ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ଲକ୍ଷେରୁ କମ୍‌…

ନୂଆଦିଲ୍ଲୀ,୯।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା କମିବାରେ ଲାଗିଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା କମୁଛି। ତେବେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ମଙ୍ଗଳବାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୮୬ ହଜାର ୪୯୮ ଥିବାବେଳେ ମୃତକଙ୍କ ସଂଖ୍ୟା ୨,୧୨୩ ଥିଲା। ତେବେ ବୁଧବାର ନୂଆ ଆକ୍ରାନ୍ତଙ୍କ ସହିତ ମୃତକଙ୍କ ସଂଖ୍ୟା ପୁଣି ବଢ଼ିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୯୨ ହଜାର ୫୯୬ ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୨,୨୧୯ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୧ ଲକ୍ଷ ୬୨ ହଜାର ୬୬୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ହେବା ହାର ଧୀରେଧୀରେ ବୃଦ୍ଧି ପାଉଛି। ଅପରପକ୍ଷରେ ୧୨ ଲକ୍ଷ ୩୧ ହଜାର ୪୧୫ ଜଣ ଚିକିତ୍ସିତ ହେଉଛନ୍ତି। ବର୍ତ୍ତମାନ ସୁଦ୍ଧା ୨୩ କୋଟି ୯୦ ଲକ୍ଷ ୫୮ ହଜାର ୩୬୦ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ୩୭ କୋଟି ୧ ଲକ୍ଷ ୯୩ ହଜାର ୫୯୩ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି।

Share