ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ,୪।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଛି। ଏହି ସମୟରେ ଦୈନିକ ସଂକ୍ରମଣ ୧୨ ହଜାର ୮୮୫ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୪୬୧ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସେହିପରି ଏହି ସମୟ ମଧ୍ୟରେ ୧୫ ହଜାର ୫୪ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୨୨ ପ୍ରତିଶତ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା ୧ ଲକ୍ଷ ୫୧ ହଜାର ୨୦୯ ରହିଛି।  ସାପ୍ତାହିକ ପଜିଟିଭ୍‌ ହାର ୧.୧୮ ପ୍ରତିଶତରୁ କମ୍‌ ରହିଛି। ଦୈନିକ ପଜିଟିଭିଟି ହାର ୧.୧୧ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୪୪ ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୫୯ ହଜାର ୬୫୨ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୩ ପ୍ରତିଶତ ରହିଛି।

ବର୍ତ୍ତମାନ ସୁଦ୍ଧା ୧୦୭ କୋଟି ୬୩ ଲକ୍ଷ ୧୪ ହଜାର ୪୪୦ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୩୦ ଲକ୍ଷ ୯୦ ହଜାର ୯୨୦ ଜଣଙ୍କୁ ଟିକାଦାନ କରାଯାଇଛି। ଅପରପକ୍ଷରେ ଇତିମଧ୍ୟରେ ୬୦ କୋଟି ୮୩ ଲକ୍ଷ ୧୯ ହଜାର ୯୧୫ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୧୧ ଲକ୍ଷ ୩୫ ହଜାର ୧୪୨ ଲୋକଙ୍କ ନମୁନା ପରୀକ୍ଷା କରାଯାଇଛି।

ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୩୭ ଲକ୍ଷ ୧୨ ହଜାର ୭୯୪ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୪୨ ଲକ୍ଷ ୯୬ ହଜାର ୨୩୭ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କେରଳରେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି।

Share