ଜେଲ ପାଇଖାନା ସୁବ୍ୟସ୍ଥିତ କରିବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ ଅଫିସ,୨୦।୪: ୧୦ ଦିନ ମଧ୍ୟରେ ରାଜ୍ୟର ସମସ୍ତ ଜେଲରେ ଥିବା ପାଇଖାନାଗୁଡିକ ସୁବ୍ୟବସ୍ଥିତ କରିବାକୁ ଓଡିଶା ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ନିର୍ଦ୍ଦେଶର ଖିଲାପକାରୀଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଆସନ୍ତା ୩୦ ତାରିଖରେ ଜିଲା ଆଇନସେବା ଅଧିକାରୀ ଜେଲ ପରିଦର୍ଶନ କରି ପାଇଖାନା ଗୁଡିକର ସ୍ବଚ୍ଛତା ସମ୍ପର୍କରେ ଏକ ବିସ୍ତୃତ ରିପୋର୍ଟ ଦାଖଲ କରିବାକୁ କୋର୍ଟ କହିଛନ୍ତି। ବୁଧବାର ଏକ ଜନସ୍ବାର୍ଥ ମାମଲାର ଶୁଣାଣି କରି କୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ଏହାଛଡ଼ା ଜେଲ ଅନ୍ତେବାସୀଙ୍କୁ ଦିଆଯାଉଥିବା ଖାଦ୍ୟର ମାନ ଓ ପରିମାଣ ପ୍ରସଙ୍ଗରେ ହାଇକୋର୍ଟ ଉଦ୍‌ବେଗ ପ୍ରକାଶ କରିଛନ୍ତି। ଜେଲ ଅନ୍ତେବାସୀଙ୍କ ଖାଦ୍ୟର ଉତ୍କୃଷ୍ଟ ମାନ ଓ ପରିମାଣ ନିଶ୍ଚିତ କରିବା ପାଇଁ ଏକ ଉଚ୍ଚ ସ୍ତରୀୟ କମିଟି ଗଠନ କରିବାକୁ ଜେଲ ବିଭାଗକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

Share