ନୂଆଦିଲ୍ଲୀ,୧।୪: ଦେଶରେ କରୋନାର ସଂକ୍ରମଣର ଦ୍ୱିତୀୟ ଲହର ଜାରି ରହିଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ବଢ଼ିବାରେ ଲାଗିଛି। ଦେଶରେ ଲଗାତାର ଗତ ୬ ଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୬୦ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୭୨ ହଜାର ୧୮୨ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୪୫୨ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଦେଶରେ ମହାରାଷ୍ଟ୍ର, ଛତିଶଗଡ଼, କର୍ନାଟକ, କେରଳ, ତାମିଲନାଡୁ, ଗୁଜରାଟ, ମଧ୍ୟପ୍ରଦେଶ ଆଦି ରାଜ୍ୟରେ କରୋନା ବେକାବୁ ହେବାରେ ଲାଗିଛି। ମହାରାଷ୍ଟ୍ରରେ ଗତ ୨୪ ଘଣ୍ଟାରେ ୩୯ ହଜାର ୫୪୪ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ୨୨୭ ଜଣଙ୍କର ମୃତ୍ୟୁ କରୋନା ଯୋଗୁ ଘଟିଛି।