ଜାପାନରେ ବିଜ୍ଞାନ ବିନିମୟ କାର୍ଯ୍ୟକ୍ରମରେ ଓଡ଼ିଆ ପୁଅ

ଅନୁଗୋଳ, ୩।୧୧(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ଚମ୍ପତିମୁଣ୍ଡାସ୍ଥିତ ପିଏମ୍‌ଶ୍ରୀ ଜବାହର ନବୋଦୟ ବିଦ୍ୟାଳୟ ଏକାଦଶ ଶ୍ରେଣୀର ଛାତ୍ର ଯୁବ ବିଜ୍ଞାନୀ ତେଜସ ଦାଶ ଜାପାନର ଟୋକିଓରେ ଆୟୋଜିତ ସାକୁରା ବିଜ୍ଞାନ ବିନିମୟ କାର୍ଯ୍ୟକ୍ରମରେ ଯୋଗଦେଇ ଓଡ଼ିଶା ଫେରିଛନ୍ତି। ଭାରତ ସରକାରଙ୍କ ରାଷ୍ଟ୍ରୀୟ ଶୈକ୍ଷିକ ଅନୁସନ୍ଧାନ ଓ ପ୍ରଶିକ୍ଷଣ ପରିଷଦ ଶିକ୍ଷା ମନ୍ତ୍ରଣାଳୟ ଓ ଜାପାନ ସରକାରଙ୍କ ମିଳିତ ସହଯୋଗିତାରେ ଏହା ଆୟୋଜିତ ହୋଇଥିଲା। ଭାରତର ୧୦ ନବୋଦୟ ଛାତ୍ରୀଛାତ୍ର ଏବଂ ଶତାଧିକ ପ୍ରେରଣା ସ୍କଲାରଙ୍କ ମଧ୍ୟରୁ ୯ ଜଣ ଏହି କାର୍ଯ୍ୟକ୍ରମରେ ପ୍ରତିନିଧିତ୍ୱ କରିଥିଲେ। ଏହି ପ୍ରତିଭାଧାରୀମାନେ ଅକ୍ଟୋବର ୧୮ରୁ ୨୬ ତାରିଖ ପର୍ଯ୍ୟନ୍ତ ଜାପାନର ବିଭିନ୍ନ ବିଶ୍ୱବିଦ୍ୟାଳୟ, ଗବେଷଣା ପ୍ରତିଷ୍ଠାନ ଓ ସ୍କୁଲମାନ ପରିଭ୍ରମଣ କରି ଜ୍ଞାନ ଆହରଣ କରିବା ସହ ଭାରତର ସଂସ୍କୃତି, ସଭ୍ୟତା ଓ ଜ୍ଞାନ ଗରିମାର ଉପସ୍ଥାପନ କରିଥିଲେ। କାର୍ଯ୍ୟକ୍ରମର ଏକ ବିଶେଷ ପର୍ଯ୍ୟାୟରେ ଜାପାନର ଛାତ୍ରୀଛାତ୍ରମାନଙ୍କ ସହ ଆଲୋଚନା ଓ ଜ୍ଞାନର ଆଦାନ ପ୍ରଦାନ ମଧ୍ୟ ହୋଇଥିଲା। ଭାରତୀୟ ପ୍ରତିଭାଗୀମାନେ ଜାପାନର ସୁଚିଉରା ଫାଷ୍ଟ ହାଇସ୍କୁଲ ପିଲାମାନଙ୍କ ସହ ମିଶି ଏକ ଡ୍ରୋନ ତିଆରି କରି ଉଡ଼ାଇବା ସହ ଏକ ବନ୍ଧୁତ୍ୱପୂର୍ଣ୍ଣ ଭଲିବଲ ମ୍ୟାଚ ଖେଳିଥିଲେ। ଅନୁଗୋଳ ପିଏମ୍‌ଶ୍ରୀ ଜବାହର ନବୋଦୟ ବିଦ୍ୟାଳୟର ତେଜସ ଓଡ଼ିଶାରୁ ଏକମାତ୍ର ପ୍ରତିଭାଗୀ ଭାବେ ଦେଶର ପ୍ରତିନିଧିତ୍ୱ କରିଥିବାରୁ ବିଦ୍ୟାଳୟ ଅଧ୍ୟକ୍ଷ ସିଦ୍ଧାର୍ଥ ଶଙ୍କର ବରାଳ ତାଙ୍କୁ ଶୁଭେଛା ଜ୍ଞାପନ କରିବା ସହ ଭବିଷ୍ୟତରେ ବିଜ୍ଞାନ ମାଧ୍ୟମରେ ଦେଶର ଉନ୍ନତି କରିବାକୁ ପରାମର୍ଶ ଦେଇଛନ୍ତି। ନବୋଦୟ ବିଦ୍ୟାଳୟର ଗଣିତ ଶିକ୍ଷକ ପ୍ରକାଶ କୁମାର ଦାଶ ଓ ଡିଏଭି ଅନୁଗୋଳର ସାମାଜିକ ବିଜ୍ଞାନ ଶିକ୍ଷୟିତ୍ରୀ ଲୋପାମୁଦ୍ରା ମିଶ୍ରଙ୍କ ଏକମାତ୍ର ପୁତ୍ର ତେଜସ ପୂର୍ବରୁ ବହୁ କୃତିତ୍ୱ ହାସଲ କରିବା ସହ ୨୦୨୨ ମସିହାରେ ସ୍ପେସ କିଡ୍ସ ତରଫରୁ ଯୁବ ବିଜ୍ଞାନୀ ପୁରସ୍କାର ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜେନେଭାରେ ନିଲାମ ହେବ ଭାରତର ଦୁର୍ଲଭ ହୀରା

ଜେନେଭା, ୧୪।୪:ଭାରତର ରାଜକୀୟ ଐତିହ୍ୟକୁ ଦର୍ଶାଉଥିବା ବିରଳ ‘ଦି ଗୋଲକୋଣ୍ଡା ବ୍ଲ୍ୟୁ’ ହୀରାର ନିଲାମ ହେବାକୁ ଯାଉଛି। ଆସନ୍ତା ମେ ୧୪ରେ ସୁଇଜରଲାଣ୍ଡର ଜେନେଭାସ୍ଥିତ ‘କ୍ରିଷ୍ଟିଜ୍‌...

ସ୍କୁଟି ବାଇକ୍‌ ଧକ୍କାରେ ଜଣେ ମୃତ, ୩ ଗୁରୁତର

ଆସିକା, ୧୪ା୪ (ସୁରେନ୍ଦ୍ର ନାଥ ସାହୁ): ଆସିକା-ଭଞ୍ଜନଗର ମୁଖ୍ୟ ରାସ୍ତାର ଆସିକା ଥାନା ଅନ୍ତର୍ଗତ ବାଲିସିରା ଛକ ନିକଟରେ ସୋମବାର ଅପରାହ୍ନରେ ଏକ ସ୍କୁଟି ସହ...

୪୮ ହଜାର ଟଙ୍କାରୁ ଅଧିକ ବିଦ୍ୟୁତ ବିଲ ଆସୁଥିଲେ କଟିଯିବ ପେନସନ

ଜୟପୁର,୧୪।୪: ରାଜସ୍ଥାନ ସରକାର ଏକ ବଡ଼ ଏବଂ ବହୁଚର୍ଚ୍ଚିତ ନିଷ୍ପତ୍ତି ନେବାକୁ ଯାଉଛନ୍ତି, ଯାହା ଦ୍ୱାରା ହଜାର ହଜାର ପେନସନଭୋଗୀଙ୍କ ନିଦ ହଜାଇପାରେ। ଏବେ ବାର୍ଷିକ...

ଭାଜପା ପକ୍ଷରୁ ସମ୍ବିଧାନ ପ୍ରଣେତାଙ୍କ ଜୟନ୍ତୀ

ପାଟଣା,୧୪ା୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଭାଜପା ତରଫରୁ ବ୍ଲକ୍‌ସ୍ତରୀୟ ସମ୍ବିଧାନ ପ୍ରଣେତା ବାବା ସାହେବ ଆମ୍ବେଦକର ଜୟନ୍ତୀ ଡୁମୁରିଆ ପଞ୍ଚାୟତ ନୂଆଗାଁରେ...

ବିଭିନ୍ନ ସ୍ଥାନରେ ହନୁମାନ ଜୟନ୍ତୀ

ପାଟଣା,୧୪ା୪(ବୀର କିଶୋର ଦାଶ): ମହା ବିଷୁବ ସଂକ୍ରାନ୍ତି, ଶ୍ରୀ ହନୁମାନ ଜୟନ୍ତୀ ଓ ଓଡ଼ିଆ ନବବର୍ଷ ସକାଶେ ସୋମବାର କେନ୍ଦୁଝର ଜିଲା ପାଟଣା ଅଞ୍ଚଳର ହନୁମାନ...

ନିଆରା ଢଙ୍ଗରେ ଓଡ଼ିଆ ନବବର୍ଷ ପାଳିତ

ନୂଆପଡ଼ା,୧୪ା୪ (ମକାରୁ ବେମାଲ) ଓଡ଼ିଆ ପକ୍ଷ ପାଳନର ସୋମବାର ଶେଷ ଦିନରେ ନୂଆପଡା ଜିଲାପାଳଙ୍କ କାର୍ଯ୍ୟାଳୟ ପ୍ରାଙ୍ଗଣରେ ସୋମବାର ନିଆରା ଢଙ୍ଗରେ ଓଡ଼ିଆ ନବବର୍ଷ ପାଳିତ...

ବି. ଆର୍‌. ଆମ୍ବେଡକରଙ୍କ ଜୟନ୍ତୀ ପାଳିତ

ଭଞ୍ଜନଗର,୧୪।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଉନ ହଲରେ ସୋମବାର ସନ୍ଧ୍ୟାରେ ଭାରତ ରତ୍ନ ବାବା ସାହେବ ଡ. ଭୀମରାଓ ଆମ୍ବେଡକରଙ୍କ  ଜୟନ୍ତୀ ପାଳିତ ହୋଇଯାଇଛି।...

ହନୁମାନ ଜୟନ୍ତୀରେ ଖଣ୍ଡା ବୁଲାଇଲେ ବିଧାୟକ: ଚାରିଆଡ଼େ ଚର୍ଚ୍ଚା

ବରଗଡ଼, ୧୪।୪(ପ୍ରେମାନନ୍ଦ ଖମାରୀ): ସୋମବାର ସନ୍ଧ୍ୟାରେ ବରଗଡ଼ ସହରରେ ହନୁମାନ ଜୟନ୍ତୀ ଅବସରରେ ଶୋଭାଯାତ୍ରା ହୋଇଥିଲା। ସ୍ଥାନୀୟ ସମଲେଶ୍ବରୀ ମନ୍ଦିରରେ ପୂଜାର୍ଚ୍ଚନା ପରେ ଶୋଭାଯାତ୍ରା ବାହାରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image