ନିଯୁକ୍ତି ପ୍ରକ୍ରିୟା ସ୍ୱଚ୍ଛ, ନିରପେକ୍ଷ କରିବା ପାଇଁ ରାଜ୍ୟ ସରକାର ଆଣିବେ ସ୍ୱତନ୍ତ୍ର ଆଇନ୍‌, ଖାଲି ରହିଛି ୧ ଲକ୍ଷ ୩୨ ହଜାର ୪୫୯ ପଦବୀ

ଭୁବନେଶ୍ୱର,୧୧।୯: ନିଯୁକ୍ତି ପ୍ରକ୍ରିୟାକୁ ସ୍ୱଚ୍ଛ ଓ ନିରପେକ୍ଷ କରିବା ପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର ଆଇନ୍‌ ଆଣିବାକୁ ନିଷ୍ପତ୍ତି ନେଇଛନ୍ତି। ବିଧାନସଭାରେ ଆଜି ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ଏହି ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ରାଜ୍ୟ ସରକାର ଆସନ୍ତା ୫ ବର୍ଷ ଭିତରେ ୧ ଲକ୍ଷ ୫୦ ହଜାର ପଦବୀ ପୂରଣ ପାଇଁ ପ୍ରତିଶ୍ରୁତିବଦ୍ଧ।

ସେହିପରି ଆସନ୍ତା ୨ ବର୍ଷ ମଧ୍ୟରେ ସରକାର ୬୫ ହଜାର ପଦବୀ ପୂରଣ କରିବେ। ଖାଲି ପଡିଥିବା ମୋଟ୍‌ ୩୪ ହଜାର ୬୮୬ ଖାଲି ପଦବୀକୁ ଆସନ୍ତା ଡିସେମ୍ବର ସୁଦ୍ଧା ପୂରଣ କରିବା ପାଇଁ ସରକାର ପଦକ୍ଷେପ ନେଉଛନ୍ତି। ଚଳିତମାସ ଶେଷ ସୁଦ୍ଧା ସ୍କୁଲ ଓ ଗଣଶିକ୍ଷା ବିଭାଗର ସର୍ବାଧିକ ଖାଲି ପଡିଥିବା ୨୧ ହଜାର ୯୭୯ ପଦବୀ ପୂରଣ କରାଯିବ ବୋଲି ମନ୍ତ୍ରୀ ଗୃହରେ କହିଛନ୍ତି।

ଚଳିତ ବିଧାନସଭାରେ ମୁଖ୍ୟମନ୍ତ୍ରୀ ଗୃହରେ ଦେଇଥିବା ତଥ୍ୟ ଅନୁଯାୟୀ ସ୍କୁଲ୍ ଏବଂ ଗଣଶିକ୍ଷା ବିଭାଗରେ ସର୍ବାଧିକ ୬୩,୪୦୫ ପଦବୀ ଖାଲି ରହିଥିବା ବେଳେ ଏହା ପଛକୁ ସ୍ୱାସ୍ଥ୍ୟ ବିଭାଗରେ ୩୯,୧୨୭ ପଦବୀ ଖାଲି ରହିଛି।

ସେହିଭଳି ଗୃହ ବିଭାଗରେ ୧୯,୮୮୯, ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗରେ ୧,୩୫୬୭, ରାଜସ୍ବ ଏବଂ ବିପର୍ୟ୍ୟୟ ପରିଚାଳନା ବିଭାଗରେ ୧୧,୮୧୦, ଆଇନ ବିଭାଗରେ ୨,୯୭୩, ଅର୍ଥ ବିଭାଗରେ ୩,୧୦୧, ବାଣିଜ୍ୟ ଏବଂ ପରିବହନ(ବ୍ୟାପାର) ବିଭାଗରେ ୧୩୯୧, ପୂର୍ତ୍ତ ବିଭାଗରେ ୪୪୦୫, ଓଡ଼ିଶା ବିଧାନସଭାରେ ୨୬୩, ଖାଦ୍ୟ ଯୋଗାଣ ଏବଂ ଗ୍ରାହକ କଲ୍ୟାଣ ବିଭାଗରେ ୧୦୯୩, ଏସସି ଏବଂ ଏସଟି ବିକାଶ, ଦଳିତ ଏବଂ ପଛୁଆ ବର୍ଗରେ ୩୨୮୧, ଗୃହ ଏବଂ ନଗର ଉନ୍ନୟନ ବିଭାଗରେ ୧୦୭୯, ଶ୍ରମିକ ଏବଂ ଇଏସଆଇ ବିଭାଗରେ ୧୭୬୮, ଖେଳ ଏବଂ ଯୁବ ବ୍ୟାପାର ବିଭାଗରେ ୯୬, ଯୋଜନା ଏବଂ ସଂଯୋଜନା ବିଭାଗରେ ୧୩୮୯, ପଞ୍ଚାୟତରାଜ ଏବଂ ପାନୀୟଜଳ ବିଭାଗରେ ୭୪୬୫, ବାଣିଜ୍ୟ ଏବଂ ପରିବହନ(ପରିବହନ) ବିଭାଗରେ ୬୦୦, ବନ, ପରିବେଶ ଏବଂ ଜଳବାୟୁ ପରିବର୍ତନ ବିଭାଗରେ ୪୨୯୪, କୃଷି ଏବଂ କୃଷକ ସଶକ୍ତିକରଣ ବିଭାଗରେ ୭୨୯୫, ଇସ୍ପାତ ଏବଂ ଖଣି ବିଭାଗରେ ୭୨୦, ସୂଚନା ଏବଂ ଲୋକ ସମ୍ପର୍କ ବିଭାଗରେ ୫୦୧, ଅବକାରୀ ବିଭାଗରେ ୨୪, ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ବିଭାଗରେ ୩୫, ଗ୍ରାମାଞ୍ଚଳ ଉନ୍ନତିକରଣ ବିଭାଗରେ ୧୫୨୪, ପାର୍ଲିଆମେଣ୍ଟାରୀ ବିଭାଗରେ ୧୪୨, ଶକ୍ତି ବିଭାଗରେ ୩୯୩, ହସ୍ତତନ୍ତ୍ର, ବୟନ ଓ ହସ୍ତଶିଳ୍ପ ବିଭାଗରେ ୯୫୨, ପର୍ୟ୍ୟଟନ ବିଭାଗରେ ୧୫୧, ମତ୍ସ୍ୟ ଓ ପଶୁ ସମ୍ପଦରେ ୬୦୭୨, କୋଅପରେସନରେ ୧୮୨୧, ପବ୍ଲିକ ଏଣ୍ଟରପ୍ରାଇଜରେ ୨୫, ମହିଳା ଶିଶୁ କଲ୍ୟାଣ ବିଭାଗରେ ୨୦୧୭, ଇଲେକ୍ଟ୍ରୋନିକ ଏବଂ ଆଇଟି ରେ ୧୯, ଉଚ୍ଚ ଶିକ୍ଷାରେ ୩୭୬୧, ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷାରେ ୩୧୦, ଓଡ଼ିଆ ଭାଷା ସାହିତ୍ୟ ଏବଂ ସଂସ୍କୃତିରେ ୩୬୨ ଏବଂ ମିଶନ ଶକ୍ତି ବିଭାଗର ୪୯ ଟି ପଦବୀକୁ ମିଶାଇ ମୋଟ ୨୦୫୨୨୮ ପଦବୀ ଖାଲି ପଡିଛି।

Share