Posted inରାଜ୍ୟ

ଏନ୍‌ଏଫ୍‌ଏସ୍‌ଏ ରାଜ୍ୟ ମାନ୍ୟତା ସୂଚକାଙ୍କରେ ଓଡ଼ିଶା ୧ ନମ୍ବର: ମନ୍ତ୍ରୀ

ଭୁବନେଶ୍ବର,୧୬ା୩(ବ୍ୟୁରୋ): ସାଧାରଣ ବଣ୍ଟନ ବ୍ୟବସ୍ଥାର ସୁପରିଚାଳନାରେ ଓଡ଼ିଶା ଦେଶରେ ଏକ ଅଗ୍ରଣୀ ରାଜ୍ୟ ଭାବେ ପରିଗଣିତ ହୋଇଆସୁଛି। କେନ୍ଦ୍ର ସରକାରଙ୍କ(୨୦୨୨) ଦ୍ୱାରା ପ୍ରକାଶିତ ସଦ୍ୟତମ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ)ରାଜ୍ୟ ମାନ୍ୟତା ସୂଚକାଙ୍କରେ ଦେଶର ୧ ନମ୍ବର ରାଜ୍ୟ ଭାବେ ସ୍ଥାନିତ ହୋଇଛି। ରାଜ୍ୟର ପ୍ରାୟ ୮୦% ଜନସଂଖ୍ୟା ସାଧାରଣ ବଣ୍ଟନ ବ୍ୟବସ୍ଥାରେ ଅନ୍ତର୍ଭୁକ୍ତ ହୋଇଛନ୍ତି। ସାଧାରଣ ବଣ୍ଟନ ବ୍ୟବସ୍ଥା ଓ ଅନ୍ୟାନ୍ୟ କଲ୍ୟାଣକାରୀ ଯୋଜନାରେ ଭିଟାମିନ୍‌ଯୁକ୍ତ ଚାଉଳ ଯୋଗାଣ ପୁଷ୍ଟିହୀନତାଜନିତ ସମସ୍ୟାର ସମାଧାନ ପିଡିଏସ୍‌, ଆଇସିଡିଏସ୍‌ ଓ ପୂର୍ବତନ ମଧ୍ୟାହ୍ନଭୋଜନ ଯୋଜନାରେ ଉପକୃତ ହେଉଥିବା ହିତାଧିକାରୀଙ୍କ ନିମନ୍ତେ ୨୦୨୧-୨୨ବର୍ଷ ଠାରୁ ଭିଟାମିନଯୁକ୍ତ ଚାଉଳ ଯୋଗାଣ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହି ଯୋଜନା ଅନ୍ତର୍ଗତ ମାଲକାନଗିରି ପାଇଲଟ ଜିଲାରେ ଜୁଲାଇ ୨୦୨୧ରୁ ହିତାଧିକାରୀଙ୍କୁ ଭିଟାମିନଯୁକ୍ତ ଚାଉଳ ଯୋଗାଇ ଦିଆଯାଉଛି। ଏହାସହ ୩୦ ଜିଲାରେ ଏହି ଯୋଜନା ଗତ ଫେବୃୟାରୀ ୨୦୨୩ରୁ ଲାଗୁ କରାଯାଇଛି ବୋଲି ଖାଦ୍ୟ ଯୋଗାଣ ମନ୍ତ୍ରୀ ଅତନୁ ସବ୍ୟସଚୀ ନାୟକ କହିଛନ୍ତି।

ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଏବଂ ସମବାୟ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ପରେ ମନ୍ତ୍ରୀ ନାୟକ ଉତ୍ତର ରଖି କହିଛନ୍ତି, ଧାନ କ୍ରୟ ପାଇଁ ରାଜ୍ୟ ସରକାର ଚଳିତ ବଜେଟରେ ୨୦୦୦ କୋଟି ଟଙ୍କାର ଘୂର୍ଣ୍ଣନ ପାଣ୍ଠିର ବ୍ୟବସ୍ଥା କରିଛନ୍ତି। କେନ୍ଦ୍ର ସରକାରଙ୍କଠାରୁ ସବ୍‌ସିଡି ଅର୍ଥ ପାଇବାରେ ବିଳମ୍ବ ହେଲେ ବିଭାଗ ଏହି ଘୂର୍ଣ୍ଣନ ପାଣ୍ଠିରୁ ଆବଶ୍ୟକ ଅର୍ଥ ଆଣି ଧାନ ସଂଗ୍ରହ ବ୍ୟବସ୍ଥାକୁ ସୁଚାରୁ ରୂପେ ସମ୍ପାଦନ କରିପାରିବେ ଓ ପରବର୍ତ୍ତୀ ସମୟରେ କେନ୍ଦ୍ର ସରକାରଙ୍କଠାରୁ ସବ୍‌ସିଡି ବାବଦ ଅର୍ଥ ପାଇବା ପରେ ଘୂର୍ଣ୍ଣନ ପାଣ୍ଠିରୁ ଅଣାଯାଇଥିବା ଅର୍ଥ ରାଶି ଫେରସ୍ତ କରାଯିବ। ଚାଷୀଙ୍କୁ ୨୪ ଘଣ୍ଟା ମଧ୍ୟରେ ସେମାନଙ୍କର ପ୍ରାପ୍ୟ ପାଇବା ସୁନିଶ୍ଚିତ କରାଯାଉଛି। ଚଳିତ ଖରିଫ ବିପଣନ ବର୍ଷ ୨୦୨୨-୨୩ରେ ଉପଗ୍ରହ ଚିତ୍ର ବ୍ୟବହାରକରି ୩୦ ଜିଲାରେ ପ୍ରକୃତ ଚାଷ ହୋଇଥିବା ଅଞ୍ଚଳକୁ ଚିହ୍ନଟ କରାଯାଇଛି। ସେଠାରେ କୃଷକ ପଞ୍ଜୀକରଣ/ଧାନ କ୍ରୟ ପ୍ରକ୍ରିୟା ସମୟରେ ଅଧିକ ସ୍ବଚ୍ଛତା ଆଣିବାରେ ସହାୟକ ହେଉଛି। ଏହାଦ୍ୱରା ପ୍ରକୃତ ଚାଷୀଙ୍କୁ ଏମ୍‌ଏସ୍‌ପି ସୁନିଶ୍ଚିତ କରାଯାଇପାରୁଛି ବୋଲି ସେ କହିଛନ୍ତି।

ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ବିଭାଗ ପକ୍ଷରୁ ୨୦୨୩-୨୪ ଆର୍ଥିକ ବର୍ଷ ଲାଗି ଆସିଥିବା ବ୍ୟୟବରାଦକୁ ବୁଧବାର ବିଧାନସଭାରେ ଗୃହୀତ କରାଯାଇଛି। ଏହି ବିଭାଗ ଖର୍ଚ୍ଚଦାବି ଆଲୋଚନାରେ ଉଭୟ ବିରୋଧୀ ଏବଂ ଶାସକ ଦଳର ନେତାମାନେ ଭାଗନେଇଛନ୍ତି। ବିରୋଧୀଙ୍କ ପକ୍ଷରୁ ଧାନ ଉଠାଣ ଏବଂ ସାଧାରଣ ବଣ୍ଟନ ବ୍ୟବସ୍ଥାରେ ହେଉଥିବା ବିଭିନ୍ନ ଅବ୍ୟବସ୍ଥା ନେଇ ସେମାନେ ବର୍ଷିଛନ୍ତି। ଅନ୍ୟପଟେ ଶାସକ ଦଳର ସଦସ୍ୟମାନେ କିନ୍ତୁ ପାଲଟା କେନ୍ଦ୍ରକୁ ଟାର୍ଗେଟ କରିଥିବା ଦେଖିବାକୁ ମିଳିଛି। ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝି, କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର,ଶାସକ ଦଳ ସଦସ୍ୟ ଭୂପିନ୍ଦର ସିଂ ପ୍ରମୁଖ ଭାବେ ଏହି ଆଲୋଚନାରେ ଭାଗ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ...

ଅଭିଯୋଗ ପ୍ରକୋଷ୍ଠରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜ ଘର ଦେଇଦେଲେ…

ଭୁବନେଶ୍ୱର,୨୧।୯: ଉଦାହରଣ ସୃଷ୍ଟିକଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକଙ୍କ ପାଇଁ ନିଜ ଘର ଦେଇଦେଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝରରେ ଥିବା ନିଜ ମଣ୍ଡୁଆ ବାସଭବନକୁ ଲୋକଙ୍କୁ ଉତ୍ସର୍ଗ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

ସୃଷ୍ଟିହେଲା ୨ଟି ଘୂର୍ଣ୍ଣିବଳୟ, ୧୨ଜିଲାରେ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୧।୯: ବଙ୍ଗୋପସାଗର ଓ ତତ୍‌ ସଂଲଗ୍ନ ଅଞ୍ଚଳରେ ୨ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ୨୩ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି...

ଯାଆଁଳା ଉଉଣୀଙ୍କୁ ଚାପିଦେଲା ଟ୍ରକ, ଆଉ ତା’ପରେ…

ଢେଙ୍କାନାଳ,୨୧।୯: ପୁରୁଣାକଟକ-ସମ୍ବଲପୁର ରାସ୍ତା ଶୁକିଆବାଉତି ଛକରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଚାପାରେ ଦୁଇ ଯାଆଁଳା ଉଉଣୀଙ୍କ ମୃତ୍ୟୁ ଘଟିଥିବା ବେଳେ...

ଭରତପୁର କାଣ୍ଡକୁ ନେଇ ବଡ଼ ଖବର: ମିଳିଗଲା ଜାମିନ୍‌

ଭୁବନେଶ୍ୱର,୨୧॥୯: ମେଜରଙ୍କ ବାନ୍ଧବୀଙ୍କୁ ଚନ୍ଦକା ରାସ୍ତାରେ ମାଡ଼ ଅଭିଯୋଗ ଘଟଣାରେ ଶନିବାର ୭ଜଣ ରୋଡ୍‌ ରୋମିଓଙ୍କୁ ଗିରଫ କରାଯାଇଥିଲା। କିନ୍ତୁ ବନ୍ଧା ହେବାର ୪ଘଣ୍ଟା ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri