ମହାନଦୀ ସମ୍ଭାଳିଛି ୧୬ ଲକ୍ଷ କ୍ୟୁସେକ ଜଳ: ମଧ୍ୟମ ଧରଣର ବନ୍ୟା ଆଶଙ୍କା

ଭୁବନେଶ୍ୱର, ୨୮।୮(ବ୍ୟୁରୋ): ମହାନଦୀରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା କରାଯାଉଛି। ଛତିଶଗଡ଼ରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଡ୍ୟାମକୁ ୮ ଲକ୍ଷ କ୍ୟୁସେକ ଜଳ ପଶୁଛି। ଏ ନେଇ ସ୍ବତନ୍ତ୍ର ରିଲିଫ୍‌ କମିଶନର (ଏସ୍‌ଆର୍‌ସି)ପ୍ରଦୀପ ଜେନା ଶୁକ୍ରବାର ସୂଚନା ଦେଇଛନ୍ତି।
ସେ କହିଛନ୍ତି, ହୀରାକୁଦ ଡ୍ୟାମର ୩୬ ଗୋଟ୍‌ ଖୋଲିଛି। ୬ ଲକ୍ଷ କ୍ୟୁସେକ ଜଳ ଛଡ଼ାଯିବ। ତଳମୁଣ୍ଡ ପାଣିକୁ ମିଶାଇଲେ ମୁଣ୍ଡଳିରେ ୧୦ରୁ ସାଢ଼େ ୧୦ ଲକ୍ଷ କ୍ୟୁସେକ ଜଳ ଯିବ। ଖଇରିମାଳରୁ ମୁଣ୍ଡଳି ଯାଏ ଏବଂ କଟକ ତଳକୁ ଆଜି ଆଉ ବର୍ଷା ହେବନି। ବର୍ଷା ହୋଇ ନ ଥିବାରୁ ଆଉ ପାଣି ମିଶିବନି। ସେହି ୧୦ ଲକ୍ଷ ପାଖାପାଖି ଯିବ। ଆଗକୁ ମହାନଦୀ ସିଷ୍ଟମ ୧୬ ଲକ୍ଷ କ୍ୟୁସେକ ଯାଏ ଜଳ ପ୍ରବାହ ସମ୍ଭାଳିଛି। ତେଣୁ ୧୦ରୁ ସାଢ଼େ ୧୦ ଲକ୍ଷରେ ଏକ ମଧ୍ୟମ ଧରଣର ବନ୍ୟା ଆଶା କରୁଛୁ। ଏ ନେଇ ସବୁ ଜିଲାପାଳମାନଙ୍କୁ ଆଲର୍ଟ କରାଯାଇଛି। ଓଡ୍ରାଫ୍‌ଓ ଏନ୍‌ଡିଆର୍‌ଏଫ୍‌ ଟିମ୍‌ ଆଗୁଆ ପଠାଯାଇଛି, ସେମାନେ ପ୍ରସ୍ତୁତ ଅଛନ୍ତି।
ଆହୁରି ମଧ୍ୟ ସେ କହିଛନ୍ତି, ସୁବର୍ଣ୍ଣରେଖା ରାଜଘାଟଠାରେ ଜଳସ୍ତର ସ୍ଥିର ଅଛି, ପରିସ୍ଥିତିରେ ସୁଧାର ଆଶା କରାଯାଉଛି। ସେହିପରି ବୁଢ଼ାବଳଙ୍ଗ ବିପଦ ସଙ୍କେତ ତଳେ। ବୈତରଣୀ ଆଖୁଆପଦାରେ ବିପଦ ସଙ୍କେତ ଉପରେ ଥିଲେ ବି ଜଳସ୍ତର କମୁଛି। ବୈତରଣୀ ନଦୀର ଦତ୍ତପୁର ଠାରେ ୮୦ ମିଟରର ଏକ ଘାଇ ହୋଇଛି। ସେହିପରି ବ୍ରାହ୍ମଣୀ ନଦୀ ଜଳସ୍ତର ସ୍ଥିର ଅଛି। କାଣୀ ନଦୀର ଦଶରଥପୁର ବ୍ଲକର ନୂଆଶାସନ ଠାରେ ଘାଇ ହୋଇଛି। କାନ୍ଥ ପଡ଼ି ଯାଜପୁରର ଜଣେ, ନୂଆପଡ଼ା ଜିଲା କୋନାରେ ଜଣଙ୍କର ମୃତ୍ୟୁ ଘଟିଥିବା କମିଶନର ଜେନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଲି ଆସିବ ବଡ଼ ନିଷ୍ପତ୍ତି, ଭରତପୁର ଘଟଣାରେ ପୋଲିସର ଭୁବନେଶ୍ୱରରେ ବସିବ ବଡ଼ ବୈଠକ

ଭୁବନେଶ୍ୱର,୨୧।୯: ତୀବ୍ର ହେଲା ଭରତପୁର ପୋଲିସ-ମେଜର ବିବାଦ। ଘଟଣାକୁ ନେଇ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ...

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ...

ଅଭିଯୋଗ ପ୍ରକୋଷ୍ଠରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜ ଘର ଦେଇଦେଲେ…

ଭୁବନେଶ୍ୱର,୨୧।୯: ଉଦାହରଣ ସୃଷ୍ଟିକଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକଙ୍କ ପାଇଁ ନିଜ ଘର ଦେଇଦେଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝରରେ ଥିବା ନିଜ ମଣ୍ଡୁଆ ବାସଭବନକୁ ଲୋକଙ୍କୁ ଉତ୍ସର୍ଗ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

ସୃଷ୍ଟିହେଲା ୨ଟି ଘୂର୍ଣ୍ଣିବଳୟ, ୧୨ଜିଲାରେ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୧।୯: ବଙ୍ଗୋପସାଗର ଓ ତତ୍‌ ସଂଲଗ୍ନ ଅଞ୍ଚଳରେ ୨ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ୨୩ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri