ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟପିଲା ୧୧ ଲକ୍ଷ

ନୂଆଦିଲ୍ଲୀ, ୨୦।୭: ଭାରତରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ସୋମବାର ସୁଦ୍ଧା ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧ ଲକ୍ଷ ୧୮ ହଜାର ୪୩ରେ ପହଞ୍ଚିଛି। ସେହିପରି ମୃତକଙ୍କ ସଂଖ୍ୟା ୨୭ ହଜାର ୪୯୭ ଛୁଇଁଛି। ଗତ ୨୪ ଘଣ୍ଟା ମଧ୍ୟରେ ୪୦ ହଜାର ୪୨୫ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ୬୮୧ ଜର ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରତିଦିନ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଏନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଦେଶରେ ୭ଲକ୍ଷ ୮୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ୩ଲକ୍ଷ ୯୦ ହଜାର ୪୫୯ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି। ଏବେ ପ୍ରତି ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪୦ ହଜାରରୁ ଅଧିକ ରହୁଛି। ଏହି ଧାରା ଜାରି ରହିଲେ ଗୋଟିଏ ସପ୍ତାହ ମଧ୍ୟରେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫ ଲକ୍ଷ ଛୁଇଁବାର ଆଶଙ୍କା ଥିବା କୁହାଯାଉଛି।

Share