ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ ଚନ୍ଦାକା ଅଞ୍ଚଳରେ ଏକ ତେଜରାତି ଦୋକାନରେ ନିଆଁ ଲଗାଇବା ଅଭିଯୋଗରେ କମିଶନରେଟ ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି।

ଅଭିଯୁକ୍ତ ଜଣକ ଚନ୍ଦକା ଥାନା ଅନ୍ତର୍ଗତ ମଧୁପୁରର କୃଷ୍ଣ ଚନ୍ଦ୍ର ସ୍ବାଇଁଙ୍କ ପୁଅ ସଦାଶିବ ସ୍ବାଇଁ (୩୫) ବୋଲି ଜଣାପଡିଛି। ଅଭିଯୋଗ ଅନୁଯାୟୀ, ସଦାସିବ କିଛି ଦିନ ପୂର୍ବରୁ ରଣଜିତ କୁମାର ସାହୁଙ୍କ ଦୋକାନରୁ ପ୍ରାୟ ୧୩୦ ଟଙ୍କା ମୂଲ୍ୟର ଖାଦ୍ୟ ସାମଗ୍ରୀ କିଣିଥିଲେ।

ଗତକାଲି ସାରେ ବାକି ଟଙ୍କା ମଗିଥିବା ବେଳେ ସଦାଶିବ ରଣଜିତଙ୍କୁ ଧମକ ଦେଇ ଭୟଙ୍କର ପରିଣାମ ଭୋଗିବ ବୋଲି କହିଥିଲା। ଏହାପରେ ଗତକାଲି ରାତି ପ୍ରାୟ ସାଢେ ୧୧ ଟା ସମୟରେ ସଦାଶିବ ରଣଜିତଙ୍କ ଦୋକାନରେ ନିଆଁ ଲଗାଇ ଦେଇଥିବା ଅଭିଯୋଗ ହୋଇଛି।

ରଞ୍ଜିତ ନିଆଁରୁ ରକ୍ଷା ପାଇବାରେ ସଫଳ ହୋଇଥିଲେ ମଧ୍ୟ ତାଙ୍କ ଦୋକାନରେ ୧ ଲକ୍ଷରୁ ଅଧିକ ମୂଲ୍ୟର ଖାଦ୍ୟ ସାମଗ୍ରୀ ଜଳିପୋଡି ନଷ୍ଟ ହୋଇଯାଇଥିଲା। ଏ ସମ୍ପର୍କରେ ରଣଜିତ ଚନ୍ଦକା ପୋଲିସ ନିକଟରେ ଅଭିଯୋଗ କରିଥିଲେ। ପୋଲିସ ଏହି ମାମଲାରେ ୪୩୬,୩୦୭ ଏବଂ ୫୦୬ ଦଫା ଲଗାଇ ଅଭିଯୁକ୍ତ ସଦାଶିବକୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

T20 World Cup 2026 ପୂର୍ବରୁ ଅଷ୍ଟ୍ରେଲିଆ ପାଇଁ ସତର୍କ ଘଣ୍ଟି, ଷ୍ଟାର ଖେଳାଳି ଆହତ

ନୂଆଦିଲ୍ଲୀ,୨୭।୧୨: ୨୦୨୬ ଟି-୨୦ ବିଶ୍ୱକପ୍ ଭାରତ ଏବଂ ଶ୍ରୀଲଙ୍କା ମିଳିତ ଭାବରେ ଆୟୋଜନ କରିବାକୁ ସ୍ଥିର ହୋଇଛି ଏବଂ ଆଇସିସି ଏହାର କାର୍ଯ୍ୟସୂଚୀ ପ୍ରକାଶ କରିଛି...

ମାତ୍ର ୨ଟି ମ୍ୟାଚ ଖେଳି ମାଲାମାଲ୍‌ ହେଲେ ବିରାଟ-ରୋହିତ, ବିଜୟ ହଜାରେ ଟ୍ରଫିରେ ମିଳିଲା ଏତେ ଦରମା

ନୂଆଦିଲ୍ଲୀ,୨୭।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ରୋହିତ ଶର୍ମା ଏବଂ ବିରାଟ କୋହଲି ବହୁ ବର୍ଷ ପରେ ଖେଳୁଥିବା ନଜର ଆସିଛନ୍ତି। ରିପୋର୍ଟ ହୋଇଥିଲା ଯେ...

ବନ୍ଧାହେଲେ କୋଟିପତି ଫରେଷ୍ଟର

ଭୁବନେଶ୍ୱର,୨୭।୧୨: କୋରାପୁଟ ଜିଲା ସେମିଳିଗୁଡ଼ା ଫରେଷ୍ଟର ନିରଞ୍ଜନ ଶତପଥୀ ଗିରଫ ହୋଇଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଭିଜିଲାନ୍ସ ବିଭାଗ ଗିରଫ କରିଛି।...

ଡିସେମ୍ବର ୩୧ ପୂର୍ବରୁ ଯଦି ନ କରନ୍ତି ଏହି କାମ, ତେବେ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୨୭।୧୨: ଯଦି ଆପଣ ଜଣେ କରଦାତା, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। PAN ଏବଂ ଆଧାରକୁ ଲିଙ୍କ କରିବା ଆଉ କେବଳ...

ସଜେଇ ହେଉଛି ଦାରିଙ୍ଗବାଡି: ଶୀତ ମହୋତ୍ସବ ପାଇଁ ବଢୁଛି ଉତ୍କଣ୍ଠା

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି।ଏଥିପାଇଁ ଦାରିଙ୍ଗବାଡି ଚଳ ଚଞ୍ଚଳ ହୋଇପଡିଛି।...

ଜିରୋ ନାଇଟ ସେଲିବ୍ରେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ନିୟୋଜିତ ରହିବେ…

ଭୁବନେଶ୍ୱର,୨୭।୧୨: ଜିରୋ ନାଇଟ ସେଲିବ୍ରେଶନ ପାଇଁ କମିସନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏନେଇ ପୋଲିସ କମିସନର ସୁରେଶ ଦେବଦତ୍ତ ସିଂ ସୂଚନା...

ହାତୀ ପାଇଁ ବନ୍ଦ ହେଲା ଶିଖରଚଣ୍ଡୀ, ପୁଣି ଏହି ଦିନ ଖୋଲିବ

ଭୁବନେଶ୍ବର, ୨୭।୧୨: ବନ୍ଦ ରହିଲା ଶିଖରଚଣ୍ଡୀ ପୀଠ । ଶିଖରଚଣ୍ଡୀ ମନ୍ଦିର ପ୍ରବେଶ ଗେଟ୍‌ରେ ତାଲା ପକାଇଲା ବନ ବିଭାଗ । ହାତୀ ପାଇଁ ଏଭଳି...

ଆହୁରି ବଢିଲା ଶୀତ, ଜନଜୀବନ ଅସ୍ତବ୍ୟସ୍ତ: ପର୍ଯ୍ୟଟକଙ୍କ ଅସମ୍ଭାଳ ଭିଡ଼

ଦାରିଙ୍ଗବାଡି, ୨୭।୧୨ (ଅରୁଣ ସାହୁ ):ଗତ କିଛିଦିନ ହେଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କୁହୁଡିର ପ୍ରଭାବରେ ଗାଡି ଚଳାଚକ ବାଧାପ୍ରାପ୍ତ ହୋଇଛି। ଶୀତ କମିବାରେ ନାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri