ଦିଲ୍ଲୀ ବାଣିଜ୍ୟ ମେଳାରେ କନ୍ଧମାଳ ହଳଦୀ କିଣିଲେ ମୁଖ୍ୟମନ୍ତ୍ରୀ

ଦାରିଙ୍ଗବାଡି, ୨୨।୧୧ (ଅରୁଣ ସାହୁ )-ଦିଲ୍ଲୀ ପ୍ରଗତି ମଇଦାନରେ ଚାଲିଥିବା ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ କନ୍ଧମାଳ ହଳଦୀ କିଣିଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଜିଲାରେ ଜୈବିକ ପଦ୍ଧତିରେ ଚାଷ କରାଯାଉଥିବା ହଳଦୀ କିଣିବା ସହ ଦାରିଙ୍ଗବାଡ଼ିକୁ ନେଇ ନିଜର ସ୍ମୃତି ମନେ ପକାଇଥିଲେ। କେବଳ ସେତିକି ନୁହେଁ ମୁଖ୍ୟମନ୍ତ୍ରୀ ଖୋର୍ଦ୍ଧାରୁ ଆସିଥିବା ଶ୍ରୀଅନ୍ନ ଯୋଜନାରେ ଚାଷ କରାଯାଉଥିବା ମାଣ୍ଡିଆକୁ ମଧ୍ୟ କିଣିଛନ୍ତି।

ଅନ୍ତର୍ଜାତୀୟ ବାଣିଜ୍ୟ ମେଳା ୧୩ରୁ ଆରମ୍ଭ ହୋଇଥିବା ବେଳେ ଆସନ୍ତା ୨୭ରେ ଉଦ୍‌ଯାପନ ହେବ। ଏଥିରେ ଓଡ଼ିଶାର ଷ୍ଟଲ ପଡ଼ିଥିବାରୁ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତରେ ଯାଇ ସେସବୁକୁ ବୁଲି ଦେଖିଛନ୍ତି। ୫ ଶହ ଗ୍ରାମ କନ୍ଧମାଳ ହଳଦୀ କିଣିବା ବେଳେ ସେ ଦାରିଙ୍ଗବାଡ଼ିରେ ଅନେକ ଦିନ ବିତାଇଥିବା ମିଶନଶକ୍ତିର ଝରଣା ସାହୁଙ୍କୁ କହିଥିଲେ। ଏଥିସହ ହଳଦୀ ବିକ୍ରିକୁ ନେଇ ଖୁସିବ୍ୟକ୍ତ କରିଥିଲେ। ସେହିଭଳି ଜୈବିକ ପଦ୍ଧତିରେ ପ୍ରସ୍ତୁତ ମାଣ୍ଡିଆ ଷ୍ଟଲରୁ ୧ ହଜାର ଟଙ୍କାର ମିଲେଟ୍‌ ସାମଗ୍ରୀ କିଣିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ଅନ୍ୟତ୍ର ବିବାହ ଉଦ୍ୟମ: ଘର ଆଗରେ ପୁଅ ସହ ଧାରଣାରେ ବସିଲେ ସ୍ତ୍ରୀ’

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଳକ ବାସୁଦେବପୁର ଗ୍ରାମର ପି.ଶ୍ରୀୟା ରେଡ୍ଡୀଙ୍କ ସ୍ଵାମୀ ପି.ଶିବରାମ ପାତ୍ର ବିବାହର ୭ ବର୍ଷ ପରେ ପ୍ରତାରଣା କରି ଦ୍ୱିତୀୟ...

ଅନ୍ତର୍ଜାତୀୟ ସୁନ୍ଦରୀ ପ୍ରତିଯୋଗିତାରେ ଚମକିବେ କୋରାପୁଟ ଝିଅ ଅନୁଶ୍ରୀ

କୋରାପୁଟ,୨୫।୧୨(ଅମିତାଭ ବେହେରା): କୋରାପୁଟ ଭଳି ଏକ ଆଦିବାସୀ ପଛୁଆ ଜିଲାର ଝିଅ ରାଜସ୍ଥାନର ଜୟପୁରରେ ଅନୁଷ୍ଠିତ ହୋଇଥିବା ବିୟୁଟି କଣ୍ଟେଷ୍ଟରେ ଓଡ଼ିଶା ପାଇଁ ପ୍ରତିନିଧିତ୍ବ କରି...

ଅଢେଇ ବର୍ଷର ବିଷ୍ମୟ ବାଳକ: ପ୍ରାଞ୍ଜଳ ଭାବେ କହୁଛନ୍ତି ମନ୍ତ୍ରପାଠ ଓ ଦେଶ ବିଦେଶ କଥା

କେନ୍ଦୁଝର,୨୫।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ବୟସ ମାତ୍ର ଅଢେଇ ବର୍ଷ। ମନ୍ତ୍ରପାଠ, ସାଧାରଣ ଜ୍ଞାନ ହେଉ ଅବା ଦେଶର ଜାତୀୟ ପ୍ରତୀକ କିମ୍ବା ବିଶିଷ୍ଟ ବ୍ୟକ୍ତି...

ଦାଉ ସାଧିଛି ଅଦିନିଆ ବର୍ଷା: କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ତହସିଲଦାର

ଗଞ୍ଜାମ, ୨୫।୧୨(ବିଦ୍ୟାଧର ସାହୁ): ଗତ କିଛି ଦିନ ଧରି ଲଘୁଚାପ ଜନିତ ବର୍ଷା ଲାଗି ରହିଛି। ପାଚିଲା ଧାନ ଅମଳ କରି ଘରକୁ ଆଣିବା ସମୟରେ...

ଲାଗି ରହିଛି ଲଘୁଚାପଜନିତ ଲଗାଣ ବର୍ଷା: ବିଲ ଓ ମଣ୍ଡିରେ ଭିଜିଲା ଧାନ

କୋକସରା,୨୫।୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲାରେ ଲଘୁଚାପଜନିତ ବର୍ଷା ମଙ୍ଗଳବାର ରାତିରୁ ଲଗାଣ ବର୍ଷା ଲାଗି ରହିଛି। ବ୍ଲକରେ ମଙ୍ଗଳବାର ରାତିରୁ ବୁଧବାର ସକାଳ...

ଝାଡଖଣ୍ଡ ନା ଦିଲ୍ଲୀ…ରଘୁବରଙ୍କୁ ବଡ଼ ଦାୟିତ୍ୱ!

ନୂଆଦିଲ୍ଲୀ,୨୫।୧୨: ଓଡିଶାରେ ରାଜ୍ୟପାଳ ପଦରୁ ଇସ୍ତଫା ଦେବା ପରେ ରଘୁବର ଦାସଙ୍କୁ ନେଇ ଦିଲ୍ଲୀରୁ ରାଞ୍ଚି ପର୍ଯ୍ୟନ୍ତ ଚର୍ଚ୍ଚା ଜୋର ଧରିଛି। ଏନେଇ ଅନେକ ରାଜନୈତିକ...

ନବୀନ ପଟ୍ଟନାୟକ ଭାରତ ରତ୍ନ ପାଇବା ଉଚିତ୍, ଦାବି କଲେ କେନ୍ଦ୍ର ମନ୍ତ୍ରୀ

ନୂଆଦିଲ୍ଲୀ, ୨୫।୧୨: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭାରତ ରତ୍ନ ଦେବାକୁ ଦାବି କରିଛନ୍ତି କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂହ। ସେହିପରି ବିହାର ମୁଖ୍ୟମନ୍ତ୍ରୀ...

ସ୍ତ୍ରୀକୁ ବୀଭତ୍ସ ହତ୍ୟା ପରେ ନିଜ ବେକ କାଟିଲା ସ୍ବାମୀ

କଟକ, ୨୫।୧୨: ସ୍ତ୍ରୀକୁ ବୀଭତ୍ସ ହତ୍ୟା ପରେ ନିଜ ବେକ କାଟିଲା ସ୍ବାମୀ। ଏଭଳି ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟଣା ଘଟିଛି କଟକ ଜିଲା ଲାଲ୍‌ବାଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri