ଆଦିବାସୀ ପିଲାମାନଙ୍କ ଶିକ୍ଷା, ସଂସ୍କୃତିକୁ ସମୃଦ୍ଧ କରିବା ପାଇଁ ୧୫୩୫ କୋଟି ଟଙ୍କା ଖର୍ଚ୍ଚ କରିବେ ରାଜ୍ୟ ସରକାର

ଭୁବନେଶ୍ୱର,୧୫ା୧୧: ଜନତା ମଇଦାନରେ ରାଜ୍ୟସ୍ତରୀୟ ବିର୍ସାମୁଣ୍ଡାଙ୍କ ଜୟନ୍ତୀ ଏବଂ ଜନଜାତୀୟ ଗୌରବ ଦିବସ ସମାରୋହ ପାଳନରେ ମୁଖ୍ୟ ଅତିଥିଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଆଦିବାସୀମାନଙ୍କର ସାମଗ୍ରୀକ ବିକାଶ ପାଇଁ ରାଜ୍ୟ ସରକାର ସମସ୍ତ ଚେଷ୍ଟା ଜାରି ରଖିଛନ୍ତି।

କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଜନଜାତିଙ୍କ ଉନ୍ନତି ଓ କଲ୍ୟାଣ ପାଇଁ ୧୫୩୫ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖିଛନ୍ତି। ଏଥିରେ ୧୬ଟି ଆଶ୍ରମ ସ୍କୁଲକୁ ହାଇସ୍କୁଲକୁ ଉନ୍ନୀତ କରାଯିବ। ପ୍ରତ୍ୟେକ ସ୍କୁଲ ପିଛା ୧୫କୋଟି ଟଙ୍କା ଭାବରେ ସମୁଦାୟ ୨୪୦ କୋଟି ଟଙ୍କା ବିନିଯୋଗ କରାଯିବ। ସେହିପରି ୧୩ଟି ମାଧ୍ୟମିକ ବିଦ୍ୟାଳୟକୁ ମଧ୍ୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପରିଣତ କରାଯିବ। ଏଥିପାଇଁ ପ୍ରତ୍ୟେକ ସ୍କୁଲ ପିଛା ୨୨ କୋଟି ଟଙ୍କା ହିସାବରେ ୨୮୬ କୋଟି ଟଙ୍କା ବିନିଯୋଗ ହେବ। ୪୨୬ଟି ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲ ନିର୍ମାଣ ପାଇଁ ୮୫୨ କୋଟି ଟଙ୍କା ଖର୍ଚ୍ଚ କରାଯିବ।

ସେହିପରି ଭୁବନେଶ୍ବରର ଗୋଠପାଟଣା ଠାରେ ଜନଜାତି ସଂସ୍କୃତି ଓ ଐତିହ୍ୟ ଭବନ ନିର୍ମାଣ ପାଇଁ ୧୦୦ କୋଟି ଟଙ୍କା ବିନିଯୋଗ କରାଯିବ। ଗୋଠପାଟଣା ଠାରେ ଜନଜାତି ଭାଷା ପ୍ରତିଷ୍ଠାନ ନିର୍ମାଣ ପାଇଁ ୫୦ କୋଟି ଟଙ୍କା ଓ ଜନଜାତି ଅସ୍ମିତା ଭବନ ନିର୍ମାଣ ପାଇଁ ୪ କୋଟି ଟଙ୍କା ବିନିଯୋଗ କରାଯିବ। ସେହିପରି ୫ଟି ବହୁମୁଖୀ କେନ୍ଦ୍ର ନିର୍ମାଣ ପାଇଁ ମଧ୍ୟ ୩ କୋଟି ଟଙ୍କା ବିନିଯୋଗ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟ ପରୀକ୍ଷାରେ ତ୍ରୁଟି, ଅଭିଯୋଗ ପରେ ପରୀକ୍ଷା ବାତିଲ

ଭୁବନେଶ୍ୱର,୨୮ା୪: ଉତ୍କଳ ସ୍କଂସ୍କୃତି ବିଶ୍ବବିଦ୍ୟାଳୟ ୭ମ ସେମିଷ୍ଟର ପରୀକ୍ଷାରେ ତ୍ରୁଟି ପରିଲକ୍ଷିତ ହୋଇଛି। ଭିଜୁଆଲ ଆର୍ଟର ୭୦୨ନଂ ପେପର ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟି ହୋଇଛି। ୧୦ଟି...

ଅଧିକାରୀଙ୍କ ଗାଡ଼ି ଧକ୍କାରେ ଚାଲିଗଲା ବାଇକ୍‌ଚାଳକଙ୍କ ଜୀବନ

ପାଟଣା,୨୮ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡ଼ା ଉଦୟପୁର ବରବେଡ଼ା ରାସ୍ତାର ଖୁଣ୍ଟାପଡ଼ା ପଞ୍ଚାୟତ ଚାତର ପାଣି ନିକଟରେ ସୋମବାର ପୂର୍ବାହ୍ନରେ ସରକାରୀ ବାବୁଙ୍କ...

ଫସଲ ଉଜାଡ଼ିଲା କାଳବୈଶାଖୀ: ଝଡ଼ି ପଡ଼ିଛି ଅମଳକ୍ଷମ ଧାନ, ଚାଷୀ ଚିନ୍ତିତ

ବରଗଡ଼,୨୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଅଳ୍ପଦିନ ପରେ ରବିଧାନ ଅମଳ ଆରମ୍ଭ ହେବ। କିନ୍ତୁ ଏବେ କାଳବୈଶାଖୀ ଜିଲାର ଚାଷୀଙ୍କ ପାଇଁ କାଳ ସାଜିଛି। ଏହାର...

ସୁନା ବ୍ୟବସାୟୀଙ୍କୁ ମାଡ଼ ମାରି ଗହଣା ବ୍ୟାଗ୍‌ ଲୁଟିନେଲେ ଦୁର୍ବୃତ୍ତ

କେନ୍ଦୁଝର,୨୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଟାଉନ ଥାନା ଅନ୍ତର୍ଗତ ନରଣପୁରଠାରେ ସାହୁ ଜୁଏଲାରୀ ଓ୍ବର୍କସପ୍‌ ମାଲିକ ଦୀପକ ସାହୁଙ୍କୁ ମାଡ଼ ମାରି ୫ ଲକ୍ଷରୁ ଊଦ୍ଧର୍‌ବ ଟଙ୍କାର...

କମ୍ପାନୀରୁ ଶ୍ରମିକଙ୍କୁ ଆଣି ଆସୁଥିବାବେଳେ ଓଲଟିଲା ବସ୍‌: ଜଣେ ମୃତ

ସୁନ୍ଦରଗଡ଼,୨୮ା୪(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିରି ଥାନା ଅନ୍ତର୍ଗତ ଏନ୍‌ଟିପିସି ଡୁଲଙ୍ଗା କୋଇଲା ଖଣି ଭିତରେ ବସ୍‌ ଦୁର୍ଘଟଣା ହୋଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ...

ଘରେ ପଇସା ରଖନ୍ତି ନାହିଁ ମହିଳା, ଜାଣନ୍ତୁ ଏହା ପଛର ମୁଖ୍ୟ କାରଣ…

ଭବାନୀପାଟଣା,୨୮।୪ (ଉତ୍ତମ କୁମାର ଦାଶ): ପୁରାତନ କାଳରେ ଯେତେବେଳେ ଟଙ୍କାର ପ୍ରଚଳନ ନ ଥିଲା ସେତେବେଳେ ମଣିଷ ନିଜର ଦୈନନ୍ଦିନ ଜୀବନର ଚାହିଦା ମେଣ୍ଟାଇବା ପାଇଁ...

ଓଏଚ୍‌ଆର୍‌ସିରେ ବ୍ୟକ୍ତିଗତ ହାଜର ପାଇଁ ବିଏମ୍‌ସି କମିଶନରଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର, ୨୮ା୪ (ବନ୍ଦନା ସେଠୀ): ଭୁବନେଶ୍ୱର ଓକିଲଙ୍କ ଅସ୍ଥାୟୀ ବୈଠକ ଗୃହ ଭଙ୍ଗା ଘଟଣାରେ ରାଜ୍ୟ ମାନବାଧିକାର କମିଶନ(ଓଏଚ୍‌ଆର୍‌ସି)ରେ ବ୍ୟକ୍ତିଗତ ଭାବେ ହାଜର ହେବେ ବିଏମ୍‌ସି...

ବିବାହର ୩ ମାସ ପରେ ନବବଧୂଙ୍କ ମୃତ୍ୟୁ: ଯୌତୁକ ପାଇଁ ହତ୍ୟା ଅଭିଯୋଗ

ପଟ୍ଟାମୁଣ୍ଡାଇ, ୨୮ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ମାଟିଆ ଗ୍ରାମରେ ଅଧିକ ଯୌତୁକ ପାଇଁ ଶନିବାର ଜନୈକା ବଧୂଙ୍କୁ ହତ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image