ବିଜେଡି ସରକାରରେ ଓଡ଼ିଶା ଅପରାଧର ସାମ୍ରାଜ୍ୟ ଥିଲା: ଭାଜପା

କଟକ,୧୧ା୧୧(ଶିଳ୍ପା ପ୍ରିୟଦର୍ଶିନୀ): ବିଜେଡି ଫ୍ୟାକ୍ଟ ଫାଇଣ୍ଡିଂ କମିଟି ମୁଖ୍ୟ ସ୍ନେହାଙ୍ଗିନୀ ଛୁରିଆ ଗଣବଳାତ୍କାର ଘଟଣାରେ ଭାଜପାକୁ ଟାର୍ଗେଟ କରିଥିବାରୁ ତାଙ୍କୁ ସିଏମ୍‌ସି ୨୬ ନମ୍ବର ଓ୍ବାର୍ଡ କର୍ପୋରେଟର ତଥା ରାଜ୍ୟ ଭାଜପା ଯୁବମୋର୍ଚ୍ଚା ସମ୍ପାଦକ ଗଗନ ଓଝା ଜବାବ ଦେଇଛନ୍ତି। ସେ କହିଛନ୍ତି ସମ୍ପୃକ୍ତ କମିଟି ଉପସ୍ଥାପନ କରିଥିବା ତଥ୍ୟ ଅମୂଳକ। ଯେଉଁଠାରେ ଏହି ଘଟଣା ଘଟିଛି ତାହା ବିଜେଡି କର୍ପୋରେଟରଙ୍କ ଅଞ୍ଚଳ। ବିଜେଡି ସରକାର ସମୟରେ ଅପରାଧର ସାମ୍ରାଜ୍ୟ ପାଲଟିଥିଲା ଓଡ଼ିଶା। କିନ୍ତୁ ମୋହନ ସରକାର ଆସିବା ପରେ ଆପରାଧିକ ଦିଗ ଉପରେ ତ୍ୱରିତ କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯାଉଛି। ଏହି ଘଟଣାରେ ବିଜେଡି ଅଯଥା ରାଜନୀତି କରୁଛି। ତୁରନ୍ତ ପୀଡ଼ିତା ଛାତ୍ରୀ କିପରି ନ୍ୟାୟ ପାଇବେ ସେ ଦିଗରେ ଭାଜପା ସରକାର ତତ୍ପର ରହିଛି। ସେହିପରି ଭାଜପା ନେତା ତଥା ରାଜ୍ୟ ଉପସଭାପତି ଡା. ପୂର୍ଣ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି, କେବଳ ନିର୍ବାଚନ ସମୟରେ ଦଳ ପକ୍ଷରୁ ସେଠାରେ କାର୍ଯ୍ୟାଳୟ ଖୋଲାଯାଇଥିଲା। ପରେ ମାଲିକ କାହାକୁ ଘରଭଡ଼ା ଦେବେ ସେଥିପାଇଁ ଭାଜପା ଦାୟୀ ନୁହେଁ। ଏଭଳି ଅଭିଯୋଗ ସମ୍ପୂର୍ଣ୍ଣ ମୂଲ୍ୟହୀନ ବୋଲି ମହାପାତ୍ର କହିଛନ୍ତି।
ସୂଚନାଯୋଗ୍ୟ, ଗତ ଦଶହରା ସମୟରେ ଉକ୍ତ କାଫେରେ ଛାତ୍ରୀ ଜଣଙ୍କ ତାଙ୍କ ପୁରୁଷ ବନ୍ଧୁଙ୍କ ସହ ଜନ୍ମଦିନ ପାଳନ କରିଥିଲେ। ସେଠାରେ ଛାତ୍ରୀଙ୍କ ଅଜାଣତରେ ତାଙ୍କର ଅଶ୍ଳୀଳ ଭିଡିଓ ଉତ୍ତୋଳନ କରିଥିଲେ ପୁରୁଷ ବନ୍ଧୁ। ଏଥିରେ ସହଯୋଗ କରିଥିଲେ କାଫେ ମାଲିକ। କାଫେ ମାଲିକ ଓ ପୁରୁଷ ବନ୍ଧୁଙ୍କ ସାଙ୍ଗମାନେ ପୀଡିତାଙ୍କୁ ବାରଙ୍ଗ ଅଞ୍ଚଳର ଏକ ଘରକୁ ଡାକି ନେଇ ଉକ୍ତ ଭିଡିଓ ଦେଖାଇଥିଲେ। ଏହାପରେ ସେମାନେ ତାଙ୍କୁ ଗଣବଳାତ୍କାର କରିଥିଲେ। ଏହି ଘଟଣା ପୁରୀଘାଟ ଓ ବାରଙ୍ଗ ଥାନା ଅଞ୍ଚଳରେ ଘଟିଥିବାବେଳେ ପୀଡ଼ିତା ଛାତ୍ରୀ ଜଣକ ବାଦାମବାଡ଼ି ଥାନା ଅଞ୍ଚଳର ଏକ କଲେଜରେ ପଢୁଥିବାରୁ ସେ ଏଠାରେ ଏତଲା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri