ଭୁବନେଶ୍ୱରରେ ହେବ ଆଉ ଏକ ଫୁଟ୍‌ ଓଭର ବ୍ରିଜ

ଭୁବନେଶ୍ୱର, ୧୯।୧(ବ୍ୟୁରୋ): ଭୁବନେଶ୍ୱରରେ ନିର୍ମାଣ ହେବ ଆଉ ଏକ ଫୁଟ୍‌ ଓଭର ବ୍ରିଜ। ୧୬ ନମ୍ବର ଜାତୀୟ ରାଜପଥର ସହିଦନଗର-ସତ୍‌ସଙ୍ଗ ବିହାର ମଧ୍ୟରେ ତିଆରି ହେବ ଏହି ଫୁଟ ଓଭର ବ୍ରିଜ। ଏ ନେଇ ଜାତୀୟ ରାଜପଥ ପ୍ରାଧିକରଣ (ଏନ୍‌ଏଚ୍‌ଏଆଇ) ପକ୍ଷରୁ ଭୁବନେଶ୍ୱର ସ୍ଥିତ ଜାତୀୟ ରାଜପଥ ପ୍ରାଧିକରଣର ପ୍ରକଳ୍ପ ନିର୍ଦ୍ଦେଶକଙ୍କ ନିକଟକୁ ଚିଠି ଆସିଛି।

ସତ୍‌ସଙ୍ଗ ବିହାରର ଶ୍ୟାମା ପ୍ରସାଦ ମୂଖାର୍ଜୀ ପାର୍କ ନିକଟରେ ଏହି ଫୁଟ ଓଭର ବ୍ରିଜ ନିର୍ମାଣ ହେବ। ଏହାର ଲମ୍ବ ୧୩୦୦ ମିଟର ହେବ। ଏଥିପାଇଁ ପ୍ରଥମ ପର୍ଯ୍ୟାୟରେ ୧କୋଟି ୨୫ ଲକ୍ଷ ଟଙ୍କା ଅନୁମୋଦନ ହୋଇଛି। ଏହା ସହିତ ଭୁବନେଶ୍ୱର ସ୍ଥିତ ଏନ୍‌ଏଚ୍‌ଏଆଇର ପ୍ରକଳ୍ପ ନିର୍ଦ୍ଦେଶକଙ୍କୁ ଏହି ଫୁଟ ଓଭର ବ୍ରିଜ୍ର ସବିଶେଷ ବ୍ୟୟ ଅଟକଳ ସହିତ ଡିଜାଇନ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଦୀର୍ଘ ଦିନରୁ ଉଭୟ ସହିଦ ନଗର ଓ ଭିଏସଏସ ନଗର ବାସିନ୍ଦାଙ୍କ ପକ୍ଷରୁ ଏକ ଫୁଟ ଓଭର ବ୍ରିଜ ନିର୍ମାଣ ପାଇଁ ଦାବି ହୋଇଆସୁଥିଲା। ଏବେ ଓଭର ବ୍ରିଜ ହେବା ପରେ ସ୍ଥାନୀୟ ବାସିନ୍ଦାଙ୍କର ଦୀର୍ଘଦିନର ସମସ୍ୟାର ସମାଧାନ ହେବା ନେଇ ଆଶା କରାଯାଉଛି।

Share