‘ଓଡ଼ିଶା ମିଲେଟ୍‌ ମିଶନ ବିଶ୍ୱ ମଡେଲ’

ଭୁବନେଶ୍ୱର,୧୧।୧୧(ଶର୍ମିଷ୍ଠା ପାଣିଗ୍ରାହୀ): ମିଲେଟ୍‌ସ ଆମ ଭାରତର ପାରମ୍ପରିକ ଖାଦ୍ୟ। ଶୁଷ୍କ ଅଞ୍ଚଳରେ ବହୁ କମ୍‌ ରାସାୟନିକ ସାର ବ୍ୟବହାରରେ ମିଲେଟ ଚାଷ ହୋଇଥାଏ। ଚାଉଳ ଓ ଗହମ ତୁଳନାରେ ଏଥିରେ ଅଧିକ ସୂକ୍ଷ୍ମ ପୋଷକତତ୍ତ୍ବ ରହିଛି ଏବଂ ପ୍ରୋଟିନ୍‌ର ମାତ୍ରା ମଧ୍ୟ ଅଧିକ। ଏହିସବୁ ବିଶେଷ ଗୁଣ ଯୋଗୁ ମିଲେଟ୍‌ସକୁ ଜଳବାୟୁ ସ୍ମାର୍ଟ ଫସଲ ଭାବରେ ସାଧାରଣରେ ଅଭିହିତ କରାଯାଏ। ଏହି ଲଘୁଶସ୍ୟକୁ ପ୍ରୋତ୍ସାହନ ଦେବା ଦିଗରେ ଓଡ଼ିଶା ଅଗ୍ରଣୀ ରାଜ୍ୟ ବୋଲି ରାଜ୍ୟପାଳ ରଘୁବର ଦାସ କହିଛନ୍ତି। ରାଜ୍ୟ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପକ୍ଷରୁ ଜନତା ମଇଦାନଠାରେ ଚାଲିଥିବା ଅନ୍ତର୍ଜାତୀୟ ମିଲେଟ୍‌ସ ସମ୍ମିଳନୀର ଉଦ୍‌ଯାପନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟପାଳ ଦାସ କହିଛନ୍ତି, ନୀତି ଆୟୋଗ ଏବଂ ଭାରତ ସରକାର ଓଡ଼ିଶା ମିଲେଟ ମିଶନକୁ ବିଭିନ୍ନ ରାଜ୍ୟରେ ପ୍ରୟୋଗ କରିବା ପାଇଁ ଏକ ମଡେଲ ଭାବରେ ଚିହ୍ନଟ କରିଛନ୍ତି। ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମ ଓଡ଼ିଶା ମିଲେଟ ମିଶନକୁ ମଧ୍ୟ ଏକ ମଡେଲ ଭାବରେ ଗ୍ରହଣ କରିଛି। ଏହାକୁ ପୂରା ଭାରତ, ଆଫ୍ରିକା ଓ ଦକ୍ଷିଣ ବିଶ୍ୱରେ ପ୍ରୟୋଗ କରାଯାଇପାରିବ ବୋଲି ରାଜ୍ୟପାଳ କହିଛନ୍ତି।
କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଲେ, ପୁଷ୍ଟିଶସ୍ୟ ମାଣ୍ଡିଆ ରାଜ୍ୟ କୃଷିର ଏକ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ ପାଲଟିଯାଇଛି। ଚାଷୀଙ୍କ ଆୟବୃଦ୍ଧି ସହ ମହିଳା ସଶକ୍ତୀକରଣ ଦିଗରେ ଏହା ଏକ ପ୍ରମୁଖ ଅସ୍ତ୍ର ଭାବେ ସାବ୍ୟସ୍ତ ହୋଇଛି। ଅନ୍ୟତମ ସମ୍ମାନିତ ଅତିଥି ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ମନ୍ତ୍ରୀ ଜଗନ୍ନାଥ ସାରକା କହିଲେ, ମାଣ୍ଡିଆର ପୌଷ୍ଟିକତା ସମ୍ପର୍କରେ ଲୋକମାନେ ଅଧିକରୁ ଅଧିକ ସଚେତନ ହେବା ଓଡ଼ିଶା ମିଲେଟସ ମିଶନର ସଫଳତା ଦିଗରେ ଏକ ନିର୍ଣ୍ଣାୟକ ଭୂମିକା ଗ୍ରହଣ କରିବ। ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ଅସିତ କୁମାର ତ୍ରିପାଠୀ କହିଲେ, ଓଡ଼ିଶା ମିଲେଟସ ମିଶନ ପରି ଅନେକ କ୍ଷେତ୍ରରେ ଓଡ଼ିଶା ଆଜି ଭାରତବର୍ଷରେ ନେତୃତ୍ୱ ପ୍ରଦାନ କରୁଛି। ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ମନ୍ତ୍ରୀ ବାସନ୍ତି ହେମ୍ବ୍ରମ୍‌ ପୁଷ୍ଟିଶସ୍ୟ ମାଣ୍ଡିଆର ପ୍ରଚାର ପ୍ରସାର ଓ ଲୋକଙ୍କ ଖାଦ୍ୟଥାଳିରେ ମାଣ୍ଡିଆ ପହଞ୍ଚାଇବା ଦିଗରେ ମିଶନ ଶକ୍ତିର ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ମହତ୍ତ୍ବପୂର୍ଣ୍ଣ ଭୂମିକା ସମ୍ପର୍କରେ ଆଲୋଚନା କରିଥିଲେ। ଫିକି ସଭାପତି ଶୁଭ୍ରକାନ୍ତ ପଣ୍ଡା ମାଣ୍ଡିଆର ପ୍ରଚାର ପ୍ରସାର ଦିଗରେ ଓଡ଼ିଶା ମିଲେଟ୍‌ସ ମିଶନର ବିଭିନ୍ନ କାର୍ଯ୍ୟକ୍ରମ ଉଦାହରଣୀୟ ବୋଲି କହିଥିଲେ। କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ ସ୍ବାଗତ ଭାଷଣ ଏବଂ କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ପ୍ରେମଚନ୍ଦ୍ର ଚୌଧୁରୀ ଧନ୍ୟବାଦ ଅର୍ପଣ କରିଥିଲେ। ଉଦ୍ୟାନ କୃଷି ନିର୍ଦ୍ଦେଶକ ରୋହିତ କୁମାର ଲେଙ୍କା ଉପସ୍ଥିତ ଥିଲେ। ଏହି ଅବସରରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଅନ୍ତର୍ଜାତୀୟ ପୁଷ୍ଟିଶସ୍ୟ ସମ୍ମିଳନୀ ଉପଲକ୍ଷେ ପ୍ରକାଶିତ ଉତ୍କଳ ପ୍ରସଙ୍ଗ ଏବଂ ଓଡ଼ିଶା ରିଭ୍ୟୁର ମିଲେଟ ବିଶେଷାଙ୍କ ରାଜ୍ୟପାଳଙ୍କ ଦ୍ୱାରା ଉନ୍ମୋଚିତ ହୋଇଥିଲା। ଏହାର ସମ୍ପାଦିକା କସ୍ତୁରୀ ମହାପାତ୍ର ଏବଂ ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ ସରୋଜ କୁମାର ସାମଲ ଉପସ୍ଥିତ ଥିଲେ। ଏଥିସହିତ ରିପୋର୍ଟସ୍‌ ଅନ୍‌ ମିଲେଟ୍‌ ଆଣ୍ଡ୍‌ ଏସ୍‌ଡିଜିକୁ ମଧ୍ୟ ରାଜ୍ୟପାଳ ଉନ୍ମୋଚନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ୱଶୁରଙ୍କୁ ହତ୍ୟାକଲେ ଜ୍ବାଇଁ : ସ୍ତ୍ରୀ, ଶାଶୁ ଗୁରୁତର

