ଥୁଆମୂଳ ରାମପୁର ଥାନା ଘେରାଉ କରି ପୋଲିସ ଉପରେ ପଥର ମାଡ଼ ଘଟଣା: ୧୨ ଜଣଙ୍କୁ ବାନ୍ଧିଲାଣି ପୋଲିସ

ଥୁଆମୂଳ ରାମପୁର,୮।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଳକ ଅଧିନରେ ଥିବା ଡୁମେରପଦର ଗ୍ରାମର ଲୋକମାନେ ଗତ ୪ତାରିଖରେ ମୋଟରସାଇକେଲ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଯୁବକଙ୍କ ପରିବାର ପାଇଁ କ୍ଷତିପୂରଣ ଦାବି କରିଥିଲେ। ଏଥିଲାଗି ସେମାନେ ଥୁଆମୂଳ ରାମପୁର ଥାନା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ଓ ରାସ୍ତା ଅବରୋଧ କରିଥିଲେ। ପରେ ହଠାତ ଥାନା ଉପରେ ପଥର ମାଡ଼ ମଧ୍ୟ କରିଥିଲେ। ଏହି ଘଟଣାରେ ପ୍ରାୟ ୧୦୦ ଜଣଙ୍କ ନାମରେ ମାମଲା ରୁଜୁ ହୋଇଛି। ଏଯାବତ ମୋଟ ୧୨ ଜଣଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିବା ବେଳେ ଏହି ସଂଖ୍ୟା ବଢ଼ିପାରେ ବୋଲି ଥାନା ଅଧିକାରୀ କୈବଲ୍ୟ ସେଠ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି l

ସୂଚନାଯୋଗ୍ୟ, ଗତ ରବିବାର ଡୁମେରପଦର ଗ୍ରାମର ଫିରୋଜ ନାଏକ ଓ ଦୀପେନ୍ଦ୍ର ନାଏକ ଏକ ବାଇକ୍‌ରେ ଘରକୁ ଯାଉଥିବା ବେଳେ ଲାଠିଆଗୁଡ଼ା ଛକ ନିକଟରେ ଅନ୍ୟ ଏକ ବାଇକ ସହ ଧକ୍କା ହୋଇଥିଲା।ଏଥିରେ ଫିରୋଜ ଗୁରୁତର ହୋଇ ଚିକତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଥିବା ବେଳେ ଦୀପେନ୍ଦ୍ର ଗୁରୁତର ହୋଇ ବୁର୍ଲା ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ମୃତ ଓ ଆହତଙ୍କ ପରିବାର ଲୋକେ କ୍ଷତିପୂରଣ ଦାବିନେଇ ଥାନା ଘେରାଉ ସହ ରାସ୍ତା ଅବରୋଧ କରିଥିଲେ। ପରେ ଜିଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ସ୍ଥାନୀୟ ଅତିରିକ୍ତ ମାଜିଷ୍ଟେଟ (ତହସିଲଦାର) ନିରୋଜ କୁମାର ଭତ୍ରା ଓ ବିଡ଼ିଓ ଧ୍ରୁବ ଚରଣ ମୁଦୁଲି ଥାନାରେ ପହଞ୍ଚି ପରିବାର ଲୋକଙ୍କୁ ବୁଝାଶୁଝା କରିବା ପରେ ମଧ୍ୟ ସମାଧାନ ହୋଇ ନ ଥିଲା। ପରେ ଘଟଣା ଉଗ୍ରରୂପ ନେଇଥିଲା। ଆନ୍ଦୋଳନକାରୀ ଉତ୍ତ୍ୟକ୍ତ ହୋଇ ଥାନା ଉପରକୁ ପଥର ମାଡ଼ କରିଥିଲେ। ଏଥିରେ ଥାନା ଝରକା କାଚ ଭାଙ୍ଗିଯିବା ସହ ଜଣେ ଏସ୍‌ଆଇ, ଜଣେ କନଷ୍ଟେବଳ ଏବଂ କିଛି ଆଇଆର୍‌ବି ଆହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ: ଚା’ ବାଣ୍ଟି ଜଣାଇଲେ ଶୁଭେଚ୍ଛା

ରାଇକିଆ,୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ ହୋଇଛି ଇଂରାଜୀ ନୂତନ ବର୍ଷ। ଏହାକୁ ନିଆରା ଢଙ୍ଗରେ ପାଳନ...

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ

ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା...

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri