ବ୍ରାଞ୍ଚ ପୋଷ୍ଟ ମାଷ୍ଟରରୁ ଓଏଏସ୍‌ ହେଲେ ସିଦ୍ଧାର୍ଥ ପଣ୍ଡା

ଭବାନୀପାଟଣା,୧୯ା୧୦(ଉତ୍ତମ କୁମାର ଦାଶ): ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ଫଳାଫଳ ଶନିବାର ପ୍ରକାଶ ପାଇଛି। ଏଥିରେ କଳାହାଣ୍ଡି ଜିଲା ଧର୍ମଗଡ଼ ସହର ଜଗନ୍ନାଥପଡ଼ାର ସିଦ୍ଧାର୍ଥ ପଣ୍ଡା ୨୦୮ ସ୍ଥାନ ଅଧିକାର କରି କୃତକାର୍ଯ୍ୟ ହୋଇଛନ୍ତି। ଏହା ପୂର୍ବରୁ ସେ କୋକସରା ବ୍ଲକ କୁମଜୋରରେ ବ୍ରାଞ୍ଚ ପୋଷ୍ଟ ମାଷ୍ଟର ଭାବେ କାର୍ଯ୍ୟରତ ଥିଲେ। ବରିଷ୍ଠ ଶିକ୍ଷକ ସୁନୀଲ ପଣ୍ଡା ଓ ସୁଜାତା ପଣ୍ଡାଙ୍କ ସେ ବଡ଼ ପୁଅ ଅଟନ୍ତି। ଏହି ସଫଳତା ପରେ ବିଭିନ୍ନ ମହଲରୁ ତାଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟିଛି।

ଶନିବାର ପ୍ରକାଶ ପାଇଛି ୨୦୨୨ ଓଏଏସ୍‌ ରେଜଲ୍ଟ। ଏଥିରେ ମୋଟ୍‌ ୬୮୩ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ଟପ୍‌ ଟେନ୍‌ରେ ୫ ମହିଳା ଏବଂ ୫ ପୁରୁଷ ଅଛନ୍ତି। ଶ୍ୱେତାଶ୍ରୀ ମହାପାତ୍ର ଟପ୍ପର ହୋଇଥିବାବେଳେ ପ୍ରିଙ୍କିଲ ପରବୀନ ପରିଡ଼ା ଦ୍ୱିତୀୟ ଏବଂ ଦୀପ୍ତିରଞ୍ଜନ ପତି ତୃତୀୟ ସ୍ଥାନରେ ରହିଛନ୍ତି।

ସେହିପରି ୪ର୍ଥ ସ୍ଥାନରେ ପ୍ରଜ୍ଞା ପାରଙ୍ଗମ ରହିଥିବା ବେଳେ ୫ମ ସ୍ଥାନରେ ଆଜାଦ ସାହୁ, ୬ଷ୍ଠ ସ୍ଥାନରେ ଦୀପମ ରାଉତ, ୭ମ ସ୍ଥାନରେ ଦେବଦ୍ରତ ଗୌଡ଼,୮ମ ସ୍ଥାନରେ ଆଦିତ୍ୟ ଦୀପଙ୍କର ରାଉତ, ନବମ ସ୍ଥାନରେ କପିଳ କୁମାର ମହାନ୍ତି ରହିଥିବା ବେଳେ ୧୦ମ ସ୍ଥାନରେ ଅମ୍ରିତା ସାହୁ ରହିଛନ୍ତି।

ଉକ୍ତ ପରୀକ୍ଷା ତିନୋଟି ପର୍ଯ୍ୟାୟରେ ଅନୁଷ୍ଠିତ ହୁଏ, ଯଥା:- ପ୍ରାରମ୍ଭିକ ପରୀକ୍ଷା, ମୁଖ୍ୟ ପରୀକ୍ଷା ଏବଂ ଇଣ୍ଟରଭ୍ୟୁ। ଓଡ଼ିଶା ସିଭିଲ ସର୍ଭିସ, ୨୦୨୨ ପରୀକ୍ଷାର ବିଜ୍ଞାପନ ତା ୩୦.୧୨.୨୦୨୨ରେ ସମୁଦାୟ ୬୮୩ ( ୨୨୭- ମହିଳା) ପଦବୀ ପାଇଁ ପ୍ରକାଶିତ ହୋଇଥିଲା ।

ଏହି ପରୀକ୍ଷା ପାଇଁ ସମୁଦାୟ ୯୨୯୧୪ (୩୪୭୧୨-ମହିଳା) ପ୍ରାର୍ଥୀ ଆବେଦନ କରିଥିଲେ ଏବଂ ଏହା ମଧ୍ୟରୁ ୪୦୫୮୬ (୧୪୮୫୨-ମହିଳା) ପ୍ରାର୍ଥୀ ତା-୧୫.୧୦.୨୦୨୩ରେ ଅନୁଷ୍ଠିତ ହୋଇଥିବା ପ୍ରାରମ୍ଭିକ ପରୀକ୍ଷା ଦେଇଥିଲେ। ୮୨୨୦ (୨୭୩୦-ମହିଳା) ଜଣ ପରୀକ୍ଷାର୍ଥୀ ଏହି ପ୍ରାରମ୍ଭିକ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିଲେ। ଓଡିଶା ସିଭିଲ ସର୍ଭିସ (ମୁଖ୍ୟ) ପରୀକ୍ଷା, ୨୦୨୨ର ଲିଖିତ ପରୀକ୍ଷା ତା-୨୫.୦୨.୨୦୨୪ରୁ ତା ୦୩.୦୩.୨୦୨୪ ମଧ୍ୟରେ ଅନୁଷ୍ଠିତ ହୋଇଥିଲା ଏବଂ ଏହି ପରୀକ୍ଷାରେ ୬୬୩୯ (୨୩୩୭-ମହିଳା) ପରୀକ୍ଷାର୍ଥୀ ଉପସ୍ଥିତ ଥିଲେ। ଏହା ମଧ୍ୟରୁ ୧୩୬୭ (୪୯୩-ମହିଳା) ପ୍ରାର୍ଥୀଙ୍କୁ ଦସ୍ତାବିଜ ଯାଞ୍ଚ ଏବଂ ଇଣ୍ଟରଭ୍ୟୁ ପରୀକ୍ଷା ପାଇଁ କଟକସ୍ଥିତ ଓଡ଼ଶା ଲୋକସେବା ଆୟୋଗର କାର୍ଯ୍ୟାଳୟରେ ତା ୧୦.୦୯.୨୦୨୪ ରିଖରୁ ତା ୦୭.୧୦.୨୦୨୪ ରିଖ ଅବଧି ମଧ୍ୟରେ ଡକାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଏଏସ୍‌ ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଶାଳିନୀ: ଜିଲାପାଳ ହୋଇ ଲୋକଙ୍କ ସେବା କରିବା ରହିଛି ଲକ୍ଷ୍ୟ

ପୁରୁଷୋତ୍ତମପୁର,୧୯।୧୦(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ବଜାର ସାହି ଏକ କୃଷକ ପରିବାରରେ ଜନ୍ମ ଗ୍ରହଣ କରିଥିବା ଆଇ ଶାଳିନୀ(୨୩ ) ପ୍ରଥମ ପ୍ରୟାସରେ ଓଏଏସ୍‌...

ଓଏଏସ୍‌ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ସରକାରଙ୍କ ଜଣେ ପ୍ରତିନିଧି ଭାବେ…

ଭୁବନେଶ୍ୱର,୧୯ା୧୦: ଶନିବାର ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ପରୀକ୍ଷାର ରେଜଲ୍ଟ ପ୍ରକାଶ ପାଇଛି। ଏଥିରେ କୃତିତ୍ୱ ହାସଲ କରିଥିବା ସମସ୍ତଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା...

ଓଏଏସ୍‌ ପରୀକ୍ଷାରେ ଜୁନାଗଡ଼ ପୁଅଙ୍କ ସଫଳତା

ଭବାନୀପାଟଣା,୧୯।୧୦(ଉତ୍ତମ କୁମାର ଦାଶ): ଶନିବାର ପ୍ରକାଶ ପାଇଛି ୨୦୨୨ ଓଏଏସ୍‌ ରେଜଲ୍ଟ। ଓଏଏସ୍‌ ପରୀକ୍ଷାରେ ସଫଳ ହୋଇଛନ୍ତି କଳାହାଣ୍ଡି ଜିଲା ଜୁନାଗଡ଼ର ପୁଅ ଲଲାଟେନ୍ଦୁ ଦଣ୍ଡସେନା।...

ପ୍ରଶାସନିକ ସେବାରେ ରାୟଗଡ଼ାରୁ ବାଜି ମାରିଲେ ୫, ଛୁଟୁଛି ଶୁଭେଚ୍ଛାର ସୁଅ

ରାୟଗଡ଼ା,୧୯ା୧୦(ଆଶିଷ ରଞ୍ଜନ ପଣ୍ଡା): ପ୍ରଶାସନିକ ସେବାରେ ରାୟଗଡ଼ା ଜିଲାରୁ ୫ ଜଣ କୃତକାର୍ଯ୍ୟ ହୋଇଥିବା ଜଣାପଡ଼ିଛି। ସେମାନେ ହେଲେ ଦୀପାରାଣୀ ବେହେରା, ପଙ୍କଜ କୁମାର ମାଝୀ,...

ଘର ବାରଣ୍ଡାରେ ବସିଥିଲେ ଛାତ୍ରୀ, ହେଲା ବଜ୍ରପାତ, ଆଉ ତା’ ପରେ…

ବାଲିଗୁଡ଼ା,୧୯ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ସୁଡ୍ରା ପଞ୍ଚାୟତର ପଲାମି ଗ୍ରାମରେ ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ମାରିବା ଦ୍ୱାରା ବଜ୍ରପାତରେ...

ସ୍ତ୍ରୀଙ୍କ ତଣ୍ଟି ଚିପି ହତ୍ୟା ଉଦ୍ୟମ, ସ୍ବାମୀ ଫେରାର

ଦିଗପହଣ୍ଡି,୧୯ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ମହୁଡ଼ା ନରସିଂହପୁର ଗ୍ରାମର ଏସ୍‌. ବେଦମତୀ ଦୋରାଙ୍କୁ ତାଙ୍କ ସ୍ବାମୀ ଏସ୍‌.ଦୀନବନ୍ଧୁ ଦୋରା ନିସ୍ତୁକ ମାଡ଼...

କେନାଲରେ ବୁଡ଼ି ଗଲେ ୩ ନାବାଳକ

ବାରିପଦା,୧୯।୧୦: ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ନୂଆଗାଁରେ ଶନିବାର ଏକ ଅଘଟଣ ଘଟିଛି। ସୁବର୍ଣ୍ଣରେଖା କେନାଲରେ ବୁଡ଼ି ୩ ନାବାଳକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ବୟସ...

OAS ପରୀକ୍ଷାରେ ବାଜି ମାରିଲେ କର୍ଲାମୁଣ୍ଡା ବିଇଓ, ଛୁଟୁଛି ଶୁଭେଚ୍ଛାର ସୁଅ

କର୍ଲାମୁଣ୍ଡା,୧୯ା୧୦: କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରିଣୀ(ବିଇଓ) ସୁଶ୍ରୀ ବିଜୟଲକ୍ଷ୍ମୀ ନାଗ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri