ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ଘୋଷଣା କଲା ଭାଜପା: ତାଲିକାରେ ପ୍ରଧାନମନ୍ତ୍ରୀ, ୪ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସମେତ ଅଛନ୍ତି ଏହି ହେଭିଓ୍ବେଟ୍‌ ନେତା

ଭୁବନେଶ୍ୱର,୨୩।୪(ସୁନୀତ ମିଶ୍ର): ଭାଜପା ପକ୍ଷରୁ ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ ଆରମ୍ଭ କରି ୪ ରାଜ୍ୟର ମୁଖ୍ୟମନ୍ତ୍ରୀ, କେନ୍ଦ୍ର ତଥା ରାଜ୍ୟର ଅନେକ ତୁଙ୍ଗ ନେତାଙ୍କ ସହ ଓଡ଼ିଆ କଳାକାରଙ୍କ ନାମ ରହିଥିବା ଦେଖାଯାଇଛି।

ଷ୍ଟାର ପ୍ରଚାରକ ତାଲିକାର ପ୍ରଥମରେ ରହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତାଙ୍କ ବ୍ୟତିତ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ଼୍ଡା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, କେନ୍ଦ୍ର ମନ୍ତ୍ରୀ ନୀତିନ ଗଡ଼କରୀ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ମୋହନ ଯାଦବ, ହିମନ୍ତ ବିଶ୍ୱଶର୍ମା, ବିଷ୍ଣୁଦେଓ ସାଏ, ସ୍ମୃତି ଇରାନୀ, ବୈଜୟନ୍ତ ପଣ୍ଡା, ଅଶ୍ୱିନୀ ବୈଷ୍ଣବ, ଧର୍ମେନ୍ଦ୍ର ପ୍ରଧାନ, ମନମୋହନ ସାମଲ, ଅପରାଜିତା ଷଡ଼ଙ୍ଗୀ ପ୍ରମୁଖ ତାଲିକାରେ ଅଛନ୍ତି। ସେହିଭଳି ଅନ୍ୟମାନଙ୍କ ମଧ୍ୟରେ ଭୁପେନ୍ଦର ଯାଦବ, ଜ୍ୟୋତିରାଦିତ୍ୟ ସିନ୍ଧିଆ, ସୁନୀଲ ବଂଶଲ, ବିଜୟପାଲ ସିଂହ ତୋମାର, ସୁଶ୍ରୀ ଲତା ଉଶେଣ୍ଡି,ସାନ୍ତନୁ ଠାକୁର, ବିଶ୍ୱେଶ୍ୱର ଟୁଡ଼ୁ, ଜୟ ନାରାୟଣ ମିଶ୍ର, ଜୁଏଲ ଓରାନ, ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ସମ୍ବିତ ପାତ୍ର,ବସନ୍ତ କୁମାର ପଣ୍ଡା,ସୁରେଶ ପୁଜାରୀ, କନକ ବର୍ଦ୍ଧନ ସିଂଦେଓ, ସମୀର ମହାନ୍ତି, ମାନସ କୁମାର ମହାନ୍ତି, ଗୋଲକ ପ୍ରସାଦ ମହାପାତ୍ର, ପୂର୍ଣ୍ଣିମା କେର୍‌କେଟା, ସାରଦା ପ୍ରସାଦ ଶତପଥୀ, ରମେଶ ସାହୁ, ଅନୁଭବ ମହାନ୍ତି, ହରିହର ମହାପାତ୍ର, ପିଙ୍କି ପ୍ରଧାନ ଏବଂ ଶ୍ରୀତମ ଦାସ ରହିଛନ୍ତି।

Share