ଭୁବନେଶ୍ୱର,୧୮।୧: ରାମ ମନ୍ଦିରର ଉଦ୍ଘାଟନ ଦିନ କେନ୍ଦ୍ର ସରକାରୀ କାର୍ଯ୍ୟାଳୟ ଅଧା ଦିନ ଛୁଟି ଘୋଷଣା ପରେ ଓଡ଼ିଶା ସରକାର ମଧ୍ୟ ସମାନ ନିଷ୍ପତ୍ତି ନେଇଛନ୍ତି। ଜାନୁଆରୀ ୨୨ ରେ ରାଜ୍ୟ ସରକାରୀ କାର୍ଯ୍ୟାଳୟ ଅଧା ଦିନ ବନ୍ଦ ରହିବ।
ଅଯୋଧ୍ୟାରେ ରାମ ଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବକୁ ଦୃଷ୍ଟିରେ ରଖି ଜାନୁଆରୀ ୨୨ ରେ ରାଜ୍ୟ ସରକାରଙ୍କ କାର୍ଯ୍ୟାଳୟ ତଥା ରାଜସ୍ୱ ଏବଂ ମାଜିଷ୍ଟେରିଆଲ କୋର୍ଟ (କାର୍ଯ୍ୟନିର୍ବାହୀ) ଅଧା ଦିନ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ଘୋଷଣା କରାଯାଇଛି।
ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମ ଲାଲାଙ୍କ ପବିତ୍ର ପ୍ରାଣ ପ୍ରତିଷ୍ଠା ଉତ୍ସବ ଉପଲକ୍ଷେ ୨୨ ଜାନୁଆରୀ ୨୦୨୪ ଦିନ ଅପରାହ୍ନ ୨.୩୦ ପର୍ଯ୍ୟନ୍ତ ରାଜ୍ୟ ସରକାରଙ୍କ ଅଧିନସ୍ଥ ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ। #NaveenOdisha #JaiShriRam #JaiJagannatha pic.twitter.com/kUiZKMIAsx
— I & PR Department, Odisha (@IPR_Odisha) January 18, 2024
ପୂର୍ବରୁ କେନ୍ଦ୍ରରେ ମୋଦି ସରକାର ମଧ୍ୟ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଦିନ ଜାନୁଆରୀ ୨୨ ରେ ସରକାରୀ କାର୍ଯ୍ୟାଳୟ ଅଧା ଦିନ ଛୁଟି ଘୋଷଣା କରିଥିଲେ।
କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ କହିଛନ୍ତି , କେନ୍ଦ୍ରୀୟ କର୍ମଚାରୀମାନଙ୍କୁ ଅଧା ଦିନ ବିରତି ଦିଆଯିବ। ଜନସାଧାରଣଙ୍କ ଭାବନାକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି ବୋଲି ସେ କହିଛନ୍ତି।