ରାଜ୍ୟରେ ୬୦୦ ଟପିଲା କରୋନା ମୃତ୍ୟୁସଂଖ୍ୟା, ଆଜି ୧୪ ଜଣଙ୍କ ଜୀବନ ଯାଇଛି

ଭୁବନେଶ୍ୱର,୧୧ା୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୪ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୬୦୫କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ଖୋର୍ଦ୍ଧାରୁ କେବଳ ୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ପୁରୀରୁ ୩, ମୟୂରଭଞ୍ଜରୁ ୨ ଏବଂ କୋରାପୁଟ, କଳାହାଣ୍ଡି, କଟକ ଓ ସମ୍ବଲପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୧,୪୩,୧୧୭ରେ ପହଞ୍ଚିଥିବା ବେଳେ ୧,୦୮,୦୦୧ ଜଣ ସୁସ୍ଥ ହୋଇଛନ୍ତି। ୩,୪,୪୫୮ ଜଣ ଚିକିତ୍ସିତ ହେଉଛନ୍ତି। ୬୦୫ ଜଣଙ୍କ ମୃତ୍ୟୁ ଘଟିଛି।

Share