Posted inଖେଳ

ଓଡ଼ିଶା ସେମିଫାଇନାଲରେ

ଭୁବନେଶ୍ୱର, ୨୬।୯(ତପନ ସ୍ବାଇଁ): ଏଠାରେ ଚାଲିଥିବା ଜାତୀୟ ଜୁନିୟର ବାଳିକା ଫୁଟବଲ ଚାମ୍ପିୟନଶିପ୍‌ରେ ଚମତ୍କାର ପ୍ରଦର୍ଶନ କରି ଓଡ଼ିଶା ସେମିଫାଇନାଲରେ ପ୍ରବେଶ କରିଛି। ସେମିଫାଇନାଲରେ ଓଡ଼ିଶା ଆସନ୍ତା ୨୮ ତାରିଖରେ କ୍ୟାପିଟାଲ ଆରେନାରେ ମଣିପୁରକୁ ଭେଟିବ। ସେହିଦିନ ତାମିଲନାଡ଼ୁ ଓ ଝାଡ଼ଖଣ୍ଡ ମଧ୍ୟରେ ଅନ୍ୟ ସେମିଫାଇନାଲ ମୁକାବିଲା ହେବ। ତାମିଲନାଡ଼ୁ-ଝାଡ଼ଖଣ୍ଡ ମ୍ୟାଚ ପୂର୍ବାହ୍ନ ୯ଟା ଏବଂ ଓଡ଼ିଶା-ମଣିପୁର ମ୍ୟାଚ ଅପରାହ୍ନ ୨ଟା ୩୦ରେ ଅନୁଷ୍ଠିତ ହେବ।
ସୋମବାର କ୍ୟାପିଟାଲ ଫୁଟବଲ ଆରେନାରେ ଅନୁଷ୍ଠିତ ଏକ ମ୍ୟାଚରେ ଓଡ଼ିଶା ୧-୦ ଗୋଲରେ ଗୁଜରାଟକୁ ପରାସ୍ତ କରିଥିଲା। ତୀବ୍ର ସଂଘର୍ଷପୂର୍ଣ୍ଣ ଏହି ମ୍ୟାଚରେ ବିଜୟୀ ଦଳ ପକ୍ଷରୁ ପ୍ରୀୟା ଓରାମ ୮୫ତମ ମିନିଟରେ ଦେଇଥିବା ଗୋଲଟି ନିର୍ଣ୍ଣାୟକ ହୋଇଥିଲା। ଏହି ପଡ଼ିଆରେ ଅନୁଷ୍ଠିତ ଅନ୍ୟ ଏକ ମ୍ୟାଚରେ ମଣିପୁର ୧-୦ ଗୋଲରେ ହରିୟାଣାକୁ ପରାସ୍ତ କରିଥିଲା। ମଣିପୁର ପକ୍ଷରୁ ନିଙ୍ଗଥୋଉଜାମ ଓଲିଭିଆ ଚାନୁ ୫୫ତମ ମିନିଟରେ ବିଜୟ ସୂଚକ ଗୋଲଟି ଦେଇଥିଲେ।
୭ମ ବାଟାଲିୟନରେ ଥିବା ଓଡ଼ିଶା ଫୁଟବଲ ଏକାଡେମୀ ପଡ଼ିଆରେ ଅନୁଷ୍ଠିତ ମ୍ୟାଚରେ ଦିଲ୍ଲୀ ୬-୦ ଗୋଲରେ ମହାରାଷ୍ଟ୍ରକୁ ପରାସ୍ତ କରିଥିଲା। ଦିଲ୍ଲୀ ପକ୍ଷରୁ ଦୀପିକା ପାଲ୍‌ ୨୪ ଓ ୮୪ତମ ମିନିଟରେ ୨ଟି ଏବଂ ଭାନି କାଲୁଚା ୮ମ, ଭୂମି ଶର୍ମା ୪୦, ତାରିଣୀ ସିବଲ ୪୫+୩ ଓ ତାନ୍ୟା ସିଂ ୭୩ତମ ମିନିଟରେ ଗୋଟିଏ ଲେଖାଏ ଗୋଲ ଦେଇଥିଲେ। ଏହି ଗ୍ରାଉଣ୍ଡରେ କେରଳ ଓ ଅରୁଣାଚଳ ପ୍ରଦେଶ ମଧ୍ୟରେ ଅନୁଷ୍ଠିତ ମ୍ୟାଚଟି ୪-୪ ଗୋଲରେ ଡ୍ର ରହିଥିଲା। ଅରୁଣାଚଳ ପକ୍ଷରୁ ଗୁନାଇଲୁ ତସିକ ୬୨ ଓ ୭୫ତମ ମିନିଟରେ ୨ଟି ଏବଂ ୟୁମଲାମ ଲାଲି ପେନାଲ୍ଟିରୁ ୩ୟ ଓ ନବମ ରିନା ୫୦ତମ ମିନିଟରେ ଗୋଟିଏ ଲେଖାଏ ଗୋଲ ଦେଇଥିଲେ। କେରଳର ଭାଗ୍ୟା ବିନୋଦ ୭୭, ୮୬ ଓ ୮୯ତମ ମିନିଟରେ ୩ଟି ଗୋଲ ଦେଇ ହ୍ୟାଟ୍ରିକ ଅର୍ଜନ କରିଥିଲେ। ଅଖିଳ ବି.ଏଲ. ୭୨ତମ ମିନିଟରେ ଅନ୍ୟ ଗୋଲଟି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନିଆରା ଅନ୍ଦାଜରେ ମୁଖ୍ୟମନ୍ତ୍ରୀ: କ୍ରୀଡାବିତଙ୍କୁ କଲେ ଉତ୍ସାହିତ

କେନ୍ଦୁଝର ,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା କରଞ୍ଜିଆପଡା ଖେଳପଡିଆରେ ଆୟୋଜିତ ୧୮ ତମ ନକ ଆଉଟ୍ ଫୁଟବଲ ପ୍ରତିଯୋଗିତାରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଆଇପିଏଲ୍‌ ପୂର୍ବରୁ ବିକ୍ରମ ରାଠୋର ରାଜସ୍ଥାନର ବ୍ୟାଟିଂ କୋଚ୍‌ ନିଯୁକ୍ତ: ଜାଣନ୍ତୁ ବିକ୍ରମ କିଏ…

ଜୟପୁର,୨୦ା୯: ରାଜସ୍ଥାନ ରୟାଲ୍ସ ଶୁକ୍ରବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ପୂର୍ବରୁ ପୂର୍ବତନ ଭାରତୀୟ ଓପନର ବିକ୍ରମ ରାଠୋରଙ୍କୁ ଦଳର ବ୍ୟାଟିଂ କୋଚ୍‌ ଭାବେ ନିଯୁକ୍ତି...

ଭାରତର ସମ୍ମାନ ରଖିଲେ ଅଶ୍ୱିନ

ଚେନ୍ନାଇ,୨୦।୯: ଚେନ୍ନାଇରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତର ସମ୍ମାନ ରକ୍ଷା କରିଛନ୍ତି ରବିଚନ୍ଦ୍ରନ ଅଶ୍ୱିନ। ଭାରତ ୧୪୪ ରନ୍‌ରେ ୬ ଉଇକେଟ ହରାଇ...

୨୦ ବର୍ଷ କ୍ରିକେଟ୍‌ରୁ ବାସନ୍ଦ ହେଲେ ଏହି ଖେଳାଳି

ମେଲବୋର୍ନ, ୨୦ା୯: ଶ୍ରୀଲଙ୍କାର ପୂର୍ବତନ ଟେଷ୍ଟ କ୍ରିକେଟର ଦୁଲୀପ ସମରବୀରା ଅଷ୍ଟ୍ରେଲିଆରେ କୋଚିଂ ଦେବାରୁ ୨୦ବର୍ଷ ବାସନ୍ଦ ହୋଇଛନ୍ତି। ସେ ଭିକ୍ଟୋରିଆ ମହିଳା ଦଳର କୋଚ୍‌...

୧୪୭ ବର୍ଷ କ୍ରିକେଟ୍‌ ଇତିହାସରେ ପ୍ରଥମ ଖେଳାଳି ଭାବେ ଏମିତି ରେକର୍ଡ କଲେ ଆର୍‌. ଅଶ୍ୱିନ

ଚେନ୍ନାଇ,୨୦।୯: ଚେନ୍ନାଇରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ରବିଚନ୍ଦ୍ରନ ଅଶ୍ୱିନ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ମ୍ୟାଚ୍‌ର ପ୍ରଥମ ଦିନରେ...

୧୧୯ ବର୍ଷ ପୂର୍ବେ କରିଥିଲେ ଡେବ୍ୟୁ, ୨୯ ବର୍ଷ ଖେଳି ହାସଲ କଲେ ୧୯୯ ଶତକ: ତାଙ୍କ ଆଖପାଖରେ ନାହାନ୍ତି ସଚିନ-କୋହଲି

ନୂଆଦିଲ୍ଲୀ,୧୯।୯: କ୍ରିକେଟରେ ଶତକ ସ୍କୋର କରିବା ଏକ ବଡ଼ ସଫଳତା। ୧୦୦ ରନ ପୂରଣ କରିବାକୁ ଜଣେ ବ୍ୟାଟ୍ସମ୍ୟାନଙ୍କୁ ଅନେକ ଘଣ୍ଟା ପାଇଁ କ୍ରିଜରେ ରହିବାକୁ...

ପଡିଆରେ ଏହି ମନ୍ତ୍ର ଜପ କରନ୍ତି ବିରାଟ କୋହଲି, ଆଉ ଗୌତମ ଗମ୍ଭୀର…

ନୂଆଦିଲ୍ଳୀ,୧୯ା୯(ପି.ଟି.): ଭାରତୀୟ ଦଳର ଷ୍ଟାର ବ୍ୟାଟର ବିରାଟ କୋହଲି ଓ ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ସାକ୍ଷାତକାର ଅବସରରେ ଉଭୟଙ୍କ ଆଧ୍ୟାତ୍ମିକତାର ରୁଚି ସାମ୍ନାକୁ ଆସିଛି।...

ଗମ୍ଭୀର-ବିରାଟ ବିବାଦ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ

ଚେନ୍ନାଇ,୧୯ା୯(ପି.ଟି.):ଭାରତୀୟ ଦଳର ଷ୍ଟାର ବ୍ୟାଟର ବିରାଟ କୋହଲି ଓ ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ମଧ୍ୟରେ ପଡିଆ ବାହାରେ ବିବାଦକୁ ନେଇ ସର୍ବଦା ଖବର ଦେଖିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri