ଏଚଏମପିଭି ଭୁତାଣୁ ନେଇ ପରାମର୍ଶ ଜାରି କଲେ ଓଡିଶା ସରକାର

ଭୁବନେଶ୍ୱର,୬।୧: ଭାରତ ସରକାରଙ୍କ ଆଇଡିଏସପି-ଏନସିଡିସି (Integrated Disease Surveillance Programme – National Centre for Disease Cantrol) (IDSP – NCDC) ଦ୍ୱାରା ଏଚଏମପିଭି ଭୁତାଣୁ ନେଇ ଜାରି କରାଯାଇଥିବା ପ୍ରେସ ବାର୍ତ୍ତା ଜନସାଧାରଣଙ୍କ ଅବଗତି ଏବଂ ବ୍ୟାପକ ସଚେତନତା ନିମନ୍ତେ ଓଡିଶା ସରକାର ସୂଚନା ଜାରି କରିଛନ୍ତି।

ଓଡିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏହି ରୋଗର ଚିହ୍ନଟ ଓ ନିରାକରଣ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ଥିବା କହିଛି। ଏହି ରୋଗକୁ ନେଇ ଜନସାଧାରଣ ଭୟଭୀତ ବା ଆତଙ୍କିତ ହେବାର କୌଣସି କାରଣ ନାହିଁ। ସଚେତନ ରୁହନ୍ତୁ-ସୁରକ୍ଷିତ ରହିବାକୁ ପରାମର୍ଶ ଦିଆଯାଇଛି।

ଏଥିସହିତ ଏଚଏମପିଭିକୁ ନେଇ ସ୍ୱାସ୍ଥ୍ୟ ବିଭାଗ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି। ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ। ଏହି ବୈଠକରେ ସ୍ବାସ୍ଥ୍ୟ ସଚିବ, ସ୍ବାସ୍ଥ୍ୟ ନିର୍ଦ୍ଦେଶକ, ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ସାମିଲ ହେବାକୁକୁହାଯାଇଥିଲା ବେଳେ କେହି ଭୟଭୀତ ନ ହୋଇ ସଚେତନ ରହିବାକୁ ପରାମର୍ଶ ଦିଆଯାଇଛି।

କର୍ନାଟକରୁ ୨ ଏବଂ ଅହମ୍ମଦାବାଦରୁ ଗୋଟିଏ ଆକ୍ରାନ୍ତ ଚିହ୍ନଟ ହେବା ପରେ ଏବେ ଆଉ ଗୋଟେ ମାମଲା ସାମ୍ନାକୁ ଆସିଛି। କୋଲକାତାରେ ୬ ମାସର ଶିଶୁ ଶରୀରରେ ଏଚଏମପିଭି ଚିହ୍ନଟ ହୋଇଛି। ଗତ ନଭେମ୍ବରରେ ଚିହ୍ନଟ ପରେ ହସ୍ପିଟାଲରେ ସୁସ୍ଥ ଥିବା ସୂଚନା ମିଳିଛି। ଏହାକୁ ମିଶାଇ ଏଚଏମପିଭି ଆକ୍ରାନ୍ତଙ୍କ ସଂଖ୍ୟା ୪କୁ ବୃଦ୍ଧି ପାଇଛି।

ଏହି ଜୀବାଣୁ ଚାଇନାରେ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଏଭଳି ପରିସ୍ଥିତିରେ ଭାରତରେ ଚାରୋଟି ମାମଲା ସାମ୍ନାକୁ ଆସିବା ପରେ ଲୋକମାନେ ଚିନ୍ତିତ ଅଛନ୍ତି। ଉଭୟ ଶିଶୁଙ୍କର କୌଣସି ଆନ୍ତର୍ଜାତୀୟ ଭ୍ରମଣ ଇତିହାସ ନାହିଁ, ତେବେ ଦୁହେଁ କିପରି ଏହି ଜୀବାଣୁ ଦ୍ୱାରା ସଂକ୍ରମିତ ହେଲେ, ଏହି ପ୍ରଶ୍ନ ସମସ୍ତଙ୍କ ମନରେ। ତେବେ ଚାଇନାରେ ଦ୍ରୁତ ଗତିରେ ବ୍ୟାପୁଥିବା ଏହି ଦୁଇଟି ମାମଲା ଏଚଏମପିଭିର ସମାନ ଷ୍ଟ୍ରେନ୍ ସହିତ ଅଛି କି ନାହିଁ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ...

ଭୟରେ ଥରହର ଅର୍ପିତା ଚୌଧୁରୀ: କଲେ ଏମିତି କାମ

କଟକ,୩୧।୧୨(କାର୍ତ୍ତିକ ସାହୁ):ଓଡ଼ିଆ ସଙ୍ଗୀତ ଜଗତର ପ୍ରତିଷ୍ଠିତ ଗାୟକ ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଓଲିଉଡ ଗାୟିକା ଅର୍ପିତା ଚୌଧୁରୀ ମଙ୍ଗଳବାର ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ...

ନୂଆବର୍ଷରେ ପ୍ରବଳ ଶୀତ: ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨ (ବନ୍ଦନା ସେଠୀ):ରାଜ୍ୟରେ ଏବେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଘନ କୁହୁଡ଼ି ସହିତ ଶୀତ ଲହରି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଥିସହିତ...

ରଙ୍ଗ ବଦଳୁଛି

ନିଶ୍ଚିତ ଭାବେ କୁହାଯାଇପାରେ, ପରିବେଶ ଓ ପରିସଂସ୍ଥାନ ବିଗିଡ଼ିଗଲେ ତାହାର ପ୍ରଭାବ ପ୍ରାଣୀ ଓ ଉଦ୍ଭିଦଜଗତ ଉପରେ ପଡ଼ିବ। ନିଜର ସ୍ବାର୍ଥ ସାଧନ ପାଇଁ ପ୍ରକୃତିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri