ପୋଲିସକୁ ତୀରମାଡ, ଗୁରୁତର ଭାବେ ଡାକ୍ତରଖାନାରେ ଭର୍ତ୍ତି

ବଣାଇ,୨୪।୯ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ ଜିଲା ବଣାଇ ଉପଖଣ୍ଡ ମହୁଲପଦା ଥାନା ଅନ୍ତର୍ଗତ ବଡଜଲ ଗାଁରେ ଘଟିଛି ଏକ ଅଭାବନୀୟ ଘଟଣା। ଜଣେ ମସ୍ତିସ୍କ ବିକୃତ ଯୁବକ ଗତକାଲି ଠାରୁ ବଡ଼ଜଲ ସ୍କୁଲକୁ ଅକ୍ତିଆର କରି ଏହା ମୋର ବୋଲି ଦାବୀ କରିଆସୁଅଛି । ଗତକାଲି କାର୍ଯ୍ୟରତ ଜଣେ ଶିକ୍ଷକଙ୍କୁ ଆକ୍ରମଣ କରିବା ଘଟଣା ପରେ ମଙ୍ଗଳବାର ସମ୍ପୃକ୍ତ ସ୍କୁଲ ଛାତ ଉପରେ ଚଢି ବସି ରହିଥିଲେ । ଯାହା ସବୁଠି ଚର୍ଚ୍ଚାର ବିଷୟ ପାଲଟିଛି।

ଥାନା ଅଧିକାରୀଙ୍କ ହାତ ପାପୁଲିରେ ଗଭୀର କ୍ଷତ ହୋଇଥିବା ଜଣାପଡିଛି। ତେବେ ଅଭିଯୁକ୍ତଙ୍କୁ ଧରିବା ପାଇଁ ପୋଲିସ ଉଦ୍ୟମ ଜାରି ରଖିଛି। ସୂଚନା ମୁତାବକ ଜଣେ ମାନସିକ ବିକୃତ ଯୁବକ ବଣାଇ ବ୍ଲକର ବଡଜଲ ବିଦ୍ୟାଳୟର କୋଠାକୁ ନିଜର କହି ଛାତ ଉପରେ ବସିଥିଲେ। ଗ୍ରାମବାସୀଙ୍କ ଠାରୁ ସୂଚନା ପାଇ ମଧ୍ୟାହ୍ନରେ ମହୁଲପଦା ଆଇ ଆଇ ସି ସୁରେଶ ଚନ୍ଦ୍ର ପ୍ରଧାନ ସଦଳବଳେ ଗ୍ରାମକୁ ପହଁଞ୍ଚି ଉନ୍ମତ୍ତ ଯୁବକକୁ କାବୁ କରିବା ପାଇଁ ଚେଷ୍ଟା କରିଥିଲେ l ହେଲେ ସେହି ସମୟରେ ଯୁବକଙ୍କ ତୀରମାଡରେ ମହୁଲପଦା ଥାନା ଅଧିକାରୀ ଗୁରୁତର ହୋଇଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ତେବେ ପୋଲିସକୁ ଦେଖି ଯୁବକ ଜଣକ ଛାତ ଉପରୁ ତୀରମାଡ କରିଥିଲେ। ଏହି ସମୟରେ ମହୁଲପଦା ଥାନା ଅଧିକାରୀ ସୁରେଶଙ୍କ ହାତ ପାପୁଲିରେ ତୀର ବାଜିଥିଲା। ଉନ୍ମତ୍ତ ଯୁବକଙ୍କ ନାମ ସୁଦନ ମୁଣ୍ଡା ଓ ତାଙ୍କ ଘର ବଡଜଲ ଗ୍ରାମର ପିଣ୍ଡିକା ସାହି ବୋଲି ଜଣାପଡିଛି । ପ୍ରେମ ପ୍ରତାରଣା ନେଇ ଯୁବକର ମସ୍ତିସ୍କ ଖରାପ ଥିବା ଓ ଏଥିନେଇ ସେ ଏକ ଅଭିଯୋଗ ପତ୍ର ମହୁଲପଦା ଥାନାରେ ପୂର୍ବରୁ ଦେଇଥିବା ସୂଚନା ମିଳୁଛି । ଏବେ ସୁଦନ ସ୍କୁଲରେ ଥିବାବେଳେ ଘଟଣାସ୍ଥଳରେ ବଣାଇ ଉପଖଣ୍ଡ ପୋଲିସ ଅଧିକାରୀ ସରାଜ ଦେବତାଙ୍କ ନେତୃତ୍ୱରେ ଏକ ଟିମ ଘେରି ରହିଛନ୍ତି । ରାଉରକେଲାରୁ ଏକ ଡି ଭି ଏଫ ଟିମ ଆସୁଥିବାରୁ ପହଁଞ୍ଚିବା ପରେ ଯୁବକଙ୍କୁ କାବୁ କରାଯିବ ବୋଲି ପୋଲିସ କହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନରେ ନୟନତାରା: ନୂଆବର୍ଷରେ କରିବେ ଧମାଲ୍‌

ପ୍ରଶଂସକମାନେ ୟଶଙ୍କ ଫିଲ୍ମ ‘ଟକ୍ସିକ’ର ମୁକ୍ତିଲାଭ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୂଆବର୍ଷ ପୂର୍ବରୁ ପ୍ରଶଂସକଙ୍କୁ ବଡ଼ ଉପହାର ଦେଇଛନ୍ତି ଏହି ଫିଲ୍ମର ନିର୍ମାତା।...

ବିଜେଡି ଅସନ୍ତୁଷ୍ଟଙ୍କ ଉପରେ ମୋକିମଙ୍କ ନଜର, ନୂଆ ସମୀକରଣକୁ ନେଇ କହିଲେ…

ଭୁବନେଶ୍ୱର,୩୧ା୧୨: ନୂଆଦଳ ଓ ସମୀକରଣକୁ ନେଇ କଂଗ୍ରେସର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଏକ ବଡ଼ ବୟାନ ଦେଇଛନ୍ତି। ମୁଖ୍ୟତଃ ଭାଜପା, ବିଜେଡି ଏବଂ କଂଗ୍ରେସକୁ...

ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା: ସବୁଠି ଚର୍ଚ୍ଚା

ଭଦ୍ରକ,୩୧।୧୨(ସନାତନ ରାଉତ): ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା ଗୁଲମକି ଦଲୱାଜ। ସାଧୀନ ଭାବେ ଜିତି ବିଜେଡିରେ ଯୋଗ ଦେଇଥିଲେ ଗୁଲମକି। ବର୍ତ୍ତମାନ ଗୁଲମକି ମୋକିମଙ୍କ...

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri