‘ହକିର ଗ୍ଲୋବାଲ ହବ୍‌ରେ ପରିଣତ ହୋଇଛି ଓଡ଼ିଶା’

ଭୁବନେଶ୍ୱର, ୧୧।୯ (ତପନ ସ୍ବାଇଁ): ଅନ୍ତର୍ଜାତୀୟ ହକି ଫେଡେରେଶନ (ଏଫ୍‌ଆଇଏଚ୍‌) ସଭାପତି ତୟାବ ଇକ୍ରାମ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏଠାରେ ସାକ୍ଷାତ କରିଛନ୍ତି। ବିଶ୍ୱ ହକିକୁ ଓଡ଼ିଶାର ଅବଦାନ ଏବଂ ରାଜ୍ୟରେ ହକିର ବିକାଶ ପାଇଁ ମିଳିତ ଉଦ୍ୟମ ସମ୍ପର୍କରେ ଏହି ସାକ୍ଷାତ ଅବସରରେ ଆଲୋଚନା ହୋଇଛି। କ୍ରୀଡ଼ା ସହ ଭିତ୍ତିଭୂମିର ଉନ୍ନତି ଏବଂ ଓଡ଼ିଶାରେ ଆଗାମୀ ଅନ୍ତର୍ଜାତୀୟ ଟୁର୍ନାମେଣ୍ଟ ଆୟୋଜନ ଉପରେ ଏଥିରେ ଗୁରୁତ୍ୱ ଦିଆଯାଇଛି। ହକି ଇଣ୍ଡିଆ ସଭାପତି ଦିଲୀପ ତିର୍କୀ, ମହାସଚିବ ଭୋଳାନାଥ ସିଂ, କ୍ରୀଡ଼ା ସଚିବ ଭାସ୍କରଜ୍ୟୋତି ଶର୍ମା ପ୍ରମୁଖ ଏହି ଅବସରରେ ଉପସ୍ଥିତ ଥିଲେ।
ପୁରୁଷ ହକି ବିଶ୍ୱକପ ପରି ବଡ଼ ଟୁର୍ନାମେଣ୍ଟଗୁଡ଼ିକର ଆୟୋଜନ ସମୟରେ ଏଫ୍‌ଆଇଏଚ୍‌ର ଅକୁଣ୍ଠ ସହଯୋଗକୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଥିଲେ। ”ସମ୍ମାନଜନକ ଟୁର୍ନାମେଣ୍ଟଗୁଡ଼ିକ ଆୟୋଜନ କରି ଓଡ଼ିଶା ହକିର ଏକ ଗ୍ଲୋବାଲ ହବ୍‌ରେ ପରିଣତ ହୋଇଛି। ଅମେ ଆସନ୍ତା ପ୍ରୋ ଲିଗ୍‌ ଆୟୋଜନକୁ ବ୍ୟଗ୍ରତାର ସହ ଅପେକ୍ଷା କରିଛୁ। ଏହା ବ୍ୟତୀତ ଏଫ୍‌ଆଇଏଚ୍‌ ସହଯୋଗରେ ରାଜ୍ୟରେ ଭବିଷ୍ୟତରେ ଆହୁରି ବିଶ୍ୱସ୍ତରୀୟ ଟୁର୍ନାମେଣ୍ଟ ଆୟୋଜନ ପାଇଁ ଆଶା ରଖିଛୁ“ ବୋଲି ଆଲୋଚନା ଅବସରରେ ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି। କ୍ରୀଡ଼ାକୁ ପ୍ରମୋଟ କରୁଥିବାରୁ ଏବଂ ତୃଣମୂଳ ସ୍ତରରେ କାର୍ଯ୍ୟକ୍ରମ ଆୟୋଜନ କରି ହକି ପ୍ରତିଭା ଅନ୍ବେଷଣ କରୁଥିବାରୁ ଇକ୍ରାମ ମଧ୍ୟ ଓଡ଼ିଶା ସରକାରଙ୍କୁ ପ୍ରଶଂସା କରିଛନ୍ତି। ଏହି ଅବସରରେ ଉଭୟଙ୍କ ମଧ୍ୟରେ ଆଥ୍‌ଲେଟ୍‌ ଡେଭଲପ୍‌ମେଣ୍ଟ, ସ୍ପୋଟର୍‌ସ ସାଇନ୍ସ ଏବଂ ଖେଳାଳି ଓ କୋଚ୍‌ଙ୍କ ଫାଇଦା ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନେବା ଉପରେ ଆଲୋଚନା ହୋଇଥିଲା। ଉଭୟ ଓଡ଼ିଶା ଏବଂ ଦେଶରେ ମହିଳା ହକିକୁ ପ୍ରୋତ୍ସାହିତ କରିବା ଓ ମହିଳା ଆଥ୍‌ଲେଟ୍‌ଙ୍କ ସଶକ୍ତୀକରଣ ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଥିଲା। ଓଡ଼ିଶା ସହ ମିଶି ବିଶ୍ୱସ୍ତରରେ ହକିର ବିକାଶ ପାଇଁ ଏଫ୍‌ଆଇଏଚ୍‌ ପ୍ରତିଶ୍ରୁତିବଦ୍ଧ ବୋଲି ଇକ୍ରାମ ପ୍ରକାଶ କରିଛନ୍ତି।
ଭୁବନେଶ୍ୱରରେ ପହଞ୍ଚତ୍ବା ପରେ ଇକ୍ରାମଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ବିମାନ ବନ୍ଦରରେ କ୍ରୀଡ଼ା ଓ ଯୁବସେବା ବିଭାଗ, ହକି ଆସୋସିଏଶନ ଅଫ୍‌ ଓଡ଼ିଶା ଏବଂ ହକି ଇଣ୍ଡିଆର କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶେୟାର ବଜାରରେ ନୂଆ ରେକର୍ଡ: ପ୍ରଥମଥର ୮୪ ହଜାର ପଏଣ୍ଟ ପାର୍‌ କଲା ସେନସେକ୍ସ

ନୂଆଦିଲ୍ଲୀ,୨୦।୯: କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଘରୋଇ ଷ୍ଟକ ମାର୍କେଟ ନୂତନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ବ୍ୟବସାୟରେ ଧୀର ଆରମ୍ଭ ହେବା ପରେ, ଅଳ୍ପ...

ଆଇଫୋନ୍‌ କିଣିବାକୁ ଦୌଡିଲେ ଲୋକେ: ଜାଣନ୍ତୁ କାହିଁକି

ମୁମ୍ବାଇ,୨୦।୯:ଭେଟେରାନ ଟେକ୍‌ କମ୍ପାନୀ ଆପଲ ଆଜିଠାରୁ ଆଇଫୋନ ୧୬ ସିରିଜ ବିକ୍ରି ଆରମ୍ଭ କରିଛି। ସେପ୍ଟେମ୍ବର ୯ରେ ‘ଇଟିସ୍‌ ଗ୍ଲୋ ଟାଇମ’ରେ ଏଆଇ ବୈଶିଷ୍ଟ୍ୟ ସହିତ...

ବଜାରରେ ଏଚ୍‌ପିର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୨୦।୯ (ଅଭୟ ଦାଶ):ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଇ-ଉତ୍ପାଦନକାରୀ ବ୍ରାଣ୍ଡ ଏଚ୍‌ପିର ନୂତନ ଉତ୍ପାଦ ରେଞ୍ଜର ଅନାବରଣ ନିକଟରେ ହୋଇଯାଇଛି। ଏପରିକି ବ୍ରାଣ୍ଡ୍‌ର ଅଫିସ୍‌...

ଆଇସିଆଇସିଆଇ ପ୍ରୁ ସିଗ୍ନେଚର ପେନ୍‌ସନର ଶୁଭାରମ୍ଭ

ନୂଆଦିଲ୍ଲୀ,୨୦।୯ (ଅଭୟ ଦାଶ):ଆଇସିଆଇସିଆଇ ପ୍ରୁଡେନ୍ସିଆଲ ଲାଇଫ୍‌ ଇନ୍ସୁରାନ୍ସର ନୂତନ ଉତ୍ପାଦ ‘ଆଇସିଆଇସିଆଇ ପ୍ରୁ ସିଗ୍ନେଚର ପେନ୍‌ସନ’ ପ୍ଲାନ୍‌ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଏହା ଏକ...

ମଉଳୁଛି ପେଟ୍ରୋଲ, ଡିଜେଲ ଶସ୍ତା ହେବା ଆଶା

ଭୁବନେଶ୍ୱର,୨୦।୯ (ଅନୁରାଧା ମହାରଣା):ନିକଟରେ ଅଶୋଧିତ ତୈଳର ମୂଲ୍ୟ ହ୍ରାସ ପାଇବା ପରେ ଦେଶରେ ପେଟ୍ରୋଲ ଏବଂ ଡିଜେଲ ଦର ହ୍ରାସ ପାଇବ ବୋଲି ଆଶା କରାଯାଉଥିଲା।...

କୋଟି କୋଟି ଟଙ୍କାର ବ୍ୟବସାୟ ଛାଡି ରିଲାଏନ୍ସରେ ଦେଇଥିଲେ ଯୋଗ, ଏବେ କମ୍ପାନୀର…

ନୂଆଦିଲ୍ଲୀ,୧୯।୯: ଜୟକର୍ପ ଲିମିଟେଡର ଚେୟାରମ୍ୟାନ୍‌ ଆନନ୍ଦ ଜେନ ରିଅଲ ଇଷ୍ଟେଟ, ବିତ୍ତ ଓ ପୁଞ୍ଜି ବଜାର ସହିତ ଅନ୍ୟ ଉଦ୍ୟୋଗରେ ୩୦ବର୍ଷର ଅନୁଭବ ରଖିଛନ୍ତି। ତେବେ...

ପାର୍ବଣ ସମୟରେ ନିୟନ୍ତ୍ରଣରେ ରହିବ ଦରଦାମ୍: ଆଶ୍ୱସ୍ତ କଲେ ସରକାର

ନୂଆଦିଲ୍ଲୀ,୧୮ା୯: ସରକାର ନାଗରିକମାନଙ୍କୁ ଆଶ୍ୱାସନା ଦେଇଛନ୍ତି ଯେ ଆଗାମୀ ପାର୍ବଣ ଋତୁରେ ଅତ୍ୟାବଶ୍ୟକ ଦ୍ରବ୍ୟର ମୂଲ୍ୟ ବୃଦ୍ଧି ହେବ ନାହିଁ। ବଢୁଥିବା ଦରଦାମ୍ ଏବେ ଲୋକମାନଙ୍କର...

ଜିଡିପିରେ ଓଡ଼ିଶାର ଜବରଦସ୍ତ ଉନ୍ନତି: ପଛରେ ପଡିଲା ପଶ୍ଚିମବଙ୍ଗ

ନୂଆଦିଲ୍ଲୀ,୧୮।୯: ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା ପରିଷଦ (ଇଏସି-ପିଏମ) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଏହି ରିପୋର୍ଟରେ ଦର୍ଶାଯାଇଛି ଯେ, ଉଦାରୀକରଣ ପରେ ଦକ୍ଷିଣ ରାଜ୍ୟଗୁଡ଼ିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri