ସଙ୍ଗୀତାଙ୍କୁ ମିଳିପାରେ ବିଜେଡି ଟିକେଟ

ନିମାପଡ଼ା,୬ା୪(ରଞ୍ଜନ ପଟ୍ଟନାୟକ): ବର୍ତ୍ତମାନ ପରିସ୍ଥିତିରେ ନିମାପଡ଼ା ବିଜେଡି ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳୀୟ ଟିକେଟ କାହାକୁ ମିଳିବ ସେ ନେଇ ସସ୍‌ପେନ୍ସ ଲାଗିରହିଛି। ଗୁରୁବାର ଟିକେଟ ଆଶାରେ ଭାଜପା ଛାଡ଼ି ଦିଲୀପ ନାୟକ ବିଜେଡିରେ ଯୋଗଦେଇଥିଲେ। ଶଙ୍ଖଭବନରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶ ଦଳୀୟ ଉତ୍ତରୀୟ ଦେଇ ଦିଲୀପ ଏବଂ ତାଙ୍କ ସମର୍ଥକମାନଙ୍କୁ ସ୍ବାଗତ କରିଥିଲେ। ଏହାର ଦିନକ ପରେ ବିଧାୟକ ଦାଶ ନିଜ ସହଧର୍ମିଣୀ ସଙ୍ଗୀତା ଦାଶଙ୍କୁ ନିମାପଡ଼ାରୁ ବିଜେଡି ପକ୍ଷରୁ ବିଧାୟିକା ପ୍ରାର୍ଥୀ କରିବା ପାଇଁ ଲବିକୁ ଜୋରଦାର କରିଛନ୍ତି। ସମୀରଙ୍କ ବଦଳରେ ସଙ୍ଗୀତା ଏଠାରୁ ପ୍ରାର୍ଥୀ ହେବେ ବୋଲି ସାଧାରଣରେ ଆଲୋଚନା ଜୋର ଧରିଛି। ନିମାପଡ଼ା ଆସନ ପାଇଁ ଦିନକୁ ଦିନ ବିଜେଡିର ଆଶାୟୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଆସନରେ ବିଜୟ ସୁନିଶ୍ଚିତ କରିବା ନିମନ୍ତେ ରାଜ୍ୟ ନେତୃତ୍ୱ ଏଠାରେ ଜଣେ ମହିଳାଙ୍କୁ ପ୍ରାର୍ଥୀ କରିବା ନିମନ୍ତେ ଆଗ୍ରହୀ ରହିଛନ୍ତି। ଏପରି ସ୍ଥଳେ ଶୁକ୍ରବାର ଅନ୍ୟ ଏକ ରୋଚକ ଘଟଣା ବିଜେଡି ସମୀକରଣକୁ ଓଲଟପାଲଟ କରିଦେଇଛି। ଶଙ୍ଖଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ଅନ୍ୟ ଜଣେ ମହିଳା ଟିକେଟ ଆଶାୟୀ ସୁଜାତା ସ୍ବାଇଁ ନିଜର ସଂଖ୍ୟାଧିକ ସମର୍ଥକଙ୍କ ସହିତ ବିଜେଡିରେ ଯୋଗଦେଇଛନ୍ତି। ସେହିପରି ଆଶାୟୀ ସୁବ୍ରତ ଛାଟୋଇ ଏଠାରୁ ପ୍ରାର୍ଥୀ ହୋଇପାରନ୍ତି ବୋଲି ମଧ୍ୟ ଶୁଣିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

କଂସ ଅଭିନେତାଙ୍କ ଅଡୁଆ ବଢ଼ିଲା, ମହାପ୍ରୟାଣ ଗାଡ଼ି ବାବଦ ଟଙ୍କା ନେବା ପଡ଼ିଲା ମହଙ୍ଗା

ବରଗଡ଼,୧୮।୧୦(ପ୍ରେମାନନ୍ଦ ଖମାରୀ): ମହାପ୍ରୟାଣ ଗାଡ଼ିରେ ମୃତଦେହ ପରିବହନ ବାବଦକୁ ମୃତକଙ୍କ ସମ୍ପକୀୟଙ୍କଠାରୁ ଟଙ୍କା ନେବା ଘଟଣା ବରଗଡ଼ ଜିଲା ସ୍ବାସ୍ଥ୍ୟ ବିଭାଗରେ କାର୍ଯ୍ୟରତ ଡ୍ରାଇଭର ତଥା...

ବାଥ୍‌ରୁମ୍‌ରୁ ମିଳିଲା ଯୁବତୀଙ୍କ ମୃତଦେହ: ବଢୁଛି ସନ୍ଦେହ

ବାଲିଗୁଡା,୧୮।୧୦(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲା ବାଲିଗୁଡା ପଣସପଡ଼ିଠାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏଠାରେ ଏକ ବାଥ୍‌ରୁମ୍‌ରୁ ଯୁବତୀଙ୍କ ମୃତଶରୀର ଉଦ୍ଧାର କରାଯାଇଛି। ସୂଚନା...

ଟ୍ରେନ୍‌ରେ ଚଢ଼ିବା ସମୟରେ ଅଘଟଣ: ମା’ ସହ ଖସିପଡ଼ିଲେ ୪ ବର୍ଷର ଶିଶୁକନ୍ୟା

ରାୟଗଡ଼ା,୧୮ା୧୦(ଆଶିଷ ରଞ୍ଜନ ପଣ୍ଡା): ଚଳନ୍ତା ଟ୍ରେନ୍‌ରେ ଚଢ଼ିବା ବେଳେ ଅଘଟଣ ଘଟିଛି। କରବା ଏକ୍ସପ୍ରେସରେ ଚାପି ହୋଇ ମା ଓ ୪ ବର୍ଷର ଶିଶୁକନ୍ୟା ଗୁରୁତର...

କେସିଙ୍ଗା ବ୍ଲକ ଅଧ୍ୟକ୍ଷଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବକୁ ୧୫ ଦିନ ବିତିଲା, ସମିତିସଭ୍ୟ-ସରପଞ୍ଚଙ୍କୁ ଭୟଭୀତ ପାଇଁ କୂଟଚକ୍ରାନ୍ତ

କେସିଙ୍ଗା,୧୮ା୧୦: କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧ୍ୟକ୍ଷଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଉପାଧ୍ୟକ୍ଷା ରାଜଲଷ୍ମୀ ପଟ୍ଟନାୟକଙ୍କ ନେତୃତ୍ୱରେ ଆଜକୁ ୧୫ଦିନ ବିତି ଗଲାଣି। ପ୍ରଶାସନିକସ୍ତରରେ ନୋଟିସ୍‌...

ସିମନବାଡ଼ି ଅଞ୍ଚଳରେ ବଢୁଛି ଦେଶୀ-ବିଦେଶୀ ମଦ ବିକ୍ରି, ଅବକାରୀ ବିଭାଗର ନିଦ ଭାଙ୍ଗୁନି

ଦାରିଙ୍ଗବାଡ଼ି,୧୮ା୧୦(ଅରୁଣ ସାହୁ) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଅଞ୍ଚଳରେ ଚୋରା ଦେଶୀ ମଦ ଓ ନକଲି ବିଦେଶୀ ମଦ ବିକ୍ରି ଅଭିଯୋଗ ହୋଇଛି।...

ଧରାପୃଷ୍ଠକୁ ଆସି ଆଇନ ଜାଲରେ ଛନ୍ଦି ହେଲେ ମା’ ଦୁର୍ଗା, ହୋଇପାରୁନି ବିସର୍ଜନ

ଭୁବନେଶ୍ୱର, ୧୮ା୧୦: ଧରାପୃଷ୍ଠକୁ ଆସି ଆଇନ ଜାଲରେ ଛନ୍ଦି ହେଲେ ମା’ ଦୁର୍ଗା। ଜାଗା ବିବାଦ ପାଇଁ ଦଶହରା ପରେ ବି ହୋଇନାହାଁନ୍ତି ବିସର୍ଜିତ। ଏଭଳି...

ବୃନ୍ଦାବତୀ ନିବାସ ଆଗରେ ଅଚେତ୍‌ ହୋଇପଡିଲେ ଜଣେ ହବିଷ୍ୟାଳୀ

ପୁରୀ,୧୮।୧୦: ବୃନ୍ଦାବତୀ ନିବାସ ଆଗରେ ଜଣେ ହବିଷ୍ୟାଳୀ ଅଚେତ୍‌ ହୋଇ ପଡିଛନ୍ତି। ତାଙ୍କୁ ପୁରୀ ମେଡିକାଲରେ ଭର୍ତ୍ତି କରାଯାଇଛି। ହବିଷ୍ୟାଳୀ ଜଣଙ୍କ ଯାଜପୁର ଜିଲା ବରୀ...

୪ ଜମି ଅଧିଗ୍ରହଣ ଅଧିକାରୀ ନିଲମ୍ବିତ

ଯାଜପୁର,୧୮ା୧୦(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ଦ୍ୱିତୀୟ ସର୍ବବୃହତ୍‌ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ରେଙ୍ଗାଲି ବହୁମୁଖୀ ଯୋଜନା ଦ୍ୱାରା ଯାଜପୁର ଜିଲାର ୪୬,୬୦୦ ହେକ୍ଟର ଜମିରେ ଜଳସେଚନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri