ମାଟି ବୋହି ଚର୍ଚ୍ଚାରେ ନୂଆପଡା ଜିଲାପାଳ, ଶ୍ରମିକଙ୍କୁ କଲେ ଉତ୍ସାହିତ

ନୂଆପଡା,୧୫।୩: (ମକାରୁ ବେମାଲ)ମନରେଗା ଯୋଜନାରେ ଦୈନିକ ୬0,000 ରୁ ଅଧିକ ଶ୍ରମିକ ନିୟୋଜିତ କରି କ୍ରମାଗତ ଭାବରେ ନୂଆପଡ଼ା ଜିଲା ରାଜ୍ୟରେ ପ୍ରଥମ ସ୍ଥାନରେ ରହିଛି। ଜିଲାକୁ ପ୍ରବାସୀ ଶ୍ରମିକ ମୁକ୍ତ କରିବା ପାଇଁ ଜିଲ୍ଲାପାଳ ମଧୁସୂଦନ ଦାଶ ସମଗ୍ର ଜିଲା ପ୍ରଶାସନକୁ ସଙ୍ଗରେ ନେଇ ପ୍ରଚେଷ୍ଟା ଜାରି ରଖିଛନ୍ତି। ଶ୍ରମିକମାନଙ୍କ ମନରେ ସ୍ବାଭିମାନ ଏବଂ ଆତ୍ମପ୍ରତ୍ୟୟ ଜାଗ୍ରତ କରିବା ପାଇଁ ମନରେଗା କାମରେ ଶ୍ରମିକମାନଙ୍କ ସହ ଭାର ଧରି ମାଟି ବୋହିଛନ୍ତି ଜିଲ୍ଲାପାଳ।

ଗୁରୁବାର ନୂଆପଡା ଜିଲାପାଳ କୋମନା ବ୍ଳକ ମୁଣ୍ଡାପଲା ପଞ୍ଚାୟତର ମନରେଗା କାମ ତଦାରଖ ପାଇଁ ଯାଇଥିଲେ। ଶ୍ରମିକଙ୍କୁ ଉତ୍ସାହିତ କରିବା ପାଇଁ ନିଜେ ଜିଲାପାଳ ଏହି ଯୋଜନାରେ ଖଲିଆ ବନ୍ଧ ଖନନ ପାଇଁ ହେଉଥିବା ମାଟି କାମରେ ମାଟି ବୋହି ଭାରକୁ ପୋଖରୀ ହୁଡ଼ା ଉପରକୁ ଟେକି ନେଇଥିଲେ । କୋମନା ବିଡ଼ିଓ ବିନୟ କୁମାର ଭୋଇ ମଧ୍ୟ ଏଠାରେ ଭାର ବୋହିଥିଲେ। ଜିଲାରେ ଦାଦନ ଶ୍ରମିକ ଚାଲାଣ ବନ୍ଦ କରିବା ପାଇଁ ଅଣ୍ଟା ଭିଡ଼ିଥିବା ଜିଲାପାଳ ଦାଶ ବିଭିନ୍ନ ସମୟରେ ଶ୍ରମିକଙ୍କୁ ଉତ୍ସାହିତ କରିବା ପାଇଁ ପୂର୍ବରୁ ମାଟି ଖୋଳିଥିଲେ । ଏବେ ଭାର ବୋହି ଚର୍ଚ୍ଚାକୁ ଆସିଛନ୍ତି।

ସୂଚନା ଯୋଗ୍ୟ ଯେ, ଜିଲାର ବହୁ ଶ୍ରମିକ ପରିବାର ମନରେଗା ଯୋଜନାରେ ୩00 ଦିନ କାମକରି ଲକ୍ଷପତି ହୋଇ ପାରିଛନ୍ତି। ଜିଲାପାଳ ଶ୍ରମିକମାନଙ୍କ ସହିତ କାନ୍ଧକୁ କାନ୍ଧ ମିଳାଇ ମାଟି ଖୋଳିବା, ମାଟି ବୋହିବା, ଶ୍ରମିକ ମାନଙ୍କ ମନରେ ନୂତନ ଆତ୍ମପ୍ରତ୍ୟୟ ଜଗାଇ ଦେଇଛି। ସେମାନେ ଦୟନୀୟ ପ୍ରବାସୀ ଶ୍ରମିକ ହିସାବରେ ଅନ୍ୟ ରାଜ୍ୟକୁ ନଯାଇ ନିଜ ଗାଁରେ ପରିବାର ସହିତ ରହି ଶ୍ରମ ଦାନ କରି ସ୍ବାଭିମାନ ସହିତ ବଞ୍ଚିବା ପାଇଁ ସାହସ ଯୁଟାଇ ପାରୁଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଅତିରିକ୍ତ ଜିଲାପାଳଙ୍କୁ ଭାଜପା ଜିଲା ସଭାପତିଙ୍କ ଦୁର୍ବ୍ୟବହାର ଅଭିଯୋଗ

ରାୟଗଡ଼ା,୨୧।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଅତିରିକ୍ତ ଜିଲାପାଳ (ଏଡିଏମ୍‌) ନିହାର ରଞ୍ଜନ କହଁରଙ୍କୁ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ ଦୁର୍ବ୍ୟବହାର କରିଥିବା ନେଇ ଅଭିଯୋଗ...

ବିଧାନସଭାରେ ଘଣ୍ଟା ବାଡେଇ, ତୂରୀ ଫୁଙ୍କି କଂଗ୍ରେସର ପ୍ରତିବାଦ

ଭୁବନେଶ୍ୱର,୨୧ା୩: ଶୁକ୍ରବାର ବିଧାନସଭା ଆରମ୍ଭରୁ ବିଧାନସଭାରେ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଛି।ନାରୀ ସୁରକ୍ଷା ପ୍ରସଙ୍ଗରେ ଘଣ୍ଟ ବାଡ଼େଇ କଂଗ୍ରେସର ଜୋରଦାର ପ୍ରତିବାଦ କରିଛି। କଲା ଡ୍ରେସ...

ଜିଲାସ୍ତରୀୟ ଦିବ୍ୟାଙ୍ଗ କ୍ରୀଡା ମେଳା: ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ

କର୍ଲାମୁଣ୍ଡା,୨୧।୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ସାଧାରଣ ପ୍ୟାରେଡ଼ ପଡିଆଠାରେ ଜିଲାସ୍ତରୀୟ ଦିବ୍ୟାଙ୍ଗ କ୍ରୀଡା ମେଳା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଜିଲା...

ବିନା ସେଫ୍ଟିରେ ଚାଲିଛି ପାଣି ଟାଙ୍କି ନିର୍ମାଣ

ଗଞ୍ଜାମ,୨୧ା୩(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଓ୍ବାର୍ଡ ନଂ ୧୧ ଓ ୧୨ ଦାମୋଦରପୁର କାଳୀମନ୍ଦିରସ୍ଥିତ କଲେଜ ରୋଡ୍‌ଠାରେ ବହୁ ଉଚ୍ଚତା ବିଶିଷ୍ଟ ପାଣି ଟାଙ୍କି...

ଆଜି ତାଣ୍ଡବ ରଚିବ କାଳବୈଶାଖୀ, ବିଜୁଳି-ଘଡ଼ଘଡ଼ି ସହ ହେବ…

ଭୁବନେଶ୍ୱର,୨୧ା୩: ରାଜ୍ୟରେ ଶୁକ୍ରବାର କାଳବୈଶାଖୀ ସମ୍ଭାବନା ରହିଛି। ତେବେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ ବୋଲି...

ଓଡ଼ିଶାର ଟପ୍ ୧୦ ମନ୍ଦିର

ଓଡ଼ିଶାରେ ଅନେକ ପ୍ରସିଦ୍ଧ ମନ୍ଦିର ରହିଛି, ଯାହା ସ୍ଥାପତ୍ୟ, ସାଂସ୍କୃତିକ ମହତ୍ତ୍ୱ ଓ ଆଧ୍ୟାତ୍ମିକତା ପାଇଁ ଜଣାଶୁଣା। ନିମ୍ନରେ ଓଡ଼ିଶାର ଶ୍ରେଷ୍ଠ ୧୦ଟି ମନ୍ଦିରର ତାଲିକା...

ଅପହଞ୍ଚ ଅଞ୍ଚଳକୁ ଟ୍ୟାଙ୍କରରେ ହେଉଛି ଜଳ ଯୋଗାଣ

ସମ୍ବଲପୁର,୨୧ା୩(ପ୍ରମୋଦ ବହିଦାର): ସମ୍ବଲପୁର ମହାନଗରବାସୀଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ପାଇଁ ୯ଟି ଜଳ ବିଶୋଧନାଗାର ରହିଛି। ପାନୀୟ ଜଳ ବିତରଣକାରୀ ସଂସ୍ଥା ୱାଟ୍‌କୋ ସମ୍ପୂର୍ଣ୍ଣ...

ସାତଜନ୍ମର ସାଥୀ ହେଲେ ୨ ଦିବ୍ୟାଙ୍ଗ, ଅନ୍ୟମାନଙ୍କ ପାଇଁ ସୃଷ୍ଟି କଲେ ଉଦାହରଣ

ବରଗଡ଼,୨୧ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବନ୍ଧପାଲି ଗ୍ରାମର ଚଞ୍ଚଳା ମାଝୀ ଏବଂ ସମ୍ବଲପୁର ଜିଲା ଗମ୍ଭାରିପଙ୍କ ଗ୍ରାମର ଶାନ୍ତନୁ ମଟାରୀ ଜନ୍ମରୁ ଦିବ୍ୟାଙ୍ଗ। ଉଭୟେ ଭଲ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image