୧.୫୦ ଟ୍ରିଲିଅନ୍ ଡଲାରରେ ପହଞ୍ଚିବ ଓଡ଼ିଶା ଅର୍ଥନୀତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୬।୮: ବିକଶିତ ଓଡିଶାର ସ୍ୱପ୍ନକୁ ସାକାର କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ନୀତି ଆୟୋଗ ଆଗେଇ ଆସିଛି। ମଙ୍ଗଳବାର ଲୋକସେବା ଭବନରେ ନୀତି ଆୟୋଗର ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ବି.ଭି.ଆର୍ ସୁବ୍ରମନିୟମ୍ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଓଡିଶା ପାଇଁ ଏକ ଭିଜନ ଡକ୍ୟୁମେଣ୍ଟ ୨୦୩୬ ଏବଂ ଭିଜନ ଡକ୍ୟୁମେଣ୍ଟ ୨୦୪୭ ପ୍ରସ୍ତୁତ କରିବା ସମ୍ପର୍କରେ ଆଲୋଚନା କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶାର ବିଭିନ୍ନ କ୍ଷେତ୍ରରେ ବିକାଶର ବ୍ୟାପକ ସମ୍ଭାବନା ରହିଛି। ସମ୍ଭାବନାକୁ ସଫଳତାରେ ପରିଣତ କରିବା ଓ ଉପଯୁକ୍ତ କାର୍ଯ୍ୟାନ୍ବୟନ ଦ୍ୱାରା ବିକାଶର ଲକ୍ଷ୍ୟ ହାସଲ କରିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ ବୋଲି ସେ କହିଥିଲେ।

ପ୍ରଧାନମନ୍ତ୍ରୀଙ୍କ ବିକଶିତ ଭାରତରେ ଓଡିଶା ଏକ ଅଭିବୃଦ୍ଧିର ଇଞ୍ଜିନ ହେବାର ଲକ୍ଷ୍ୟ ରଖିଛି ବୋଲି ସେ କହିଥିଲେ। ଏହା ପୂର୍ବରୁ ୨୦୩୬ରେ ସ୍ୱତନ୍ତ୍ର ଓଡିଶା ଗଠନର ୧୦୦ ବର୍ଷ ପୂରଣ ହେଉଛି । ତେଣୁ ୨୦୩୬ ଓ ୨୦୪୭କୁ ଲକ୍ଷ୍ୟ ରଖି ଦୁଇଟି ଭିଜନ ଡକ୍ୟୁମେଣ୍ଟ ପ୍ରସ୍ତୁତ କରିବା ପାଇଁ ସେ ପ୍ରସ୍ତାବ ଦେଇଥିଲେ। ସେ କହିଥିଲେ ଯେ ବର୍ତ୍ତମାନ ଓଡିଶାର ଅର୍ଥନୀତିର ଆକାର ୧୦୦ ବିଲିଅନ୍ ଡଲାରୁ ଅଧିକ ଅଛି। ୨୦୩୬ ସୁଦ୍ଧା ୫୦୦ ବିଲିଅନ୍ ଡଲାର ଓ ୨୦୪୭ ସୁଦ୍ଧା ୧.୫୦ ଟ୍ରିଲିଅନ୍ ଡଲାର ଅର୍ଥନୀତି ହାସଲ କରିବା ପାଇଁ ଓଡିଶା ଲକ୍ଷ୍ୟ ରଖିଛି ବୋଲି ସେ କହିଥିଲେ।

ନୀତି ଆୟୋଗର ସି.ଇ.ଓ ଶ୍ରୀ ସୁବ୍ରମନିୟମ କହିଥିଲେ ଯେ ପ୍ରଧାନମନ୍ତ୍ରୀଙ୍କ ଓଡିଶାର ବିକାଶ ଉପରେ ସ୍ୱତନ୍ତ୍ର ଧ୍ୟାନ ରହିଛି। ୨୦୪୭ର ବିକଶିତ ଭାରତ ଲକ୍ଷ୍ୟ ହାସଲ ପାଇଁ ସବୁ ରାଜ୍ୟର ବିକାଶ ଦରକାର। ଓଡିଶା କ୍ଷେତ୍ରରେ ୨୦୩୬ ଓ ୨୦୪୭କୁ ଲକ୍ଷ୍ୟ ରଖି ଦୁଇଟି ଭିଜନ ଡକ୍ୟୁମେଣ୍ଟ ପ୍ରସ୍ତୁତ କରିବା ପାଇଁ ନୀତି ଆୟୋଗ ପୂର୍ଣ୍ଣ ସହଯୋଗ ଯୋଗାଇଦେବ ବୋଲି ସେ କହିଥିଲେ।

ଆଲୋଚନାରୁ ନିଷ୍ପତ୍ତି ହୋଇଥିଲା ଯେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ଷ୍ଟିୟରିଂ କମିଟି ଗଠନ କରାଯିବ। ନୀତି ଆୟୋଗ ସହଯୋଗରେ ଆସନ୍ତା ୩ ମାସ ମଧ୍ୟରେ ଓଡିଶା ପାଇଁ Vision Document ପ୍ରସ୍ତୁତ କରାଯିବ ବୋଲି ଜଣା ଯାଇଛି। ଏହି ଡକୁମେଣ୍ଟ ପ୍ରସ୍ତୁତ କରିବା ପାଇଁ ରାଜ୍ୟବ୍ୟାପୀ ବିଭିନ୍ନ ବର୍ଗର ଲୋକଙ୍କ ଠାରୁ ମତାମତ ମଧ୍ୟ ଗ୍ରହଣ କରାଯିବ। ଭିଜନ ଡକ୍ୟୁମେଣ୍ଟର କାର୍ଯ୍ୟାନ୍ବୟନ ପାଇଁ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଯୋଜନା ମଧ୍ୟ ପ୍ରସ୍ତୁତ କରାଯିବ।

ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପୂର୍ବରୁ ନୀତି ଆୟୋଗର ସିଇଓ ଏବଂ ଅଧିକାରୀମାନେ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀ ତଥା ସମସ୍ତ ବିଭାଗର ସଚିବ ମାନଙ୍କ ସହିତ ବିସ୍ତୃତ ଆଲୋଚନା କରିଥିଲେ।

ବୈଠକରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

ପୁରୀ ହେଲା ମହାନଗର ନିଗମ: ଚଣ୍ଡିଖୋଲ ସମେତ ଏସବୁ ସହର ହେଲା NAC

ଭୁବନେଶ୍ବର,୩୧ା୧୨: ନୂଆ ବର୍ଷ ପୂର୍ବରୁ ରାଜ୍ୟର ପୌର ପ୍ରଶାସନ କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପବିତ୍ର ପୁରୀ ସହରକୁ ସରକାର ମହାନଗର ନିଗମର...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ହାତରେ ମଦ ବୋତଲ ଧରି ବୁଲୁଛନ୍ତି ତେନ୍ଦୁଲକରଙ୍କ ଝିଅ ସାରା, ଭିଡିଓ ଭାଇରାଲ୍

ଗୋଆ,୩୧ା୧୨: କ୍ରିକେଟ୍ ଦୁନିଆର ମହାନ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଏବେ ଚର୍ଚ୍ଚାରେ। ନିକଟରେ ସାରାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍...

ଶକ୍ତିଶାଳୀ ଦିଲ୍ଲୀକୁ ହରାଇଲା ଓଡ଼ିଶା, ବିରାଟ ଅନୁପସ୍ଥିତିରେ ମାଟି କାମୁଡ଼ିଲା ରିଷଭଙ୍କ ଟିମ୍

ବେଙ୍ଗାଲୁରୁ,୩୧ା୧୨: ବିଜୟ ହଜାରେ ଟ୍ରଫିର ଏଲିଟ୍ ଗ୍ରୁପ୍-ଡି ମୁକାବିଲାରେ ଓଡ଼ିଶା କ୍ରିକେଟ୍ ଦଳ ଶକ୍ତିଶାଳୀ ଦିଲ୍ଲୀକୁ ୭୯ ରନ୍‌ରେ ପରାସ୍ତ କରିଛି। ଷ୍ଟାର୍ ବ୍ୟାଟର ବିରାଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri