ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି…

ନୂଆଦିଲ୍ଲୀ,୬।୧୨: ଦେଶରେ କରୋନା ମହାମାରୀର ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛିି। ଏହାଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୮ ହଜାର ୩୦୬ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୨୭୯୬ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସେହିପରି ୮ ହଜାର ୮୩୪ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୩୫ ପ୍ରତିଶତ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା ୯୮ ହଜାର ୪୧୬ ରହିଛି। ୫୫୨ ଦିନ ପରେ ଏହା ସର୍ବନିମ୍ନ ରହିଛି। ସାପ୍ତାହିକ ପଜିଟିଭ୍‌ ହାର ୦.୯୪ ପ୍ରତିଶତରୁ କମ୍‌ ରହିଛି। ଦୈନିକ ପଜିଟିଭିଟି ହାର ୦.୯୮ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୨୯ ପ୍ରତିଶତରେ ପହଞ୍ଚିଛି।

ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୭୩ ହଜାର ୫୩୭ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୬ ପ୍ରତିଶତ ରହିଛି। ଇତି ମଧ୍ୟରେ ୬୪ କୋଟି ୭୨ ଲକ୍ଷ ୫୨ ହଜାର ୮୫୦ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ଗତ ୨୪ ଘଣ୍ଟାରେ ୧୨ ଲକ୍ଷ ୨୬ ହଜାର ୬୪ ଜଣଙ୍କର ନମୁନା ପରୀକ୍ଷା ହୋଇଛି। ବର୍ତ୍ତମାନ ସୁଦ୍ଧା ୧୨୭ କୋଟି ୯୩ ଲକ୍ଷ ୯ ହଜାର ୬୬୯ ଜଣଙ୍କୁ ଟିକାଦାନ ସରିଛି।

ଗତ ୨୪ ଘଣ୍ଟାରେ ୨୪ ଲକ୍ଷ ୫୫ ହଜାର ୯୧୧ ଜଣଙ୍କୁ ଟିକାଦାନ କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୪୦ ଲକ୍ଷ ୬୯ ହଜାର ୬୦୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୪୬ ଲକ୍ଷ ୩୩ ହଜାର ୨୫୫ରେ ପହଞ୍ଚିଛି।

ତେବେ ଧିରେ ଧିରେ ଭିଡ଼ ବଢୁଥବାରୁ କରୋନାର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌କୁ ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ବଢ଼ିବାରେ ଲାଗିଛି।
ଇତି ମଧ୍ୟରେ ଦେଶରେ କରେନାର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୧ରେ ପହଞ୍ଚିଛି।

Share