CORONAVIRUS UPDATE: ରାଜ୍ୟରେ ଗୋଟିଏ ଦିନରେ ଚିହ୍ନଟ ହେଲେ ୩ ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ; ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର, ୨୬।୮(ବ୍ୟୁରୋ): ରାଜ୍ୟରେ ବୁଧବାର ଗୋଟିଏ ଦିନରେ ୩,୩୭୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୭,୬୦୨ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨୦୫୩ ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୩୧୮ ଲୋକାଲ କେସ୍‌ ରହିଛି।

୩,୩୭୧ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୪୭ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୩୫୭ ଜଣ ଚିହ୍ନଟ ହୋଇଛନ୍ତି।


ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୮୭,୬୦୨ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨୭, ୬୩୮ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେହିପରି ୫୯,୪୭୦ ଜଣ ସୁସ୍ଥ ହୋଇଥିବା ବେଳେ ୪୪୧ ଜଣଙ୍କ ମୃତ୍ୟୁ ଘଟିଛି।

Share