ପୁଣି ବଢ଼ିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା…

ନୂଆଦିଲ୍ଲୀ,୧୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ତେବେ ଦିନେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା କମିଲେ ପୁଣି ଏହା ବଢୁଛି। ବୁଧବାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୬୨ ହଜାର ୨୨୪ ଥିବାବେଳେ ମୃତକଙ୍କ ସଂଖ୍ୟା ୨,୫୪୨ ଥିଲା। ଗୁରୁବାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଛି। ଅପରପକ୍ଷରେ ମୃତକଙ୍କ ସଂଖ୍ୟା କମିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୬୭ ହଜାର ୨୦୮ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୨,୩୩୦ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୧ ଲକ୍ଷ ୩ ହଜାର ୫୭୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅପରପକ୍ଷରେ ୮ ଲକ୍ଷ ୨୬ ହଜାର ୭୪୦ ଜଣ ଚିକିତ୍ସିତ ହେଉଛନ୍ତି। ବର୍ତ୍ତମାନ ସୁଦ୍ଧା ୨୬ କୋଟି ୫୫ ଲକ୍ଷ ୧୯ ହଜାର ୨୫୧ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ୩୮ କୋଟି ୫୨ ଲକ୍ଷ ୩୮ ହଜାର ୨୨୦ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି।

Share