ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଶ୍ରମିକଙ୍କୁ ମିଳିବ ୬ଲକ୍ଷ ଟଙ୍କା

ଭୁବନେଶ୍ୱର,୧୧।୯: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା। ଶ୍ରମିକଙ୍କ ପାଇଁ ବଡ଼ ସହାୟତା ରାଶି ଘୋଷଣା କଲେ ସରକାର। ନିର୍ମାଣ ଶ୍ରମିକମାନେ ପୂର୍ବରୁ ପାଉଥିବା ସହାୟତା ରାଶିକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ମୁତାବକ ନିର୍ମାଣ ଶ୍ରମିକଙ୍କର ଦୁର୍ଘଟଣାରେ ମୃତ୍ୟୁ ହେଲେ ୬ଲକ୍ଷ ଟଙ୍କା ସହାୟତା ରାଶି ଦିଆଯିବ। ସେହିଭଳି ସ୍ବାଭାବିକ ମୃତ୍ୟୁ ହେଲେ ଶ୍ରମିକଙ୍କ ପରିବାରକୁ ୩ଲକ୍ଷ ଟଙ୍କା ଦିଆଯିବ।

ଲୋକସେବା ଭବନ କନଭେନସନ ସେଣ୍ଟର ଠାରେ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ପକ୍ଷରୁ ଆୟୋଜିତ ନିର୍ମାଣ ଶ୍ରମିକ କଲ୍ୟାଣ ସମାରୋହ ଅବସରରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଶ୍ରମିକମାନେ ହେଉଛନ୍ତି ନିର୍ମାଣର ମେରୁଦଣ୍ଡ। ରାସ୍ତା, ଘାଟ, କୋଠା ବାଡ଼ି, କଳ କାରଖାନା, ବନ୍ଦର, ବିମାନ ବନ୍ଦର, ଶିକ୍ଷାୟତନ, ଡାକ୍ତରଖାନା, ଯେ କୌଣସି ନିର୍ମାଣ ହେଉ, ଆପଣମାନଙ୍କ ବିନା ଏସବୁର ପରିକଳ୍ପନା ଅସମ୍ଭବ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ପକ୍ଷରୁ ପୂର୍ବରୁ ମିଳୁଥିବା ଦୁର୍ଘଟଣାଜନିତ ମୃତ୍ୟୁକାଳୀନ ସହାୟତା ରାଶିକୁ ୪ ଲକ୍ଷ ଟଙ୍କାରୁ ୬ ଲକ୍ଷ ଟଙ୍କା ଏବଂ ସ୍ବାଭାବିକ ମୃତ୍ୟୁ କ୍ଷେତ୍ରରେ ମିଳୁଥିବା ସହାୟତା ରାଶିକୁ ୨ ଲକ୍ଷ ଟଙ୍କାରୁ ୩ ଲକ୍ଷ ଟଙ୍କାକୁ ବୃଦ୍ଧି କରାଗଲା ବୋଲି ଘୋଷଣା କରିଥିଲେ। ସୂଚନାଥାଉ କି, ପୂର୍ବ ସରକାର ସମୟରେ ନିର୍ମାଣ ଶ୍ରମିକଙ୍କ ଦୃଘଟଣାରେ ମୃତ୍ୟୁ ହେଲେ ୪ଲକ୍ଷ ଟଙ୍କା ମିଳୁଥିବାବେଳେ ସ୍ବାଭାବିକ ମୃତ୍ୟୁ ହେଲେ ୨ଲକ୍ଷ ଟଙ୍କା ମିଳୁଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୋହନ ସରକାରଙ୍କ ପ୍ରଥମ କାର୍ଯ୍ୟାନୁଷ୍ଠାନ, ବିଦା ହେଲେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୧୯ା୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୋହନ ସରକାର। ଭାଜପା ସରକାରରେ କୌଣସି କର୍ମଚାରୀଙ୍କୁ ଦୁର୍ନୀତି ଅଭିଯୋଗରେ ବିଦା କରିବା ପ୍ରଥମ ଘଟଣା।...

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

Featured Video Play Icon

ମୋତେ ଦୁଷ୍କର୍ମ କରିବାକୁ ଉଦ୍ୟମ କରିଥିଲେ ଆଇଆଇସି!

ଭରତପୁର ଥାନାରେ ସେନାଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣା । ପିଡ଼ୀତା ଆଣିଲେ ଆଇଆଇସି ଦୁଷ୍କର୍ମ କରିବା ଅଭିଯୋଗ ।

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ସୀମା ଟପିଥିଲା ଭରତପୁର ଥାନା ପୋଲିସ, କାନ୍ଦି କାନ୍ଦି ଘଟଣା ଦିନର କାହାଣୀ କହିଲେ ମେଜରଙ୍କ ବାନ୍ଧବୀ

ଭୁବନେଶ୍ୱର,୧୯।୯: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ପୋଲିସର ମାଡ଼ ଘଟଣାରେ ଗଣମାଧ୍ୟମ ଆଗରେ ମୁହଁ ଖୋଲିଛନ୍ତି ମେଜରଙ୍କ ବାନ୍ଧବୀ ଅଙ୍କିତ ପ୍ରଧାନ। ଆଉ ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri