Posted inରାଜ୍ୟ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ଓଡ଼ିଶା ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୭।୬: ଦିଲ୍ଲୀ ଗସ୍ତରେ ଥିବା ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କନକ ବର୍ଦ୍ଧନ ସିଂଦେଓ। ବୁଧବାର ସନ୍ଧ୍ୟାରେ ଦିଲ୍ଲୀ ଗସ୍ତ କରିଥିବା ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତି ଭବନରେ ଦେଶର ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତିନି ଦିନ ପାଇଁ ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ରାଷ୍ଟ୍ରପତିଙ୍କ ବ୍ୟତୀତ ସେ ଉପରାଷ୍ଟ୍ରପତି ଜଗଦୀପ ଧନକଡ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ଓଡ଼ିଶାର ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିବେ।

ଏହା ସହିତ କେନ୍ଦ୍ର ସରକାରଙ୍କ ବିଭିନ୍ନ ବିଭଗର ମନ୍ତ୍ରୀ ମାନଙ୍କୁ ମଧ୍ୟ ଭେଟିବେ। କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଅର୍ଥ ମନ୍ତ୍ରୀ ନିର୍ମଳା ସିଥାରମଣ, ସଡ଼କ ଓ ପରିବହନ ମନ୍ତ୍ରୀ ନୀତିନ ଗଡକରି, ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ମନ୍ତ୍ରୀ ମାନଙ୍କ ସହିତ ଆହୁରି ଅନେକ ବିଭାଗର ମନ୍ତ୍ରୀ ମାନଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି।

ସେହିପରି ରାଜ୍ୟ ସଭାରେ ଗୃହର ନେତା ଜଗତ ପ୍ରକାଶ ନଡ୍ଡା ଓ ଅନ୍ୟ ବରିଷ୍ଠ ନେତ୍ରୁ ବୃନ୍ଦଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଛି।

ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଓଡ଼ିଶାର ସ୍ବାର୍ଥ ସମ୍ବଳିତ ବିଷୟ ଗୁଡ଼ିକ ଉପରେ କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବା ସହିତ ରାଜ୍ୟର ବିକାଶ ପାଇଁ କେନ୍ଦ୍ର ସରକାରଙ୍କ ସହଯୋଗ କାମନା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri