ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କଠାରେ ନବାନ୍ନ ଲାଗି ହେଲା ପରେ ନୂଆଁ ଖାଇବେ ଗଡ଼ଜାତ ଅଞ୍ଚଳବାସୀ। ମା’ ମାଣିକେଶ୍ୱରୀଙ୍କ ପାଖରେ ଶୁକ୍ରବାର ସକାଳେ ନବାନ୍ନ ଲାଗି ନେଇ ଲଗ୍ନ ସ୍ଥିର ହୋଇଛି। ମା’ଙ୍କ ନିକଟରେ ନବାନ୍ନ ଲାଗିବା ପରେ ଗଡ଼ଜାତ ଅଞ୍ଚଳର ଭବାନୀପାଟଣା ସମେତ ଲାଞ୍ଜିଗଡ଼, ଜୟପାଟଣା, ମଦନପୁର ରାମପୁର, ମାଣିକେଶ୍ୱରୀଙ୍କ ମୂଳପୀଠ ଥୁଆମୂଳ ରାମପୁରରେ ପାଳିତ ହେବ ନୂଆଁଖାଇ ପର୍ବ। ଏ ନେଇ ଉତ୍ସବମୁଖର ଗଡ଼ଜାତ ଅଞ୍ଚଳର ପୁରପଲ୍ଲୀ।
ସାଧାରଣତଃ ଗଣେଶ ପୂଜା ପରଦିନ ଅର୍ଥାତ୍‌ ପଞ୍ଚମୀକୁ ନୂଆଁଖାଇ ରୂପେ ପଶ୍ଚିମ ଓଡ଼ିଶାରେ ପାଳନ କରାଯାଏ। କିନ୍ତୁ କଳାହାଣ୍ଡିର ଗଡ଼ଜାତ ଅଞ୍ଚଳରେ ଏହାକୁ ସ୍ବତନ୍ତ୍ର ଭାବେ ପାଳନ କରାଯାଏ। ଶୁକ୍ରବାର ସକାଳ ୮ଟା ୨୫ରୁ ୯ଟା ୧୫ ମଧ୍ୟରେ ବିଧି ଅନୁଯାୟୀ ମା’ ମାଣିକେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗି ହେବ। ଦିନ ୯ ଘଟିକାଠାରୁ ସର୍ବସାଧାରଣଙ୍କ ଦର୍ଶନ ପାଇଁ ମନ୍ଦିର ଦ୍ବାର ଖୋଲା ରହିବ। ସକାଳ ୧୦ଟା ୩ ମିନିଟ୍‌ରୁ ୧୨ଟା ୩୬ ମିନିଟ୍‌ ମଧ୍ୟରେ ନୂଆଁ ଖାଇବେ ଗଡ଼ଜାତ ଅଞ୍ଚଳବାସୀ। ଶୁକ୍ଳପକ୍ଷ ଦଶମୀ ତିଥିରେ ମା’ଙ୍କ ପାଖରେ ଏହି ନବାନ୍ନ ଲାଗି ହୋଇଥାଏ। ଏଥିଲାଗି ଗୁରୁବାର ଗଡ଼ଜାତ ଅଞ୍ଚଳରେ ଲୋକେ ପ୍ରସ୍ତୁତିରେ ଲାଗିପଡିଛନ୍ତି। ନୂଆଁଖାଇ ପାଇଁ ନୂଆ ଧାନ, ନୂଆ ଚୁଡ଼ା, ଗୁଡ଼ କିଣୁଥିବା ଦେଖିବାକୁ ମିଳିଛି। କୃଷିଭିତ୍ତିକ ପର୍ବ ନୂଆଁଖାଇରେ ସବୁ କିଛି ନୂଆ ସାମଗ୍ରୀ ବ୍ୟବହାରହେବା ନେଇ ପରମ୍ପରା ରହିଥିବାରୁ ଲୁଗା ଦୋକାନରେ ମଧ୍ୟ ପ୍ରବଳ ଭିଡ଼ ଜମୁଛି। ନୂଆଁଖାଇକୁ ନେଇ ଚାରିଆଡ଼େ ଉତ୍ସାହର ମାହୋଲ ଥିବାବେଳେ ବ୍ୟବସାୟୀ ମଧ୍ୟ ବ୍ୟବସାୟକୁ ନେଇ ବେଶ୍‌ ଖୁସି ଅଛନ୍ତି। ଅନ୍ୟପଟେ ନୂଆଖାଇ ପରେ ଆରମ୍ଭ ହେବ ଜୁହାର ଭେଟ ଓ ନାଚଗୀତର ଆସର। ସେଥିପାଇଁ ବିଭିନ୍ନ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ମା’ ମାଣିକେଶ୍ୱରୀଙ୍କ ମନ୍ଦିର ସମ୍ମୁଖରେ ଅଭ୍ୟାସ ଚାଲିଛି। କଳାହାଣ୍ଡିର ବୀର ବାଦ୍ୟ ଘୁମୁରା ସହ ବଜାଶାଲ, ବନାବାଡ଼ି, ସିଙ୍ଗାରି ଆଦି ନୃତ୍ୟରେ ଝୁମିବେ ଗଡ଼ଜାତ ଅଞ୍ଚଳବାସୀ।


Enter your email to get our daily news in your inbox.

All Right Reserved By Dharitri.Com

ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ

କଟକ,୨୦।୯(ଶିଳ୍ପା ପ୍ରିୟଦର୍ଶିନୀ) କଟକ ବାଲିଯାତ୍ରା ଉପର ପଡିଆରେ ଗଣେଶ ମହୋତ୍ସବ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ଉତ୍ସବରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଯୋଗଦେଇଥିଲେ। ଏହାପରେ...

ବୋନସ ଦାବି ତେଜିଲା…

ରାଉରକେଲା,୨୦।୯(ସଙ୍ଗୀତା ଜେନା): କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ସିଟୁ ସମର୍ଥିତ ଷ୍ଟିଲ୍‌ ଏମ୍ପ୍ଲୟିଜ୍‌ ଟ୍ରେଡ୍‌ ୟୁନିୟନ ତଥା ରାଉରକେଲା କଣ୍ଟ୍ରାକ୍ଟର ୱାର୍କର୍ସ ୟୁନିୟନ ପକ୍ଷରୁ ଶୁକ୍ରବାର ପାୱାରଗେଟ୍‌...

ନିଆରା ଅନ୍ଦାଜରେ ମୁଖ୍ୟମନ୍ତ୍ରୀ: କ୍ରୀଡାବିତଙ୍କୁ କଲେ ଉତ୍ସାହିତ

କେନ୍ଦୁଝର ,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା କରଞ୍ଜିଆପଡା ଖେଳପଡିଆରେ ଆୟୋଜିତ ୧୮ ତମ ନକ ଆଉଟ୍ ଫୁଟବଲ ପ୍ରତିଯୋଗିତାରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଦିବ୍ରୁଗଡ଼ ଚେକ୍‌ପୋଷ୍ଟ ସିଲ୍‌ କଲେ ପଶ୍ଚିମବଙ୍ଗ ସରକାର: ରାସ୍ତାରେ ଅଟକିଛି ହଜାର ହଜାର ଟ୍ରକ୍‌

ରାଞ୍ଚି,୨୦ା୯: ପଶ୍ଚିମବଙ୍ଗ ସରକାର ଦିବ୍ରୁଗଡ଼ ଚେକ୍‌ପୋଷ୍ଟ ସିଲ୍‌ କରିଦେଇଥିବାରୁ ଝାଡ଼ଖଣ୍ଡରୁ ଯାଉଥିବା ହଜାର ହଜାର ଭାରୀଯାନ ୧୯ ନମ୍ବର ଜାତୀୟ ରାଜପଥରେ ଅଟକି ରହିଛି। ଆନ୍ତଃରାଜ୍ୟ...

ଝାଡ଼ାବାନ୍ତିରେ ୩ ମୃତ, ୩୦ରୁ ଊର୍ଦ୍ଧ୍ୱ ହସ୍ପିଟାଲରେ ଭର୍ତ୍ତି 

ବାରିପଦା,୨୦ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଗୁଡ଼ିଆଲବନ୍ଧ ପଞ୍ଚାୟତ ଆଲବନ୍ଧ ଗ୍ରାମ ବାଥୁଡ଼ିସାହିରେ ଝାଡ଼ାବାନ୍ତି ଜନିତ ରୋଗରେ ୩ ଜଣଙ୍କର ମୃତ୍ୟୁ...

ବଂଶଧାରା ନଦୀରେ ମିଶିଲା କାରଖାନାର ବିଷାକ୍ତ ରାସାୟନିକ ପାଣି: ଜଳ ଯୋଗାଣ ବନ୍ଦ ଲୋକେ ହନ୍ତସନ୍ତ

କାଶୀନଗର,୨୦ା୯(ଟି. କ୍ରିଷ୍ଣା ରାଓ): ଗଜପତି ଜିଲା କାଶୀନଗର ଦେଇ ପ୍ରବାହିତ ବଂଶଧାରା ନଦୀ ପାଣିରେ ବେଦାନ୍ତ କାରଖାନାର କାଷ୍ଟିକ ପୋଖରୀ ହୁଡା ଭାଙ୍ଗି କ୍ଷୟକାରୀ ବିଷାକ୍ତ...

ମୁଖ୍ୟ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି; ଘରୁ ମିଳିଲା ନଗଦ ୪୫ ଲକ୍ଷ ଟଙ୍କା, କୋଟିଏ ଟଙ୍କାର ବ୍ୟାଙ୍କ ଡିପୋଜିଟ୍

ବାଲେଶ୍ୱର,୧୯।୯: ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀ ଏନ.ଭି ହରିହରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିବା ପରେ ବିପୁଳ ପରିମାଣର ଆୟାବହିର୍ଭୁତ ସମ୍ପତ୍ତି ଜବତ...

ଗ୍ରାହକ ହୋଇ କିଣିବା ବାହାନାରେ ଆସି ଗହଣା ଦୋକାନରୁ….

ବ୍ରହ୍ମପୁର,୨୦ା୯(ସୁବାସ ଚନ୍ଦ୍ର ପାଢ଼ୀ): ଗ୍ରାହକ ହୋଇଆସି ଜଣେ ବ୍ୟକ୍ତି ଦୋକାନରୁ ସୁନା ଗହଣା ଚୋରାଇ ନେଇଛନ୍ତି। ଦୋକାନ ମାଲିକ ସତ୍ୟନାରାୟଣ ସେନାପତି ଏହି ସମ୍ପର୍କରେ ବଡ଼ବଜାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri