ଓଡ଼ିଶା ପାଇଲାଣି ୨୭୮୬ କୋଟି ଜିଏସ୍‌ଟି କ୍ଷତିପୂରଣ

ନୂଆଦିଲ୍ଲୀ: ରାଜ୍ୟଗୁଡ଼ିକୁ ଜିଏସ୍‌ଟି କ୍ଷତିପୂରଣର ୧୨ତମ କିସ୍ତି ଭାବେ କେନ୍ଦ୍ର ସରକାର ସୋମବାର ଆଉ ୬ ହଜାର କୋଟି ଟଙ୍କା ପ୍ରଦାନ କରିଛନ୍ତି। ଏହି ବାବଦକୁ ଓଡ଼ିଶା ଏବେ ସୁଦ୍ଧା ୨୭୮୬.୫୩ କୋଟି ଟଙ୍କା ଲାଭ କରିଛି। ଅପରପକ୍ଷରେ ୨୮୫୮ କୋଟି ଟଙ୍କାର ଋଣ କରିବା ଲାଗି ଅର୍ଥ ମନ୍ତ୍ରଣାଳୟ ଏହି ରାଜ୍ୟକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ବର୍ତ୍ତମାନର ୬ ହଜାର କୋଟି ଟଙ୍କା ମଧ୍ୟରୁ ୨୩ ରାଜ୍ୟ ୫,୫୧୬.୬୦ କୋଟି ଟଙ୍କା ପାଇଛନ୍ତି। ସେହିଭଳି ଦିଲ୍ଲୀ, ଜମ୍ମୁ କଶ୍ମୀର ଏବଂ ପୁଡୁଚେରୀକୁ ୪୮୩.୪୦ କୋଟି ଟଙ୍କା ମିଳିଛି। ଅରୁଣାଞ୍ଚଳ ପ୍ରଦେଶ, ମଣିପୁର, ମିଜୋରାମ, ନାଗାଲାଣ୍ଡ, ସିକିମ ଭଳି ୫ ରାଜ୍ୟ ରାଜସ୍ବ କ୍ଷତି ସହିନାହାନ୍ତି। ଫଳରେ ଉକ୍ତ ରାଜ୍ୟଗୁଡିକୁ କ୍ଷତିପୂରଣ ଦିଆଯାଇନାହିଁ। ମୋଟ ୧୨ କିସ୍ତିରେ କେନ୍ଦ୍ର ୭୨ ହଜାର କୋଟି ଟଙ୍କା ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳଗୁଡ଼ିକୁ ପ୍ରଦାନ କରିସାରିଛି। ଏହା ପ୍ରଦାନ କରାଯିବାକୁ ଥିବା ମୋଟ କ୍ଷତିପୂରଣ ରାଶିର ପ୍ରାୟ ୬୫%। ଏହି ରାଶି ମଧ୍ୟରୁ ରାଜ୍ୟଗୁଡିକ ୬୫,୫୮୨.୯୬ କୋଟି ଟଙ୍କା ପାଇଥିବା ବେଳେ ୩ କେନ୍ଦ୍ର ଶାସିତ ଅଞ୍ଚଳଗୁଡିକର ଭାଗରେ ୬,୪୧୭.୦୪ କୋଟି ଟଙ୍କା ପଡିଛି।
ସ୍ବତନ୍ତ୍ର ଋଣ ଓ୍ବିଣ୍ଡୋରୁ ସରକାର ୧.୧୦ ଲକ୍ଷ କୋଟି ଟଙ୍କା ଋଣ କରି ରାଜ୍ୟଗୁଡ଼ିକୁ ପ୍ରଦାନ କରୁଛନ୍ତି। ସେହିଭଳି ରାଜ୍ୟଗୁଡିକ ୧.୦୬ ଲକ୍ଷ କୋଟି ଟଙ୍କା ଋଣ ଉଠାଣ କରିପାରିବେ ବୋଲି କେନ୍ଦ୍ର ସରକାର ଅନୁମତି ପ୍ରଦାନ କରିଛନ୍ତି। ଜିଏସ୍‌ଟି କ୍ଷତିପୂରଣ ରାଶି ଭରଣା ଲାଗି ରାଜ୍ୟଗୁଡିକୁ କେନ୍ଦ୍ର ସରକାର ୨ଟି ବିକଳ୍ପ ଦେଇଥିଲେ। ରିଜର୍ଭ ବ୍ୟାଙ୍କ ଓ୍ବିଣ୍ଡୋରୁ ୯୭ ହଜାର କୋଟି କିମ୍ବା ଖୋଲା ବଜାରରୁ ମୋଟ ୨.୩୫ ଲକ୍ଷ କୋଟି ଟଙ୍କାର ଋଣ ଉଠାଣ ନେଇ ରାଜ୍ୟଗୁଡିକୁ ବିକଳ୍ପ ଦିଆଯାଇଥିଲା। କ୍ଷତିପୂରଣ ରାଶିକୁ ନେଇ କେନ୍ଦ୍ର ରାଜ୍ୟ ମଧ୍ୟ ଟଣାଓଟରା ଲାଗି ରହିଥିଲା। ପ୍ରଥମ ବିକଳ୍ପ ରାଶିକୁ କେନ୍ଦ୍ର ସରକାର ୧ ଲକ୍ଷ କୋଟି ଟଙ୍କାରୁ ଊର୍ଦ୍ଧ୍ୱକୁ ବଢ଼ାଇଛନ୍ତି। ଅପରପକ୍ଷରେ ପ୍ରଥମ ବିକଳ୍ପକୁ ସବୁ ରାଜ୍ୟ ପସନ୍ଦ କରିଛନ୍ତି। ଏହି ବିକଳ୍ପ ନେଇଥିବା ସବୁ ରାଜ୍ୟ ଅତିରିକ୍ତ ୧.୦୬ ଲକ୍ଷ କୋଟି ଟଙ୍କା ଉଠାଣ କରିବାକୁ କେନ୍ଦ୍ର ସରକାର ଅନୁମତି ପ୍ରଦାନ କରିଛନ୍ତି। ରାଜ୍ୟ ସେମାନଙ୍କ ମୋଟ ଘରୋଇ ଉତ୍ପାଦ(ଏସ୍‌ଜିଡିପି)ର ୦.୫୦% ଋଣ ଉଠାଇ ପାରିବେ ବୋଲି କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶେୟାର ବଜାରରେ ନୂଆ ରେକର୍ଡ: ପ୍ରଥମଥର ୮୪ ହଜାର ପଏଣ୍ଟ ପାର୍‌ କଲା ସେନସେକ୍ସ

ନୂଆଦିଲ୍ଲୀ,୨୦।୯: କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଘରୋଇ ଷ୍ଟକ ମାର୍କେଟ ନୂତନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ବ୍ୟବସାୟରେ ଧୀର ଆରମ୍ଭ ହେବା ପରେ, ଅଳ୍ପ...

ଆଇଫୋନ୍‌ କିଣିବାକୁ ଦୌଡିଲେ ଲୋକେ: ଜାଣନ୍ତୁ କାହିଁକି

ମୁମ୍ବାଇ,୨୦।୯:ଭେଟେରାନ ଟେକ୍‌ କମ୍ପାନୀ ଆପଲ ଆଜିଠାରୁ ଆଇଫୋନ ୧୬ ସିରିଜ ବିକ୍ରି ଆରମ୍ଭ କରିଛି। ସେପ୍ଟେମ୍ବର ୯ରେ ‘ଇଟିସ୍‌ ଗ୍ଲୋ ଟାଇମ’ରେ ଏଆଇ ବୈଶିଷ୍ଟ୍ୟ ସହିତ...

ବଜାରରେ ଏଚ୍‌ପିର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୨୦।୯ (ଅଭୟ ଦାଶ):ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଇ-ଉତ୍ପାଦନକାରୀ ବ୍ରାଣ୍ଡ ଏଚ୍‌ପିର ନୂତନ ଉତ୍ପାଦ ରେଞ୍ଜର ଅନାବରଣ ନିକଟରେ ହୋଇଯାଇଛି। ଏପରିକି ବ୍ରାଣ୍ଡ୍‌ର ଅଫିସ୍‌...

ଆଇସିଆଇସିଆଇ ପ୍ରୁ ସିଗ୍ନେଚର ପେନ୍‌ସନର ଶୁଭାରମ୍ଭ

ନୂଆଦିଲ୍ଲୀ,୨୦।୯ (ଅଭୟ ଦାଶ):ଆଇସିଆଇସିଆଇ ପ୍ରୁଡେନ୍ସିଆଲ ଲାଇଫ୍‌ ଇନ୍ସୁରାନ୍ସର ନୂତନ ଉତ୍ପାଦ ‘ଆଇସିଆଇସିଆଇ ପ୍ରୁ ସିଗ୍ନେଚର ପେନ୍‌ସନ’ ପ୍ଲାନ୍‌ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଏହା ଏକ...

ମଉଳୁଛି ପେଟ୍ରୋଲ, ଡିଜେଲ ଶସ୍ତା ହେବା ଆଶା

ଭୁବନେଶ୍ୱର,୨୦।୯ (ଅନୁରାଧା ମହାରଣା):ନିକଟରେ ଅଶୋଧିତ ତୈଳର ମୂଲ୍ୟ ହ୍ରାସ ପାଇବା ପରେ ଦେଶରେ ପେଟ୍ରୋଲ ଏବଂ ଡିଜେଲ ଦର ହ୍ରାସ ପାଇବ ବୋଲି ଆଶା କରାଯାଉଥିଲା।...

କୋଟି କୋଟି ଟଙ୍କାର ବ୍ୟବସାୟ ଛାଡି ରିଲାଏନ୍ସରେ ଦେଇଥିଲେ ଯୋଗ, ଏବେ କମ୍ପାନୀର…

ନୂଆଦିଲ୍ଲୀ,୧୯।୯: ଜୟକର୍ପ ଲିମିଟେଡର ଚେୟାରମ୍ୟାନ୍‌ ଆନନ୍ଦ ଜେନ ରିଅଲ ଇଷ୍ଟେଟ, ବିତ୍ତ ଓ ପୁଞ୍ଜି ବଜାର ସହିତ ଅନ୍ୟ ଉଦ୍ୟୋଗରେ ୩୦ବର୍ଷର ଅନୁଭବ ରଖିଛନ୍ତି। ତେବେ...

ପାର୍ବଣ ସମୟରେ ନିୟନ୍ତ୍ରଣରେ ରହିବ ଦରଦାମ୍: ଆଶ୍ୱସ୍ତ କଲେ ସରକାର

ନୂଆଦିଲ୍ଲୀ,୧୮ା୯: ସରକାର ନାଗରିକମାନଙ୍କୁ ଆଶ୍ୱାସନା ଦେଇଛନ୍ତି ଯେ ଆଗାମୀ ପାର୍ବଣ ଋତୁରେ ଅତ୍ୟାବଶ୍ୟକ ଦ୍ରବ୍ୟର ମୂଲ୍ୟ ବୃଦ୍ଧି ହେବ ନାହିଁ। ବଢୁଥିବା ଦରଦାମ୍ ଏବେ ଲୋକମାନଙ୍କର...

ଜିଡିପିରେ ଓଡ଼ିଶାର ଜବରଦସ୍ତ ଉନ୍ନତି: ପଛରେ ପଡିଲା ପଶ୍ଚିମବଙ୍ଗ

ନୂଆଦିଲ୍ଲୀ,୧୮।୯: ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା ପରିଷଦ (ଇଏସି-ପିଏମ) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଏହି ରିପୋର୍ଟରେ ଦର୍ଶାଯାଇଛି ଯେ, ଉଦାରୀକରଣ ପରେ ଦକ୍ଷିଣ ରାଜ୍ୟଗୁଡ଼ିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri