ବିଭୂ ପ୍ରସାଦ ଷଡ଼ଙ୍ଗୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର,୧୩।୮(ବ୍ୟୁରୋ): ଆୟୁଷ ନିର୍ଦ୍ଦେଶକ ବିଭୂ ପ୍ରସାଦ ଷଡ଼ଙ୍ଗୀଙ୍କୁ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଓଏଏସ୍‌ ବିଭୂ ଷଡ଼ଙ୍ଗୀ ସ୍ବତନ୍ତ୍ର ସଚିବ ପାହ୍ୟା ଅଫିସର ଥିଲେ। ବିଭୂଙ୍କ ନାଁରେ ମହିଳା ସହକର୍ମୀଙ୍କୁ ଯୌନ ନିର୍ଯ୍ୟାତନା ଅଭିଯୋଗ ଥିଲା। ଜୁଲାଇ ୯ରେ ମହିଳା ଥାନା ପୋଲିସ ବିଭୂଙ୍କୁ ଗିରଫ ମଧ୍ୟ କରିଥିଲା। ଶେଷରେ ଗୁରୁବାର ରାଜ୍ୟ ସରକାର ତାଙ୍କୁ ବାଧ୍ୟତାମୂଳକ ଅବସର ଦେଇଥିବା ସୂଚନା ମିଳିଛି।

Share