ଉପମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ଗାଡ଼ି ଧକ୍କାରେ ୨ ଛାତ୍ରୀଛାତ୍ର ଆହତ, ବଡ଼ ପଦକ୍ଷେପ ନେଲେ ପ୍ରଭାତୀ

ଗୋପ,୨୫।୯: ବୁଧବାର ପୂର୍ବାହ୍ନରେ ଏକ ଦୁର୍ଭାଗ୍ୟଜନକ ଘଟଣାରେ ପୁରୀ ଜିଲାର ଗୋପ ବ୍ଲକ ଅନ୍ତର୍ଗତ ସୋରିସିଆପଡା ଅଞ୍ଚଳରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କର ସୁରକ୍ଷାରେ ଥିବା ପୋଲିସ୍ ଭ୍ୟାନ୍ ଧକ୍କାରେ ଦୁଇଜଣ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି।
ଏହି ଦୁର୍ଘଟଣା ପରେ ଉଭୟଙ୍କୁ ତୁରନ୍ତ ଚିକିତ୍ସା ପାଇଁ ଗୋପ କମ୍ୟୁନିଟି ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କ ଅବସ୍ଥା ଗୁରୁତର ହୋଇପଡିବାରୁ ଛାତ୍ରୀ ଜଣଙ୍କର ସ୍ୱାସ୍ଥ୍ୟବସ୍ଥା ବିଗିଡ଼ିବାରୁ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା।
ଖବର ଅନୁଯାୟୀ ପ୍ରଭାତୀ ପରିଡା ତାଙ୍କ ନିର୍ବାଚନମଣ୍ଡଳୀ ନିମାପଡାକୁ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଆସିଥିଲେ। ତେବେ ତାଙ୍କ ପୋଲିସ୍ ଏସକର୍ଟ ଭ୍ୟାନ୍ ସୋରିସିପଡା ଠାରେ ଦୁଇଜଣ ସ୍କୁଲ ଛାତ୍ରଙ୍କୁ ଧକ୍କା ଦେଇଥିଲା। ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ ଗୋପ ମହାଜନ ସାହି ନିକଟରେ ଦୁର୍ଘଟଣା ଘଟିଥିବା ଜଣା ପଡ଼ିଛି। ସାଇକେଲ ଯୋଗେ ସ୍କୁଲ ଯାଉଥିବା ବେଳେ ଦୁର୍ଘଟଣା ଘଟିଥିଲା। ଛାତ୍ରୀ ଜଣଙ୍କ ୫ମ ଶ୍ରେଣୀରେ ପଢ଼ୁଥିବା ବେଳେ ଛାତ୍ର ଜଣଙ୍କ ପ୍ରଥମ ଶ୍ରେଣୀରେ ମଦ୍ରାସା ସ୍କୁଲରେ ପଡୁଛନ୍ତି ବୋଲି ପରିବାର ପକ୍ଷରୁ ସୂଚନା ମିଳିଛି।
ସୂଚନା ଅନୁଯାୟୀ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଡାକ୍ତରଖାନାରେ ଉଭୟ ଛାତ୍ରଙ୍କୁ ଭେଟିଥିଲେ। “ଭଗବାନଙ୍କ କୃପାରୁ ଉଭୟେ ବର୍ତ୍ତମାନ ସ୍ଥିର ଅଛନ୍ତି। ଉନ୍ନତ ଚିକିତ୍ସା ପାଇଁ ମୁଁ ସେମାନଙ୍କ ମଧ୍ୟରୁ ଜଣକୁ ଭୁବନେଶ୍ୱର ଏକ ଘରୋଇ ହସ୍ପିଟାଲକୁ ପଠାଇଛି ବୋଲି ପରିଡା କହିଛନ୍ତି।”

Enter your email to get our daily news in your inbox.

All Right Reserved By Dharitri.Com

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

ପୁରୀ ହେଲା ମହାନଗର ନିଗମ: ଚଣ୍ଡିଖୋଲ ସମେତ ଏସବୁ ସହର ହେଲା NAC

ଭୁବନେଶ୍ବର,୩୧ା୧୨: ନୂଆ ବର୍ଷ ପୂର୍ବରୁ ରାଜ୍ୟର ପୌର ପ୍ରଶାସନ କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପବିତ୍ର ପୁରୀ ସହରକୁ ସରକାର ମହାନଗର ନିଗମର...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା

ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri