ପାଣିଗ୍ରାହୀଙ୍କ ଦୁର୍ନୀତି ମାମଲାର ତଦନ୍ତ କରିବ ଭିଜିଲାନ୍ସ: ୨ ମାସ ମଧ୍ୟରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୧।୧୨: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଦୁର୍ନୀତି ମାମଲାର ତଦନ୍ତ କରିବ ଭିଜିଲାନ୍ସ। ଏନେଇ ଲୋକାୟୁକ୍ତ ଶୁକ୍ରବାର ଭିଜିଲାନ୍ସ ନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ୨ ମାସ ମଧ୍ୟରେ ମାମଲାର ରିପୋର୍ଟ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ଫେବୃୟାରୀ ୧୨ରେ ମାମଲାର ପରବର୍ତ୍ତୀ ଶୁଣାଣୀ ହେବ। ଗତ ୭ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାୟୁକ୍ତଙ୍କୁ ସୁପାରିଶ କରିଥିଲେ। ଏହାକୁ ଗ୍ରହଣ କରି ସେ ଏହି ନିଷ୍ପତ୍ତି ନେଇଥିବା ସୂଚନା ମିଳିଛି।

Share