ଲକ୍ଷ୍ମୀପୁର,୨୨ା୯(ଅନନ୍ତ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ସଦର ରେଲୱେ କଲୋନୀ ନିକଟ ଆମ୍ବଗୁଡ଼ା ସାହିରେ ଏକ ହତ୍ୟାକାଣ୍ଡ ଘଟିଛି। ଏଥିରେ ଶ୍ୱଶୁରଙ୍କୁ ଲୁହା ରଡ୍‌ରେ ପିଟି...

୪ ଘଣ୍ଟାରେ ଖାଇଗଲେ ୨ କୁଇଣ୍ଟାଲ ଚିକେନ ପକୋଡ଼ା

ପୁରୀ,୨୨।୯: ରାଜ୍ୟରେ ଏବେ ବି ରହିଛି ବାର୍ଡଫ୍ଲୁ ଆତଙ୍କ। ଖାସ୍‌ କରି ପୁରୀ ଜିଲାରେ ବାର୍ଡଫ୍ଲୁକୁ ନେଇ ସରକାରଙ୍କ ପକ୍ଷରୁ ସଚେତନତା ଜାରି ରହିଛି। ଏଭଳିସ୍ଥିତିରେ...

ଶେଷ ହେଲା ରତ୍ନଭଣ୍ଡାର ସର୍ଭେକ୍ଷଣ,ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୨୨।୯: ଶ୍ରୀମନ୍ଦିର ରତ୍ନଭଣ୍ଡାର ସର୍ଭେକ୍ଷଣ ଶେଷ ହୋଇଛି। ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ବୈଜ୍ଞାନିକ ଆନନ୍ଦ କିଶୋର ପାଣ୍ଡେଙ୍କ ନେତୃତ୍ୱରେ ସର୍ଭେ...

ଜନ୍ମମାଟିରୁ ୧୦୦ ଦିନର ହିସାବ ଦେଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୨୨।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର କେନ୍ଦୁଝର ଧରଣୀଧର ବିଶ୍ୱବିଦ୍ୟାଳୟ ପଡ଼ିଆରୁ ଲୋକଙ୍କ ସରକାରର ୧୦୦ ଦିନର ସଫଳତାର ହିସାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କାର୍ଯ୍ୟକ୍ରମରେ...

ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି: ବାତିଲ ହେଲା ମୟୂରଭଞ୍ଜ କାର୍ଯ୍ୟକ୍ରମ

କେନ୍ଦୁଝର,୨୨ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲାକୁ ଶୁକ୍ରବାରଠାରୁ ୩ ଦିନିଆ ଗସ୍ତରେ ଆସିଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ନିଜ ଜିଲାକୁ...

ବିଜେଡିର ଭୁବନେଶର ବନ୍ଦ ଡାକରା: ମନ୍ତ୍ରୀ ସୁରେଶ ପୂଜାରୀ କହିଲେ ସହିପାରୁନି….

ଭୁବନେଶ୍ୱର,୨୨।୯: ୨୪ ତାରିଖ ଭୁବନେଶ୍ୱରରେ ଚଖଅଖ ବନ୍ଦ ଡାକରା। ଚାଲିବନି ଗାଡି଼ ମଟର। ଆସନ୍ତା ୨୪ରେ ୬ ଘଣ୍ଟିଆ ଭୁବନେଶର ବନ୍ଦ । ସକାଳ ୬...

୩ ଘଣ୍ଟା ପ୍ରବଳରୁ ଅତି ପ୍ରବଳ ବର୍ଷିବ: ଏସବୁ ସ୍ଥାନରେ…

ଭୁବନେଶ୍ୱର,୨୨।୯: ଆସୁଛି ଆଉ ଏକ ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତା ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ସୋମବାର ସୁଦ୍ଧା...

କାହିଁକି ଦୀପାଳିଙ୍କ ନାଁରେ ଏତଲା? 

କାହିଁକି ଦୀପାଳିଙ୍କ ନାରେ ଏତଲା? ଭୁବନେଶ୍ୱର,୨୨।୯: ଝାରସୁଗୁଡ଼ାର ପୂର୍ବତନ ବିଧାୟକ ଦୀପାଳି ଦାସ ଓ ରେଙ୍ଗାଲି ବିଧାୟକ ସୁଦର୍ଶନ ହରିପାଲଙ୍କ ନାଁରେ ଏତଲା  ହୋଇଛି। ସମ୍ବଲପୁରସ୍ଥିତ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri