Categories: ରାଜ୍ୟ

କୃଷକସାଥୀଙ୍କ ଆବଶ୍ୟକୀୟ ଖର୍ଚ୍ଚ ୧୨ ହଜାରୁ ୧୮ ହଜାରକୁ ବଢାଇଲେ ସରକାର

ଭୁବନେଶ୍ବର,୧୭।୨(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ରାଜ୍ୟର କୃଷକସାଥୀ ମାନଙ୍କ ଆବଶ୍ୟକ ଖର୍ଚ୍ଚ (Contigent Exptenditure) ପାଇଁ ସହାୟତା ରାଶିର ପରିମାଣ ବୃଦ୍ଧି ଘୋଷଣା କରିଛନ୍ତି । ସେମାନଙ୍କ ଆବଶ୍ୟକ ଖର୍ଚ୍ଚ ପାଇଁ ସହାୟତା ପରିମାଣ ବର୍ଷକୁ ୧୨ ହଜାର ଟଙ୍କାରୁ ୧୮ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି । ଏହାଦ୍ବାରା ରାଜ୍ୟର ୧୩,୬୦୦ କୃଷକ ସାଥି ଉପକୃତ ହେବେ। ଏହି ବର୍ଦ୍ଧିତ ପରିମାଣ ପିଛିଲା ଭାବେ ଅକ୍ଟୋବର ୨୦୨୩ରୁ ଲାଗୁ ହେବ ।

ସୂଚନାଯୋଗ୍ୟ ଯେ କୃଷି ପ୍ରସାରଣ କାର୍ଯ୍ୟରେ ସହାୟତା ପାଇଁ ରାଜ୍ୟ ସରକାର ୨୦୦୭-୨୦୦୮ ମସିହାରେ ରାଜ୍ୟର ଅଗ୍ରଣୀ ଚାଷୀ ମାନଙ୍କୁ କୃଷକସାଥୀ ଭାବେ ନିଯୁକ୍ତି ଦେଇଥିଲେ । ପ୍ରତ୍ୟେକ ଗ୍ରାମ ପଞ୍ଚାୟତରେ ଦୁଇ ଜଣ ଲେଖାଏ କୃଷକସାଥୀ କାମ କରୁଛନ୍ତି ।

କୃଷକସାଥୀମାନେ କୃଷି କାର୍ଯ୍ୟ ସଂପର୍କିତ ବିଭିନ୍ନ ବିଷୟରେ ଚାଷୀ ମାନଙ୍କୁ ସଚେତନ କରିବା ସହିତ ଆବଶ୍ୟକ ପରାମର୍ଶ ମଧ୍ୟ ଦେଇଥାନ୍ତି।

Share