ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪ ଲକ୍ଷ ଟପିଲା

ନୂଆଦିଲ୍ଲୀ, ୨୭।୭: ଦେଶରେ କରୋନା ମହାମାରୀ ସଂକ୍ରମଣ ବଢ଼ିଚାଲିଛିି। ସୋମବାର ସୁଦ୍ଧା ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪ ଲକ୍ଷ ୩୫ ହଜାର ୪୫୩ରେ ପହଞ୍ଚିଛି। ସେହିପରି ମୃତକଙ୍କ ସଂଖ୍ୟା ୩୨ ହଜାର ୭୭୧ ଛୁଇଁଛି। ଗତ ୨୪ ଘଣ୍ଟାରେ ୪୯ ହଜାର ୯୩୧ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଏହି ସମୟ ମଧ୍ୟରେ ୭୦୮ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଇତିମଧ୍ୟରେ ୯ ଲକ୍ଷ ୧୭ ହଜାର ୫୬୮ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ୪ ଲକ୍ଷ ୮୫ ହଜାର ୧୧୪ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି। ବର୍ତ୍ତମାନ ସୁଦ୍ଧା କୋଟିଏ ୬୮ ଲକ୍ଷ ୬ ହଜାର ୮୦୩ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ରବିିବାର୫ ଲକ୍ଷ ୧୫ ହଜାର ୪୭୨ ଜଣଙ୍କ ନମୁନା ପରୀକ୍ଷା ହୋଇଥିବା ଆଇସିଏମ୍‌ଆର୍‌ ପକ୍ଷରୁ ସୂଚନା ଦିଆଯାଇଛି। ଜୁଲାଇ ୨୫ରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ଟପିଥିବାବେଳେ ମାତ୍ର ଦୁଇ ଦିନ ମଧ୍ୟରେ ଲକ୍ଷେରୁ ଅଧିକ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।

Share