ବଜ୍ରପାତ ଜନିତ ମୃତ୍ୟୁରେ ଓଡ଼ିଶା ଆଗରେ, ଏହି ଜିଲାରେ ଯାଇଛି ସର୍ବାଧିକ ଜୀବନ

ଭୁବନେଶ୍ୱର,୫ା୯: ବଜ୍ରପାତଜନିତ ମୃତ୍ୟୁରେ ଓଡ଼ିଶା ସବୁଠୁ ଆଗରେ ବୋଲି ଗୁରୁବାର ବିଧାନସଭା ପ୍ରଶ୍ନକାଳ ସମୟରେ ଉତ୍ତର ରଖିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ଟଙ୍କଧର ତ୍ରିପାଠୀଙ୍କ ପ୍ରଶ୍ନରେ ରାଜସ୍ବ ମନ୍ତ୍ରୀ ଏହି ଉତ୍ତର ଦେଇଛନ୍ତି।

ସେ କହିଛନ୍ତି, ଗତ ୫ ବର୍ଷରେ ଓଡ଼ିଶାରେ ବଜ୍ରପାତରେ ୧୧୦୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଉତ୍ତରପ୍ରଦେଶ ବଡ଼ ରାଜ୍ୟ ହୋଇ ବି ୫ ବର୍ଷରେ ଯାଇଛି ମାତ୍ର ୫୪୨ ଜୀବନ। ସୁନ୍ଦରଗଡ଼, କେନ୍ଦୁଝର, ବାଲେଶ୍ୱରରେ ବଜ୍ରପାତ ମୃତ୍ୟୁସଂଖ୍ୟା ଅଧିକ। ୫ ବର୍ଷରେ ଝାରସୁଗୁଡ଼ାରେ ସର୍ବାଧିକ ୭୨ ଓ ବଲାଙ୍ଗୀରରେ ୫୫ ଜଣଙ୍କ ମୃତ୍ୟୁ ଘଟିଛି। ଗବେଷଣା କହୁଛି, ଓଡ଼ିଶାରେ ଅଧିକ ଖଣିଜ ପଦାର୍ଥ ଥିବାରୁ ବଜ୍ରପାତ ହେଉଛି। ଖଣିଜ ପଦାର୍ଥ ହେଉଛି ବିଦ୍ୟୁତ୍‌ ସୁପରିବାହୀ। ନିର୍ଦ୍ଦିଷ୍ଟ କେଉଁଠି ବଜ୍ରପାତ ହେବ ଆକଳନ ପାଇଁ ଜ୍ଞାନକୌଶଳ ଆସି ନାହିଁ।

Share