ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୧୫।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଛି। ଦୈନିକ ସଂକ୍ରମଣ ୨ ହଜାର ୫୬୮ ରେ ପହଞ୍ଚିଛି। ସେହିପରି ମୃତ୍ୟୁ ସଂଖ୍ୟା ୯୭ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା କମିବାରେ ଲାଗିଛି। ଏହି ସମୟରେ ସକ୍ରିୟ ମାମଲା ୪୦ ହଜାର ତଳେ ପହଞ୍ଚିଛି। ଏହା ୩୩ ହଜାର ୯୧୭ ରହିଛି।

ସେହିପରି ୨୪ ଘଣ୍ଟାରେ ୪ ହଜାର ୭୨୨ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୧୫ ହଜାର ୯୭୪ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୨୯ ଲକ୍ଷ ୯୬ ହଜାର ୬୨ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୪ ଲକ୍ଷ ୪୬ ହଜାର ୧୭୧ ଜଣ ସୁସ୍ଥ ହୋଇ ସାରିଛନ୍ତି।

ସୂଚନାଯୋଗ୍ୟ, ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୮୦ କୋଟି ୪୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୧୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୭୮ କୋଟି ୧୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି।

ଗତ ୨୪ ଘଣ୍ଟାରେ କେରଳର ସର୍ବାଧିକ ୮୦୯ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ମିଜୋରାମ୍‌ରେ ୪୯୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

Share