ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୧୩।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ହଜାରେ ୮୮ ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୩୦ ତଳେ ରହିଛି। ଏହା ୨୬ ରେ ପହଞ୍ଚିଛି। ଅପରପକ୍ଷରେ ସକ୍ରିୟ ମାମଲା କମିବାରେ ଲାଗିଛି।

ଏହି ସମୟରେ ସକ୍ରିୟ ମାମଲା ୧୧ ହଜାର ତଳେ ରହିଛି। ଏହା ୧୦ ହଜାର ୮୭୦ ରହିଛି। ସେହିପରି ୨୪ ଘଣ୍ଟାରେ ହଜାରେ ୮୧ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୧ ହଜାର ୭୩୬ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୦ ଲକ୍ଷ ୩୮ ହଜାର ୧୬ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୫ ଲକ୍ଷ ୫ ହଜାର ୪୧୦ ଜଣ ସୁସ୍ଥ ହୋଇ ସାରିଛନ୍ତି।

ସୂଚନାଯୋଗ୍ୟ, ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୮୬ କୋଟି ୧୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୪୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୦ କୋଟି ୧୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି।

ଗତ ୨୪ ଘଣ୍ଟାରେ କେରଳର ସର୍ବାଧିକ ୨୯୮ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଦିଲ୍ଲୀରେ ୨୦୨ ଜଣ, ମହାରାଷ୍ଟ୍ରରେ ୧୧୩ ଜଣ, ହରିୟାଣାରେ ୧୪୯ ଏବଂ ମିଜୋରାମ୍‌ରେ ୯୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

Share