ଭୁବନେଶ୍ୱର,୧୨।୧୨: ଖୁବଶୀଘ୍ର ଗୃହ ବିଭାଗରେ ପୂରଣ ହେବ ୧୦ହଜାର ପଦବୀ। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଡ଼ ଘୋଷଣା କରିଛନ୍ତି। ଗୁରୁବାର କମିଶନରେଟ ପୋଲିସ କାର୍ଯ୍ୟାଳୟରେ ଏକ ନୂଆ ସେବା ଶୁଭାରମ୍ଭ ହୋଇଛି। ଟୁଇନ ସିଟିରେ ପ୍ରାଥମିକ ଚିକିତ୍ସା, ଆମ୍ବୁଲାନ୍ସ ଓ ଫାୟାର ସେବା ଯୋଗାଇବ ପୋଲିସ। ଜରୁରୀ ସେବା ପ୍ରଦାନକୁ ତ୍ୱରାନ୍ବିତ କରିବା ପାଇଁ ଏହି ଯୋଜନା ଆରମ୍ଭ ହୋଇଛି।
ଏହି ଅବସରରେ ଗୃହରକ୍ଷୀ ପଦବୀ ବୃଦ୍ଧି ପାଇଁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ସେ କହିଛନ୍ତି, ଗୃହରକ୍ଷୀ ନିଯୁକ୍ତି କଟକଣାକୁ ସରକାର ହଟାଇ ଦେଇଛନ୍ତି। ରାଜ୍ୟରେ ୨୪୧୬ ଗୃହରକ୍ଷୀ ପଦବୀ ପୂରଣ ପାଇଁ ନିଷ୍ପତ୍ତି ନିଆଯାଇଛି। ମୋଟ ୫ ହଜାର ପଦବୀ ସୃଷ୍ଟି କରାଯାଇ ନିଯୁକ୍ତି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।