‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ବୁଧବାର ଏହି ସଂସଦୀୟ କ୍ଷେତ୍ର ଅଧୀନ ଅନୁଗୋଳ ଜିଲା ଛେଣ୍ଡିପଦାରେ ନିର୍ବାଚନ ପ୍ରଚାର କରିଛନ୍ତି। ଏହି ପ୍ରଚାର ବେଳେ ପ୍ରଣବ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ପରୋକ୍ଷରେ ସମାଲୋଚନା କରିଥିଲେ। ଏଥିସହ କେନ୍ଦ୍ର ସରକାରଙ୍କ ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ ବୋଲି କହିଥିଲେ।
ସକାଳେ ତାଳଚେରସ୍ଥିତ ମା’ ହିଙ୍ଗୁଳା ମନ୍ଦିରରେ ପ୍ରଣବ ପହଞ୍ଚି ମା’ଙ୍କ ଦର୍ଶନ କରିଥିଲେ। ଏହାପରେ ସେ ଛେଣ୍ଡିପଦା ଜଗନ୍ନାଥ ମନ୍ଦିର ଯାଇ ଦର୍ଶନ କରିବା ପରେ ଆୟୋଜିତ ସଭାରେ ଯୋଗଦେଇ ଭାଜପା ଉପରେ ବର୍ଷିଥିଲେ। ପ୍ରଣବ କହିଥିଲେ, ୨୦୧୯ରେ ସମ୍ବଲପୁର ସଂସଦୀୟ କ୍ଷେତ୍ରର ଭୋଟରମାନେ ଭାଜପା ଏମ୍‌ପିଙ୍କୁ ଜିତାଇଥିଲେ। ହେଲେ ସେହି ଏମ୍‌ପିଙ୍କୁ ଲୋକେ ଦେଖିବାକୁ ପାଇନାହାନ୍ତି। ଭାଜପା ଏମ୍‌ପିମାନେ ଓଡ଼ିଶାର ସ୍ବାର୍ଥ ସମ୍ପର୍କରେ ସ୍ବର ଦିଲ୍ଲୀରେ ଉଠାଇ ନାହାନ୍ତି। ଜିଲାରୁ ଜଣେ ନେତା ଦୀର୍ଘବର୍ଷ ହେଲା କେନ୍ଦ୍ରରେ ମନ୍ତ୍ରୀ ରହିଥିବା ବେଳେ ୫୫ ନମ୍ବର ଜାତୀୟ ରାଜପଥରେ ନିତି ଜିଲାର କେହି ନା କେହି ଦୁର୍ଘଟଣାରେ ପ୍ରାଣ ହରାଉଛନ୍ତି। ତେଣୁ କେନ୍ଦ୍ର ସରକାରଙ୍କ ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ। କିନ୍ତୁ ନବୀନ ସରକାରଙ୍କ ପାଇଁ ଓଡ଼ିଶା ଓ ଓଡ଼ିଶାବାସୀ ମୁଖ୍ୟ। ଏଣୁ ଲୋକମାନେ କାହା ସପକ୍ଷରେ ଯିବେ ସେ ନେଇ ନିଜେ ନିଷ୍ପତ୍ତି ନେବାର ସମୟ ଆସିଛି। ଏହି ସଭାରେ ଛେଣ୍ଡିପଦା ବିଧାୟକ ପ୍ରାର୍ଥୀ ସୁଶାନ୍ତ କୁମାର ବେହେରା ଉପସ୍ଥିତ ରହି ରାଜ୍ୟ ସରକାରଙ୍କ ବିଭିନ୍ନ ଜନହିତକର ଯୋଜନା ସମ୍ପର୍କରେ କହିଥିଲେ। ବିଜେଡି ସହ ପର୍ଯ୍ୟବେକ୍ଷକ କୁନ ବିହାରୀ ଦାସଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଧାନସଭା ନିର୍ବାଚନମଣ୍ଡଳୀ ପର୍ଯ୍ୟବେକ୍ଷକ ସଞ୍ଜୟ କୁମାର ଅଗ୍ରୱାଲ, ବିଜେଡି ନେତା ଭାଗୀରଥି ନେପୁ ଦାସ, ସହ ପର୍ଯ୍ୟବେକ୍ଷକ ରୋଶନା ସାହୁ, ବ୍ଲକ ବିଜେଡି ସଭାପତି ଶରତ ଚନ୍ଦ୍ର ଗଡ଼ନାୟକ, ପଞ୍ଚାୟତ ସମିତି ଅଧ୍ୟକ୍ଷା ସୁମିତ୍ରା ସାହୁ, ଉପାଧ୍ୟକ୍ଷା ଝରଣା ସ୍ବାଇଁ ପ୍ରମୁଖ ଉପସ୍ଥିତ ଥିଲେ। ସେହିପରି ମା’ ହିଙ୍ଗୁଳାଙ୍କ ଦର୍ଶନ ସମୟରେ ବିଜେଡିର ତାଳଚେର ବିଧାୟକ ପ୍ରାର୍ଥୀ ବ୍ରଜକିଶୋର ପ୍ରଧାନ, ଭାରତୀୟ ପ୍ରଶାସନିକ ସେବା ପରୀକ୍ଷାରେ ଦ୍ବିତୀୟ ସ୍ଥାନ ହାସଲ କରିଥିବା ଅନିମେଶ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ଛେଣ୍ଡିପଦା ବିକାଶ ସମିତ ସଭାପତି ସୁବାସ ପ୍ରଧାନ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri