ଅର୍ବାନ ଗଭର୍ନାନ୍ସରେ ଓଡ଼ିଶା ୧ ନମ୍ବର

ଭୁବନେଶ୍ୱର,୧୦ା୧୨(ବ୍ୟୁରୋ):ଅର୍ବାନ ଗଭର୍ନାନ୍ସ ଇଣ୍ଡେକ୍ସ (ସହରାଞ୍ଚଳ ଶାସନ ସୂଚକାଙ୍କ)-୨୦୨୦ରେ ଓଡ଼ିଶା ଶ୍ରେଷ୍ଠ ରାଜ୍ୟ ବିବେଚିତ ହୋଇଛି। ଦେଶର ପ୍ରମୁଖ ରାଜ୍ୟଗୁଡ଼ିକୁ ପଛରେ ପକାଇ ଓଡ଼ିଶା ଏକ ନମ୍ବର ସ୍ଥାନ ହାସଲ କରିଛି। ସ୍ବେଚ୍ଛାସେବୀ ସଙ୍ଗଠନ ପ୍ରଜା ଫାଉଣ୍ଡେଶନ ପକ୍ଷରୁ ଦିଲ୍ଲୀ ସମେତ ୨୮ ରାଜ୍ୟର ୪୦ ସହରକୁ ନେଇ ୩ବର୍ଷ ଧରି ସର୍ଭେ କରାଯାଇଥିଲା। ସହର ପ୍ରଶାସନର ସଶକ୍ତୀକରଣ, ନାଗରିକ ସଶକ୍ତୀକରଣ ଓ ଆର୍ଥିକ ସଶକ୍ତୀକରଣ ଭଳି ବିଭିନ୍ନ ପ୍ରସଙ୍ଗକୁ ଆଧାରକରି ରାଜ୍ୟଗୁଡିକର ର଼୍ୟାଙ୍କିଙ୍ଗ୍‌ ପ୍ରକାଶ ପାଇଛି। ସଶକ୍ତ ସହରାଞ୍ଚଳ ଶାସନ ବ୍ୟବସ୍ଥାରେ ଏସବୁ ମାପକାଠିଗୁଡ଼ିକ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରୁଛି। ଏହାସହ ଆଞ୍ଚଳିକ ଅର୍ବାନ ପ୍ଲାନିଂ, ସଡ଼କ ଓ ରାସ୍ତାଘାଟ, ଲ୍ୟାଣ୍ଡ୍‌ ରେଗୁଲେଶନ, ଅର୍ଥନୈତିକ ଓ ସାମାଜିକ ଅଭିବୃଦ୍ଧି, ପାନୀୟ ଜଳ ବ୍ୟବସ୍ଥା, ଅଗ୍ନିଶମ ବ୍ୟବସ୍ଥା, ସହରାଞ୍ଚଳ ବନୀକରଣ ଭଳି ବିଭିନ୍ନ ପାରାମିଟର ମଧ୍ୟ ଏହି ସର୍ଭେରେ ଅନ୍ତର୍ଭୁକ୍ତ ରହିଥିଲା। ଓଡ଼ିଶା ୧୦୦ ନମ୍ବରରୁ ୫୬.୮୬ ସ୍କୋର୍‌ ପାଇ ପ୍ରଥମ ସ୍ଥାନରେ ରହିଛି। ୫୫.୧୫ ସ୍କୋର୍‌ ସହ ମହାରାଷ୍ଟ୍ର ଦ୍ୱିତୀୟ ଓ ୫୫.୧୫ ସହ ଛତିଶଗଡ଼ ତୃତୀୟ ସ୍ଥାନରେ ରହିଛି। ସେହିପରି କେରଳ ୪ର୍ଥ, ମଧ୍ୟପ୍ରଦେଶ ୫ମ, ତାମିଲନାଡୁ ୬ଷ୍ଠ ଓ ଗୁଜରାଟ ୭ମ ସ୍ଥାନରେ ରହିଛି। ଝାଡ଼ଖଣ୍ଡ, ଅରୁଣାଚଳ ପ୍ରଦେଶ, ମେଘାଳୟ, ମଣିପୁର ଓ ନାଗାଲାଣ୍ଡ ଏହି ସର୍ଭେରେ ୨୦ରୁ କମ୍‌ ସ୍କୋର କରି ତାଲିକାର ଶେଷରେ ରହିଛନ୍ତି। ସାମଗ୍ରିକଭାବେ ଦେଖିଲେ କୌଣସି ରାଜ୍ୟ ୫୭ରୁ ଅଧିକ ସ୍କୋର୍‌ କରିନାହାନ୍ତି। ତେଣୁ ସହରୀ ଶାସନରେ ଅଧିକ ସଂସ୍କାର ଓ ସଶକ୍ତୀକରଣର ଆବଶ୍ୟକତା ରହିଥିବା ପ୍ରଜା ଫାଉଣ୍ଡେଶନ ପକ୍ଷରୁ କୁହାଯାଇଛି।
ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ରାଜ୍ୟରେ ସହରାଞ୍ଚଳ ଶାସନ ବ୍ୟବସ୍ଥାରେ ବିଶେଷ ପରିବର୍ତ୍ତନ ଅଣାଯାଇଥିବା କୁହାଯାଇଛି। ରାଜ୍ୟ ସରକାରଙ୍କ ଦୂରଦୃଷ୍ଟି ସମ୍ପନ୍ନ ଯୋଜନା, ‘୫-ଟି’ ଏବଂ ‘ମୋ ସରକାର’ ଭଳି କାର୍ଯ୍ୟକ୍ରମ ଏହି ପରିବର୍ତ୍ତନ ଆଣିବାରେ ସହାୟକ ହୋଇପାରିଛି। ସେହିଭଳି ପୌରାଞ୍ଚଳ ଆଇନରେ ସଂଶୋଧନ ଦ୍ୱାରା ଲୋକଙ୍କ ଘରେ ସରକାରୀ ସେବା ପହଞ୍ଚତ୍ପାରିଛି। ବିଭିନ୍ନ କାର୍ଯ୍ୟକ୍ରମରେ ଜନସାଧାରଣଙ୍କ ମତାମତ ସଂଗ୍ରହ କରିବା ଦ୍ୱାରା ଶାସନ ବ୍ୟବସ୍ଥାରେ ସ୍ବଚ୍ଛତା ଆସିଥିବା ରାଜ୍ୟ ସରକାର କହିଛନ୍ତି। ଆଗାମୀ ଦିନରେ ଓଡ଼ିଶା ସ୍ବଚ୍ଛ ସହରାଞ୍ଚଳ କାର୍ଯ୍ୟକ୍ରମ, ବସ୍ତି ଉନ୍ନୟନ, ବର୍ଜ୍ୟ ପରିଚାଳନା, ଜୀବନଜୀବିକାର ବିକାଶ, ଇ-ଗଭର୍ନାନ୍ସ ଭଳି ବିଭିନ୍ନ ବିକାଶମୁଖୀ କାର୍ଯ୍ୟକ୍ରମ ଦ୍ୱାରା ଏହି ପରିବର୍ତ୍ତନର ଧାରାକୁ ବଜାୟ ରଖିବ ବୋଲି ଆଶା କରାଯାଉଛି। ଏହି ସଫଳତା ପାଇଁ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ମୁଖ୍ୟମନ୍ତ୍ରୀ ଓ ବିଭାଗୀୟ ଟିମ୍‌କୁ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା; ବଦଳିବ ରିଲିଫ୍‌ର ନାଁ, ଏଣିକି କୁହାଯିବ…

ଭୁବନେଶ୍ୱର,୨୧ା୯: ରାଜସ୍ବ ମନ୍ତ୍ରୀ ସୁରେଜ ପୂଜାରୀ ଶନିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି ରିଲିଫ୍‌ କୋଡ୍‌ର ନାଁ ପରିବର୍ତ୍ତନ ହେବ। ଏଣିକି ଆଉ...

ଗଛରେ ଝୁଲୁଛି ୨ ମୃତଦେହ

ସାଲେପୁର,୨୧ା୯(ଅରବିନ୍ଦ ଭୂୟାଁ): କଟକ ଜିଲା ସାଲେପୁର ବ୍ଲକ ଅନ୍ତର୍ଗତ ବାହାବଳପୁର ଗ୍ରାମରେ ଥିବା ଚାକୁଣ୍ତା ବଣରେ ଶନିବାର ସକାଳୁ ଏକ ଗଛରେ ବେକରେ ଗାମୁଛା ଓ...

ଥାନାକୁ ଆସିବା ପୂର୍ବରୁ ମେଜର-ବାନ୍ଧବୀଙ୍କ ଭିଡିଓ ଭାଇରାଲ, କିଛି ରୋଡ୍‌ ରୋମିଓ…

ଭୁବନେଶ୍ୱର,୨୧ା୯: ଭରତପୁର ଥାନାକୁ ଜଣେ ମେଜର ଏବଂ ତାଙ୍କ ବାନ୍ଧବୀ ଏତଲା ଦେବାକୁ ଆସି ନିର୍ଯାତନାର ଶିକାର ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ଦିନକୁ...

ଆମେରିକାରେ ଅଚ୍ୟୁତ ସାମନ୍ତଙ୍କ ନାମରେ ଖୋଲିବ ଗବେଷଣା କେନ୍ଦ୍ର

ଭୁବନେଶ୍ୱର,୨୧ା୯(ଶର୍ମିଷ୍ଠା ପାଣିଗ୍ରାହୀ):ଆମେରିକାର ସରକାରୀ ବିଶ୍ୱବିଦ୍ୟାଳୟ ସିଟି ୟୁନିଭର୍ସିଟି ଅଫ୍‌ ନ୍ୟୁୟର୍କ(କ୍ୟୁନି)ରେ ଶିକ୍ଷାବିତ୍‌, ସାମାଜିକ କର୍ମୀ ତଥା କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ନାମରେ...

‘ଶାରଳା ପୁରସ୍କାର’ ଘୋଷଣା: ଚଳିତବର୍ଷ ଏହି ମହିଳାଙ୍କୁ ମିଳିବ ପୁରସ୍କାର

ଭୁବନେଶ୍ୱର,୨୧ା୯(ଶର୍ମିଷ୍ଠା ପାଣିଗ୍ରାହୀ):ଚଳିତବର୍ଷ ବିଶିଷ୍ଟ ଲେଖିକା ସରୋଜିନୀ ସାହୁ ପାଇବେ ୪୫ତମ ‘ଶାରଳା ପୁରସ୍କାର’। ୨୦୧୯ରେ ସୃଜନ ଇଣ୍ଡିଆ ଦ୍ୱାରା ପ୍ରକାଶିତ ତାଙ୍କ ଉପନ୍ୟାସ ‘ଅସ୍ଥିର ପାଦ’...

ଭରତପୁର ଥାନା ଭିତର ଭିଡିଓ ଭାଇରାଲ, ସେଦିନ ରାତିରେ ଘଟିଥିଲା ଏପରି…

ଭୁବନେଶ୍ୱର,୨୧ା୯: ଭରତପୁର ଥାନାରେ ସେଦିନ ରାତିରେ ଘଟିଥିବା ଘଟଣାର କିଛି ଦୃଶ୍ୟ ଏବେ ଭାଇରାଲ ହେଉଛି। ପୋଲିସ ଓ ମେଜରଙ୍କ ବାନ୍ଧବୀଙ୍କ ମଧ୍ୟରେ ଚାଲିଥିବା କଥା...

ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ

କଟକ,୨୦।୯(ଶିଳ୍ପା ପ୍ରିୟଦର୍ଶିନୀ) କଟକ ବାଲିଯାତ୍ରା ଉପର ପଡିଆରେ ଗଣେଶ ମହୋତ୍ସବ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ଉତ୍ସବରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଯୋଗଦେଇଥିଲେ। ଏହାପରେ...

ଭରତପୁର ଥାନା ଘଟଣା: ଉଦ୍‌ବେଗ ପ୍ରକାଶ କଲେ ରାହୁଲ ଗାନ୍ଧି

ଭୁବନେଶ୍ୱର,୨୦ା୯: ଭରତପୁର ଥାନାରେ ମେଜର ଏବଂ ତାଙ୍କ ବାନ୍ଧବୀଙ୍କ ପୋଲିସର ଅତ୍ୟାଚାର ଏବଂ ଯୌନ ନିର୍ଯାତନା ଅଭିଯୋଗ ମାମଲା ଓଡ଼ିଶାକୁ ସାରା ଦେଶରେ ଲଜ୍ଜିତ କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri