ଯାତ୍ରାରେ ବନ୍ଦ ହେବ ଅଶ୍ଳୀଳ ନୃତ୍ୟ

ଭୁବନେଶ୍ୱର,୩୧ା୧୦(ସୁନିତ୍‌ ମିଶ୍ର): ଯାତ୍ରାରେ ଆଉ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ହେଇପାରିବନାହିଁ। ଖୋଲା ମଞ୍ଚ ଯାତ୍ରାରେ ନାଟକକୁ ନେଇ ଦର୍ଶକଙ୍କ ଭିତରେ କ୍ରେଜ୍‌ ବଢୁଛି। ହେଲେ ନାଟକରେ ଆଇଟମ୍‌ ଡ୍ୟାନ୍ସକୁ ନେଇ ଅନେକ ସମୟରେ ବିବାଦ ଦେଖାଦେଉଥିବାରୁ ଏହାକୁ ନେଇ ବିଭିନ୍ନ ପ୍ରକାର ବିଶୃଙ୍ଖଳା ସୃଷ୍ଟିହେଉଛି। ଏହାକୁ ରୋକିବା ଲାଗି ରାଜ୍ୟ ସରକାର କଠୋର ପଦକ୍ଷେପ ନେବାକୁ ଯାଉଛନ୍ତି। ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ଯାତ୍ରାରେ ଅଶ୍ଳୀଳ ନୃତ୍ୟ ବନ୍ଦ କରିବା ପାଇଁ ଖୁବ୍‌ଶୀଘ୍ର ଆଇନ ଅଣାଯିବ। ସରକାର ଏହାକୁ ସମ୍ବେଦନଶୀଳ ପ୍ରସଙ୍ଗ ଭାବେ ଗ୍ରହଣ କରିଛନ୍ତି। ଏହାକୁ ନେଇ ବିଚାରବିମର୍ଶ ଚାଲିଛି। ଯାତ୍ରା ପାର୍ଟି ମାଲିକଙ୍କ ସହ ଏନେଇ ଆଲୋଚନା ହେବ ବୋଲି ପୃଥ୍ବୀରାଜ କହିଛନ୍ତି। ସୂଚନାରୁ ପ୍ରକାଶ, ଗତ କିଛିଦିନ ହେଲା ଯାତ୍ରା ଦର୍ଶକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରକ୍ଷଣଶୀଳ ବ୍ୟକ୍ତି ନିଜ ପରିବାର ଲୋକଙ୍କ ସହ ଯାତ୍ରା ଦେଖିବାକୁ ଆସୁଛନ୍ତି। ହେଲେ ନାଟକ ଆରମ୍ଭ ପୂର୍ବରୁ ହେଉଥିବା ଅଶ୍ଳୀଳ ନୃତ୍ୟକୁ ନେଇ ଅନେକ ସମୟରେ ବିବାଦ ଦେଖାଦେଉଛି। ରାଜ୍ୟ ସରକାରଙ୍କ କଡ଼ା ତାଗିଦ ସତ୍ତ୍ୱେ କେତେକ ଅନୁଷ୍ଠାନ ମଞ୍ଚରେ ଅଶ୍ଳୀଳ ନୃତ୍ୟ ପରିବେଷଣ କରାଉଛନ୍ତି।
ଅନ୍ୟପକ୍ଷରେ ରାଜ୍ୟର ମଦ ବାର୍‌ଗୁଡ଼ିକରେ ହେଉଥିବା ଡ୍ୟାନ୍ସ ଉପରେ ସରକାର ରୋକ ଲଗାଇଥିଲେ। ଏଥିରେ ସରକାର କୋହଳ ହୋଇ ମଦ ବାର୍‌ଗୁଡ଼ିକରେ ସଙ୍ଗୀତଭିତ୍ତିକ କାଯର୍ର୍‌ୟକ୍ରମ ପରିବେଷଣ ପାଇଁ କେତେକ ସର୍ତ୍ତ ରଖି ଅନୁମତି ଦେଇଛନ୍ତି। ହେଲେ ବାର୍‌ଗୁଡ଼ିକରେ ନୃତ୍ୟକୁ ପୂର୍ବଭଳି ବାରଣ କରାଯାଇଥିବାବେଳେ କେବଳ ଗୀତ ଓ ବାଦ୍ୟଯନ୍ତ୍ର ପରିବେଷଣକୁ ଅନୁମତି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶବ୍ୟାପୀ UPI ଡାଉନ୍: ପେମେଣ୍ଟ କରିବାକୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି ୟୁଜର

ନୂଆଦିଲ୍ଲୀ,୨।୪: UPI ସର୍ଭର ଡାଉନ ହେବାରୁ ଦେଶବ୍ୟାପୀ ଅନଲାଇନ୍ ପେମେଣ୍ଟ କରିବାରେ ୟୁଜରମାନେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଗୁଗୁଲ୍ ପେ, ପେଟିଏମ୍ ଏବଂ ଷ୍ଟେଟ୍ ବ୍ୟାଙ୍କ...

୧୦ ଫୁଟ ତଳକୁ ଖସିପଡ଼ିଲା କାର୍‌: ବାଇକ୍‌ ଶୋ’ରୁମ୍‌ ମ୍ୟାନେଜରଙ୍କ ମୃତ୍ୟୁ,ଡ୍ରାଇଭର ଗୁରୁତର

ଗଞ୍ଜାମ,୨।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ୧୬ ନମ୍ବର ଜାତୀୟ ରାଜପଥ ସୁକନ୍ୟା ଢାବା ନିକଟରେ ଭୟଙ୍କର ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ୧୦ ଫୁଟ...

ନକଲିକୁ ଧରିଲା ଅସଲି ପୋଲିସ: ହୋମଗାର୍ଡ ଚାକିରି ଦେବାକୁ କହି ୩୦ରୁ ୪୦ ଆଶାୟୀଙ୍କୁ ଠକେଇ

କଟକ,୨।୪: କମିଶନରେଟ୍ ପୋଲିସର କଟକ ପୋଲିସ ବିଭାଗରେ ବିଭିନ୍ନ ପ୍ରକାରର ପଦବୀରେ ନିଯୁକ୍ତି ଦେବା ବାହାନାରେ ଚାକିରି ଆଶାୟୀମାନଙ୍କୁ ଠକୁଥିବା ଜଣେ ନକଲି ପୋଲିସ ଇନସପେକ୍ଟରଙ୍କୁ...

୭୭ତମ ଭୁବନେଶ୍ୱର ପ୍ରତିଷ୍ଠା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ, ଦୁଇଦିନ ଉତ୍କଳ ମଣ୍ଡପରେ ସମାରୋହ

ଭୁବନେଶ୍ୱର,୨।୪: ଚଳିତ ବର୍ଷ ରାଜଧାନୀ ଭୁବନେଶ୍ୱରର ୭୭ ତମ ପ୍ରତିଷ୍ଠା ଦିବସ ପାଳନ କରାଯିବା ଉପଲକ୍ଷେ ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ...

କେବେବି ପିଅନ୍ତୁ ନାହିଁ ଥଣ୍ଡା ପାଣି

ଏବେ ତ ଗ୍ରୀଷ୍ମଋତୁ। ଲସି, ସର୍ବତ ବ୍ୟତୀତ ଥଣ୍ଡା ପାଣିର ଚାହିଦା କିଛି କମ ନୁହେଁ। କେତେକେ ଅତ୍ୟଧିକ ଥଣ୍ଡା ପାଣି ପିଇବାକୁ ପସନ୍ଦ କରିଥାଆନ୍ତି।...

Jasprit Bumrah IPL 2025: ମୁମ୍ବାଇ ଇଣ୍ଡିଆନ୍ସକୁ ଲାଗିବ ବଡ଼ ଝଟକା! ଫିଟ ହେବା ପରେ ବି ଖେଳିବେ ନାହିଁ ବୁମରା?

ନୂଆଦିଲ୍ଲୀ,୨।୪: ଜସପ୍ରିତ ବୁମରା ଆଘାତ ଯୋଗୁଁ ପଡ଼ିଆ ବାହାରେ ଅଛନ୍ତି। ସେ ଚଳିତ ବର୍ଷ ଜାନୁଆରୀରେ ତାଙ୍କର ଶେଷ ମ୍ୟାଚ ଖେଳିଥିଲେ। ଭାରତର ଅଷ୍ଟ୍ରେଲିଆ ଗସ୍ତ...

ମହିଳାଙ୍କର ଏହି ଯୋଜନାର ଡେଡ୍‌ଲାଇନକୁ ବଢାଇଲେ ସରକାର?

ନୂଆଦିଲ୍ଲୀ,୨।୪: ମହିଳା ସଶକ୍ତିକରଣକୁ ପ୍ରୋତ୍ସାହିତ କରିବା ପାଇଁ ସରକାରଙ୍କ ଦ୍ୱାରା ସୃଷ୍ଟି କରାଯାଇଥିବା ସରକାରୀ ଯୋଜନା ‘ମହିଳା ସମ୍ମାନ ସଞ୍ଚୟ ପ୍ରମାଣପତ୍ର’କୁ 31 ମାର୍ଚ୍ଚ, 2025...

ବସ୍ କୁ ପିଟିଲା ଟ୍ରକ୍: ୧୩ ଯାତ୍ରୀ ଆହାତ, ଦୁଇ ଗୁରୁତର

ନୀଳଗିରି, ୨।୪(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବରରୁ ଉଦଳା ପୋଢାଡ଼ିହା ଯାଉଥିବା ମାମା ନାମକ ଘରେଇ ଯାତ୍ରୀବାହୀ ବସ୍ ଦୁର୍ଘଟଣାର ସାମ୍ନା କରିଛି। ନୀଳଗିରି ସେରଗଡ ଝରଣାଘାଟି...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image